Posted inRasifala

ରାଶିଫଳ: ରବିବାର, ଜାନୁୟାରୀ ୨୩ ତାରିଖ – Daily Horoscope

ମେଷ
ସମସ୍ୟା ସମାଧାନ ସକାଶେ ଚେଷ୍ଟା କଲେ ଉଦ୍ଦେଶ୍ୟ ପୂରଣ ହୋଇଯିବ। ବନ୍ଧୁଙ୍କ ସହଯୋଗରୁ ହାତରେ ରହିଥିବା କାମ ପୂରା ଦମରେ କରିବାର ନିଷ୍ପତ୍ତି ନେବେ। କଳ କାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ୍‌ ହୋଇପାରନ୍ତି। କର୍ମକ୍ଷେତ୍ରରୁ ଫେରିବାବେଳେ ବହୁ ଦିନରୁ ବକେୟା ଥିବା ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବର୍ତ୍ତମାନର ଫାଇଦା ଉଠାଇବା ସକାଶେ ଚେଷ୍ଟା କଲେ ସଫଳତା ପାଇପାରିବେ। ସମ୍ପର୍କୀୟଙ୍କ ନିକଟରୁ ପାଉଣା ପାଇବାରେ ସମର୍ଥ ହୋଇପାରନ୍ତି। କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଇଚ୍ଛା ନଥାଇ ମଧ୍ୟ ବାଧ୍ୟବାଧକତାରେ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ।
ମିଥୁନ
ମିଥୁନ
କାର୍ଯ୍ୟହାନି କାରଣରୁ ମାନସିକ ସୁସ୍ଥତା କେତେକାଂଶରେ ବ୍ୟାହତ ହୋଇପାରେ। ପାରିବାରିକ ସମସ୍ୟା ରହିଛି ଓ ରହିବ ମଧ୍ୟ, କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ, ନତୁବା ଝାମେଲା ଅଧିକ ବଢ଼ିଯାଇପାରେ। ହଠାତ୍‌ ଅଫିସରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
କର୍କଟ
କର୍କଟ
ସାମାଜିକ ସ୍ତରରେ ସମ୍ମାନିତ ହେବା ସହ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଖୁସି ହେବେ। ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ଅଭିଯୋଗ ଆଣିପାରନ୍ତି। ବାଣିଜ୍ୟ, ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ। ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ ଓ ମନୋରଞ୍ଜନ କାର୍ଯ୍ୟକ୍ରମରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଅର୍ଥ ସଙ୍କଟଜନିତ ପାରିବାରିକ ଦୁଶ୍ଚିନ୍ତା ମନକୁ କବଳିତ କରିପାରେ। ବିଶେଷ ଭାବରେ ଅଭାବ ଓ ଧାର କରଜ ହେତୁ ମନ ବେଶି ବିବ୍ରତ ହୋଇପାରେ। ଆକସ୍ମିକ ଭାବରେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ।
କନ୍ୟା
କର୍ମକ୍ଷେତ୍ରରେ ବୁଝିବିଚାରି କାମ କରନ୍ତୁ ନତୁବା ସମସ୍ୟାକୁ ଡାକି ଆଣିଲା ଭଳି କାମ ହେବ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି ଅପଶବ୍ଦ ପ୍ରୟୋଗ କରିପାରନ୍ତି। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାର ଆଶଙ୍କା ରହିଛି। ଦୀର୍ଘଦିନରୁ ପାଇନଥିବା ଜିନିଷଟି ପାଇ ଆତ୍ମସନ୍ତୋଷ ଲାଭ କରିବେ।
ତୁଳା
ତୁଳା
ପୂର୍ବାପେକ୍ଷା ସମୟ ବଦଳି ଯାଇଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ। ପିଲାର ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବ୍ୟକ୍ତିଗତ ସମସ୍ୟାର କାରଣ ପାଲଟି ଯାଇପାରେ।
ବିଛା
ବିଛା
ଆଶା ପୂରଣ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ। କଳା, ସାହିତ୍ୟ, ସଙ୍ଗୀତ, ପ୍ରଶାସନ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ। ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବାଧ୍ୟବାଧକତାରେ ପରିସ୍ଥିତିରେ ପଡି ବହୁତ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ।
ଧନୁ
ଧନୁ
କୌଣସି ଗୁପ୍ତକଥା, କଳାଧନ, କଚେରି ମାମଲା ସମ୍ପର୍କୀୟ ଚିନ୍ତା କରିବେ। ଦୀର୍ଘଦିନରୁ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରୟାସ କରିବେ। ବ୍ୟବସାୟ, ପରିବହନ, ଶିଳ୍ପ, ବାଣିଜ୍ୟରେ ଉନ୍ନତି ଅବଶ୍ୟ ଘଟିବ। ପାରିବାରିିକ ସମସ୍ୟାର ସରଳ ସମାଧାନ ପରିପ୍ରେକ୍ଷୀରେ ଦେବାର୍ଚ୍ଚନା ପାଇଁ ମନ ବଳାଇପାରନ୍ତି।
ମକର
ମକର
ଆଜି ବିଶେଷ ଖର୍ଚ୍ଚାନ୍ତ ହେବେ ସିନା, କାମ ଅଟକିବ ନାହିଁ। ପ୍ରକାଶନ, ପ୍ରଶାସନ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବା ସହ ସହଜରେ କାମ ହାସଲ କରିବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ଆଜି କଠିନ ଶ୍ରମ କାରଣରୁ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରି କାର୍ଯ୍ୟ ସାଧନ କରିବାରେ ସାହାଯ୍ୟ କରିବେ। ପଡ଼ା, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହୋଇପାରନ୍ତି। ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବ।
ମୀନମୀନ
ପାରିବାରିିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ। ଅଫିସ୍‌ରେ କୌଣସି ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ଠିକ୍‌ ହୋଇଯିବ । ସନ୍ତାନହେତୁକ ଚିନ୍ତା ଦୂରହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri