Posted inRasifala

ରାଶିଫଳ: ଶନିବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ
ଆଜି ମୁଖଭାବରେ ଚନ୍ଦ୍ର ପ୍ରଭାବରୁ ଅର୍ଥଲାଭ ସହ ବନ୍ଧୁଙ୍କ ନିକଟରୁ ଆଦର ସମ୍ମାନ ପାଇବେ । କିନ୍ତୁ ଅଶ୍ୱିନୀ ନକ୍ଷତ୍ରର ଦୀର୍ଘ ଦିନରୁ ଲାଗି ରହିଥିବା ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ । କଳା, ସାହିତ୍ୟ, ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ ।
ବୃଷ
ବୃଷ
ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଆବଶ୍ୟକ ସାହାଯ୍ୟ, ସହଯୋଗ ଅବଶ୍ୟ ପ୍ରଦାନ କରିବେ। କର୍ମକ୍ଷେତ୍ରରେ ଥିବା ସମୟ ମଧ୍ୟରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପ୍ରଶାସନ, ଆଇନ, ଅଦାଲତ ସମ୍ବନ୍ଧୀୟ ଝମେଲାର ଅବସାନ ଘଟିବ । କୃତ୍ତିକା ନକ୍ଷତ୍ର ଆଜି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ସହଯୋଗର ପ୍ରତିଶ୍ରୁତି ଦେବେ ା ପୁନର୍ବସୁ ନକ୍ଷତ୍ରର ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଚେରି ମାମଲା କିମ୍ବା ପାରିବାରିକ ସମସ୍ୟା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ବଢ଼ିଯିବ ା ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ରାଜନୀତି କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବ ା
କର୍କଟ
କର୍କଟ
କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ ା ଅଶ୍ଳେଷା ନକ୍ଷତ୍ର ସାମାଜିକ ସ୍ତରରେ ବୁଦ୍ଧିଜୀବୀଙ୍କ ଦ୍ୱାରା ସମ୍ମାନିତ ହେବେ। ପଡ଼ୋଶୀଙ୍କ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି ା
ସି˚ହ
ସି˚ହ
ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ ା କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ ା ମଘା ନକ୍ଷତ୍ର ଆଶା କରୁଥିବା ଦିଗରୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ ା ଜମିଜମା, ନିର୍ମାଣ, ହୋଟେଲ, ରେସ୍ତୋରଁା ପ୍ରଭୃତିରୁ ଲାଭବାନ୍‌ ହୋଇପାରନ୍ତି ା
କନ୍ୟା
ବାରମ୍ବାର ଅସଫଳତା ହେତୁ ମାନସିକ ଅବସାଦ ବୃଦ୍ଧି ପାଇବ ା ପାଖ, ପଡ଼ୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ। ପରିବାରରେ ପିଲାମାନଙ୍କ କାର୍ଯ୍ୟରେ ଅସନ୍ତୁଷ୍ଟ ରହିବେ ା ହସ୍ତାନକ୍ଷତ୍ର ନିମନ୍ତ୍ରଣ ପ୍ରାପ୍ତ ହୋଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ ା
ତୁଳା
ତୁଳା
ପରିବାରରେ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ ମନ ଭଲ ରହିବ ନାହିଁ ା ଛୋଟ କଥାରେ ଅନ୍ୟ ଉପରେ ବିରକ୍ତ ହେବେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ଆଶା ଅନୁରୂପ ଫଳ ପାଇବେ ା ସ୍ବାତୀ ନକ୍ଷତ୍ର ଆଲୋଚନା ପରିସରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ ା
ବିଛା
ବିଛା
ପାରିବାରିକ ସ୍ତରରେ କିଛି ନ କରି ବୃଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହୋଇପଡ଼ିବ। ଆତ୍ମୀୟଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ସମାଲୋଚିତ ହେବେ ା ଅନୁରାଧା ନକ୍ଷତ୍ର ସାହିତ୍ୟ, କଳା, ଗବେଷଣା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ ା
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ ା ପୂର୍ବାଷାଢ଼ା ନକ୍ଷତ୍ରର ନିର୍ମାଣ କାମରେ ପ୍ରତିବନ୍ଧକଯୋଗୁ ଅଗ୍ରଗତି ବାଧାପ୍ରାପ୍ତ ହେବ ା ଈର୍ଷାପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ ା
ମକର
ମକର
ଅଧିକାଂଶ ସମୟ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ନିଜ ଲୋକ ମାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବରେ ପରିବର୍ତ୍ତନ ଯୋଗୁ ବିଚଳିତ ହେବେ । ବନ୍ଧୁମାନଙ୍କ ପରାମର୍ଶରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ସରକାରୀ ସ୍ତରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି ।
କୁମ୍ଭ
କୁମ୍ଭ
ପୂର୍ବ ସ୍ଥିରୀକୃତ ଯୋଜନାବଦ୍ଧ ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବ । ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ଶତଭିଷା ନକ୍ଷତ୍ରର କର୍ମକ୍ଷେତ୍ରରେ ଫାଇଲ ସମ୍ବନ୍ଧୀୟ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ।
ମୀନମୀନ
ସମସ୍ୟା ଭିତରେ ଚଳିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଟେନସନ୍‌ ଲାଗିରହିବ। ଆବଶ୍ୟକତାନୁଯାୟୀ ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ । ଉତ୍ତରଭାଦ୍ରବ ନକ୍ଷତ୍ରର ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?