Posted inRasifala

ରାଶିଫଳ: ରବିବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ରଙ୍କ ଦୃଷ୍ଟିରେ ଶୁକ୍ର ଥିବାରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଫେରି ଆସିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବିଫଳତା ଦେଖି ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।
ବୃଷ
ବୃଷ
ଚନ୍ଦ୍ର ପୂର୍ବାଷାଢ଼ା ନକ୍ଷତ୍ରରେ ଥିବାରୁ ଆତ୍ମୀୟଙ୍କୁ ନିଜ ସପକ୍ଷକୁ ନେବା ଦିଗରେ ସମର୍ଥ ହେବେ। କର୍ମଭାବସ୍ଥ ଶନିଙ୍କ ପ୍ରଭାବରେ ଅଟକିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିବ। ବନ୍ଧୁଙ୍କଠାରୁ ବକେୟା ପାଇବାରେ ବିଳମ୍ବ ଘଟିବାରୁ କ୍ଷୋଭ ପ୍ରକାଶ କରିପାରନ୍ତି। ନିର୍ମାଣ, ଜମିଜମା, ରପ୍ତାନି ବାଣିଜ୍ୟ ଓ ପରିବହନରେ କ୍ଷତିର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଅଷ୍ଟମାଧିପ ଦୃଷ୍ଟିରେ ଷଷ୍ଠାଧିପ ଥିବାରୁ ବିବାଦରେ ପଡ଼ି ମନସ୍ତାପ କରିପାରନ୍ତି। ପରିବାର ଭିତରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସଙ୍ଗଠନ, ରାଜନୀତି, ପ୍ରଶାସନ, ସାମ୍ବାଦିକତା କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତିଯୋଗିତା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
କର୍କଟ
କର୍କଟ
ଅନୁକୂଳ ଗ୍ରହସ୍ଥିତିରୁ ଉପରିସ୍ଥଙ୍କ ପ୍ରିୟଭାଜନ ହେବେ ଏବଂ ସହକର୍ମୀ ସମାଦର କରିବେ। ବ୍ୟବସାୟ, ଗବେଷଣା, ଅନୁସନ୍ଧାନାଦି କାମରେ ସଫଳତା ପାଇବେ। ସତର୍କତା ଅଭାବରୁ ଅଶ୍ଳେଷା ନକ୍ଷତ୍ରର ଅର୍ଥହାନିର ଆଶଙ୍କା ଦେଖାଦେବ। ସଭାସମିତିରେ ମତପାର୍ଥକ୍ୟଜନିତ କୌଣସି ସିଦ୍ଧାନ୍ତର ନିଷ୍କର୍ଷ ବାହାରି ପାରିବ ନାହିଁ।
ସି˚ହ
ସି˚ହ
ଏକାଦଶସ୍ଥ ଗ୍ରହ ପ୍ରଭାବରୁ ଯେଉଁ କାମରେ ହାତଦେବେ ସଫଳତା ମିଳିବ। ମଘା ନକ୍ଷତ୍ର ସାମାଜିକ କ୍ଷେତ୍ରରେ ସତ କଥା କହି ବିବାଦୀୟ ହେବେ। ସାଂସ୍କୃତିକ କାର୍ଯ୍ୟକ୍ରମ, ସାହିତ୍ୟ, କଳା, କ୍ରୀଡ଼ା ଓ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ଲାଗି ରହିଥିବା ଶତ୍ରୁତା ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ କ୍ରମଶଃ ହ୍ରାସ ପାଇବ।
କନ୍ୟା
ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। ଖଳ ଲୋକଙ୍କ ଦ୍ୱାରା କୌଣସି ଗୁଜବ ମନକୁ ଚହଲାଇ ଦେଇପାରେ। କର୍ମକ୍ଷେତ୍ରରେ ଆବଶ୍ୟକୀୟ ସାହାଯ୍ୟ, ସହଯୋଗ ହେତୁ ସମ୍ମାନ ପାଇ ଖୁସି ହେବେ। ବନ୍ଧୁମାନଙ୍କ ଦ୍ୱାରା ପ୍ରୋତ୍ସାହିତ ହୋଇ କୌଣସି ମଙ୍ଗଳଜନକ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ତୁଳା
ତୁଳା
