Posted inRasifala

ରାଶିଫଳ: ରବିବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ
ମଙ୍ଗଳଙ୍କ ପ୍ରତି ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟି କାରଣରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ କାମଗୁଡ଼ିକ ଅଟକି ରହିଯିବ। ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍ଭାବ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ସାମାଜିକ ସ୍ତରରେ ଓ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କୃତ୍ତିକା ନକ୍ଷତ୍ର ସକାଶେ ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବନାହିଁ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଥିବା ସମୟ ମଧ୍ୟରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପ୍ରଶାସନ, ଆଇନ, ଅଦାଲତ ସମ୍ବନ୍ଧୀୟ ଝାମେଲାର ଅବସାନ ଘଟିବ। ପାରିବାରିକ ସ୍ଥିତି ପୂର୍ବପରି ରହିବା କାରଣରୁ ଆଶ୍ୱସ୍ତି ଲାଭ କରିବେ। ଆଜି ଆପଣ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଆପଣଙ୍କୁ ଆଜି ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ମାତ୍ର କଚେରି ମାମଲା କିମ୍ବା ପାରିବାରିକ ସମସ୍ୟା ବୃଦ୍ଧି ପାଇବା ହେତୁ ବ୍ୟସ୍ତତା ବଢ଼ିଯିବ। କର୍ମକ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
ବନ୍ଧୁଙ୍କ ସରଳ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ସାମାଜିକ ସ୍ତରରେ ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସମ୍ମାନ ଲାଭ କରିବେ।
ସି˚ହ
ସି˚ହ
ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ପୁନଶ୍ଚ ବିଭିନ୍ନ ପ୍ରକାରର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ଜମିଜମା, ନିର୍ମାଣ, କାରଖାନା, ହୋଟେଲ, ରେସ୍ତୋରଁା ପ୍ରଭୃତିରୁ ଲାଭବାନ୍‌ ହେବେ।
କନ୍ୟା
ଅସଫଳତାଜନିତ ମାନସିକ ଅବସାଦ ବୃଦ୍ଧି ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପଡ଼ୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ। ନିମନ୍ତ୍ରଣପ୍ରାପ୍ତ ହୋଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅସମର୍ଥିତ ସୂତ୍ରରୁ ପ୍ରାପ୍ତ ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ।
ତୁଳା
ତୁଳା
ପରିବାରରେ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କାମ ସମ୍ପୂର୍ଣ୍ଣ ହେବା କଷ୍ଟକର ହେବ। ମାନସିକ ଅସ୍ଥିରତା ହେତୁ ଛୋଟ ଛୋଟ କଥାରେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ବିଛା
ବିଛା
ଆଲୋଚନା ଅବସରରେ ଭାବପ୍ରବଣବଶତଃ ଓଲଟା କଥା କହିବା କାରଣରୁ ଅପଦସ୍ଥ ହେବେ। ପାରିବାରିକ ସ୍ତରରେ ବୃଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ। ଆମତ୍ୀୟ ସ୍ବଜନମାନଙ୍କ ଅସଂଯତ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ସାହିତ୍ୟ, ଗବେଷଣା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇବେ। ମୂଳା ନକ୍ଷତ୍ର ସକାଶେ ନିର୍ମାଣ କାମରେ ପ୍ରତିବନ୍ଧକ ଯୋଗୁଁ ଅଗ୍ରଗତିରେ ବାଧା ପ୍ରାପ୍ତ ହେବ। ଈର୍ଷା ପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ବାଣିଜ୍ୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରେ।
ମକର
ମକର
ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟାକଲେ କେତେକାଂଶରେ ସଫଳତା ହାସଲ କରିବେ। ଶ୍ରବଣା ନକ୍ଷତ୍ରର ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ନିଜ ଲୋକମାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବରେ ପରିବର୍ତ୍ତନ ଯୋଗୁ ବିଚଳିତ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
କୁମ୍ଭ
କୁମ୍ଭ
ପୂର୍ବ ସ୍ଥିରିକୃତ ଯୋଜନାବଦ୍ଧ ନୂତନ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ତଥାପି ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। କର୍ମକ୍ଷେତ୍ରରେ ଫାଇଲ ସମ୍ବନ୍ଧୀୟ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି।
ମୀନମୀନ

ଯେତେ ସତର୍କରେ ଚଳିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ। ଆବଶ୍ୟକତାନୁଯାୟୀ ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍‌ ରୋଗରେ କଷ୍ଟ ପାଇବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?