କର୍ମାଧିପ ଭାଗ୍ୟସ୍ଥାନକୁ ଦୃଷ୍ଟି ଦେଉଥିବାରୁ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ। ଜଣେ ବନ୍ଧୁଙ୍କ ଜରିଆରେ ପ୍ରତୀକ୍ଷାର ଅନ୍ତ ଘଟିବ। ଚିତ୍ରା ନକ୍ଷତ୍ର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ରାଜନୀତି, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ଆଶାନୁରୂପ ଫଳ ପାଇବେ।
ବିଛା
ବିଛା
ଦ୍ୱିତୀୟସ୍ଥ ଚନ୍ଦ୍ର ହେତୁ ମାନସିକ ସ୍ଥିତି ଯାହା ଥାଉନାକାହିଁକି ମିଠାକଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିପାରିବେ। ବିଗତ ଦିନର କୌଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢ଼ିପାରେ। ମାଲିମକଦ୍ଦମା, ଜମିଜମା କାରବାର, ନିର୍ମାଣ, ମାଙ୍ଗଳିକ କାମ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବ୍ୟବସାୟ କ୍ଷେତ୍ର ମନ୍ଦ ହେବନି।
ଧନୁ
ଧନୁ
ଅଷ୍ଟମାଧିପତି ରାଶିରେ ରହି ଆପଣଙ୍କୁ ନକାରାମତ୍କ ଚିନ୍ତାଧାରାରେ ବିବ୍ରତ କରିପାରନ୍ତି। କର୍ମକ୍ଷେତ୍ରରେ ପରିସ୍ଥିତି ବଦଳିଯିବାର ସୂଚନା ପାଇ ଆଶ୍ୱସ୍ତି ଅନୁଭବ କରିବେ। ନୂତନ ସ୍ଥାନ ଭ୍ରମଣ, ଅର୍ଥ ଓ ସମ୍ମାନ ମିଳିବ, ବ୍ୟବସାୟିକ ଉନ୍ନତି କରିବେ। ବନ୍ଧୁଗହଣରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
ମକର
ମକର
 ବୃହସ୍ପତି ଓ ମଙ୍ଗଳଙ୍କ ଶୁଭସ୍ଥିତିରୁ ପାରିବାରିକ ସ୍ଥିତି ଭଲ ରହିବ ଏବଂ ସନ୍ତାନ ହେତୁକ ଗୌରବାନ୍ବିତ ହେବେ। ସମ୍ପର୍କୀୟଙ୍କ ସହଯୋଗରେ ଦୁଃସାଧ୍ୟ କାମ ସମ୍ପନ୍ନ ହେବ। ସମ୍ପର୍କୀୟଙ୍କୁ ଭଲ ପାଇବାକୁ କେନ୍ଦ୍ର କରି ସମସ୍ୟା ଦେଖାଦେବାର ସୂଚନା ରହିଛି। ସ୍ବାର୍ଥସାଧନର କ୍ଷୀଣ ଆଶାକୁ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ।
କୁମ୍ଭ
କୁମ୍ଭ
ଶନି ଓ ମଙ୍ଗଳଙ୍କ ପ୍ରଭାବରୁ ଯେତେ ଭଲ କାମ କଲେ ମଧ୍ୟ ନିନ୍ଦୁକ ଗୋଷ୍ଠୀଙ୍କ ସମାଲୋଚନାରୁ ରକ୍ଷା ପାଇବେ ନାହିଁ। ଘରର ବରାଦ ଅନୁଯାୟୀ ନୂତନ ଜିନିଷ କ୍ରୟ ପାଇଁ ମନ ବଳାଇବେ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, ମାଲିମକଦ୍ଦମା ସପକ୍ଷରେ ଯାଇ ନ ପାରେ। ନୂତନ କାର୍ଯ୍ୟାରମ୍ଭ କ୍ଷେତ୍ରରେ ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ।
ମୀନମୀନ

ମୁଖ ଭାବରେ କ୍ରୂରଗ୍ରହ ମଙ୍ଗଳ ହେତୁ ଆପଣଙ୍କ ଭାଷାର କଠୋରତା ଅନ୍ୟକୁ ଆଘାତ ଦେଇପାରେ। ମନ ଯେପରି ଚାହୁଁଛି ଆଜି ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। ବନ୍ଧୁଙ୍କ ନିକଟରେ ବହୁତ ଦିନ ହେଲା ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ, କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri