Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ
ଆଜି କଳାନୁରାଗୀ, ସଂଗୀତ ପ୍ରିୟତା, ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବେ। ବାରମ୍ବାର ଦେହ ଖରାପ ହେଉଥିବାର ଅନୁଭବ କରିପାରନ୍ତି । ଏଣେ କାମଗୁଡ଼ିକ ଯଥା ସମୟରେ ହେଉ ନ ଥିବାରୁ ମନ ବିରକ୍ତ ରହିବ। ଆବଶ୍ୟକତା ପୂରଣ ପରିପ୍ରେକ୍ଷୀରେ ବଡ଼ କଷ୍ଟରେ ଟଙ୍କା ଯୋଗାଡ଼ କରିବାରେ ସକ୍ଷମ ହେବେ।
ବୃଷ
ବୃଷ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମନୋରଞ୍ଜନ କାର୍ଯ୍ୟରେ ଖର୍ଚ୍ଚ କରି ଅନୁତାପ କରିବେ। କେତେକ ସମୟରେ ପାଖରେ କାମ କରୁଥିବା ଲୋକଟି ଉପରେ ନିର୍ଭରଶୀଳ ହେବାକୁ ବାଧ୍ୟ ହୋଇପାରନ୍ତି। ଯାହା କିଣିବା ପାଇଁ ମନ ବଳାଇଛନ୍ତି, ଆଜି ମନ ନ ପାଇବା କାରଣରୁ ଫେରି ଆସିବାକୁ ପଡ଼ିବ। ରାଜନୀତି, ପ୍ରଶାସନ କ୍ଷେତ୍ରରେ ଫାଇଲ କାମ ବଢ଼ିଯିବ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣାର ବଶବର୍ତ୍ତୀ ହୋଇ ବନ୍ଧୁଙ୍କ ସହ ବିନା କାରଣରେ କଳହ ଲାଗିପାରେ । କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। ଖର୍ଚ୍ଚ କମାଇବା ପାଇଁ ଚେଷ୍ଟା କରି ଅସଫଳ ହେବେ। କର୍ମ କ୍ଷେତ୍ରରେ କହିଥିବା କଥାଟିକୁ ଅନ୍ୟମାନେ ବଡ଼ ଆକାରରେ କଦର୍ଥ କରି ଚିନ୍ତା କରିବେ।
କର୍କଟ
କର୍କଟ
କେତେକ କ୍ଷେତ୍ରରେ ଯିଏ ଯାହା କହିଲେ ମଧ୍ୟ ତାହାକୁ ଭିନ୍ନ ଅର୍ଥରେ ଗ୍ରହଣ କରିବେ। ଖଳଲୋକମାନେ ଅପପ୍ରଚାର କରିପାରନ୍ତି ତେଣେ ନିଜଲୋକଙ୍କଠାରୁ ମଧ୍ୟ ଆସ୍ଥାହରାଇ ବସିବେ। ବନ୍ଧୁ ବାନ୍ଧବଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। ଖୋଜୁଥିବା ଜିନିଷଟିର ସନ୍ଧାନ ସନ୍ଧ୍ୟା ସମୟରେ ପାଇବେ।
ସି˚ହ
ସି˚ହ
ଆନୁଷ୍ଠାନିକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟ ଓ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଦେହ ଭଲ ରହିବ, ମାତ୍ର ଶ୍ରମଜନିତ ଦୁର୍ବଳତା ଅନୁଭବ କରିବେ। ପରିସ୍ଥିତିରେ ପଡ଼ି ବହୁତ୍‌ଗୁଡ଼ିଏ ଟଙ୍କା ଖର୍ଚ୍ଚକରିବେ।
କନ୍ୟା
ଆଜି ପ୍ରତିଦ୍ୱନ୍ଦ୍ୱିତା କଲେ ବିଜୟର ଆଶା ନିରର୍ଥକ ହୋଇପାରେ। ବିବାଦରେ ମନସ୍ତାପ କରିବା ବ୍ୟତୀତ ଲାଭ କିଛି ହେବନି। ପାତର ଅନ୍ତର ନୀତିକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ସୃଷ୍ଟି ହେବାର ଆଶଙ୍କାକୁ ଏଡ଼ି ହେବ ନାହିଁ । ଆୟ ଅପେକ୍ଷା ବ୍ୟୟ ଅଧିକ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଦିନଟି ସାମଗ୍ରିିକ ଦୃଷ୍ଟିକୋଣରୁ ଖୁସୀରେ ଅତିବାହିତ ହେବ। କୌଣସି ମନ ଭୁଲାଣିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଫାଇଲ୍‌ କାମରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ। । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ।
ବିଛା
ବିଛା
ପାରିବାରିକ ତିକ୍ତତାର ସମାପ୍ତି ଘଟାଇବା ସକାଶେ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇବେ।
ଧନୁ
ଧନୁ
ନିକଟସ୍ଥ ବନ୍ଧୁମାନଙ୍କୁ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଆଜି ଅପରାହ୍ନରେ ଜଣେ ବନ୍ଧୁଙ୍କ ସହଯୋଗରୁ କାମ ହାସଲ କରିବେ। ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବାର ସମ୍ଭାବନା ରହିଛି। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି।
ମକର
ମକର
କିଛି ନ ବୁଝି ନ ଶୁଝି କୌଣସି ବିବାଦ ସମ୍ପର୍କରେ ମନ୍ତବ୍ୟ ଦେବା ଠିକ୍‌ ହେବ ନାହିଁ । ଯଦି କହିବେ ତେବେ ଅଶାନ୍ତିକୁ ଆପଣେଇ ନେବା ଭଳି ହିଁ ପରିଣାମ ହୋଇପାରେ। ରାସ୍ତାରେ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିବାରେ ପଛେଇ ଯିବେ ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲ୍‌କା କରିବାରେ ସମର୍ଥ ହେବେ। ଅଧ୍ୟୟନ ଓ ଆଧ୍ୟାତ୍ମିକତାରେ ଏକାଗ୍ରତା ଆଣିପାରିବେ। ଫେରିବା ବାଟରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ସାହିତ୍ୟ,କଳା,ସଙ୍ଗୀତ ଓ ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
ମୀନମୀନ
ବିଭିନ୍ନ କାମ ହାତକୁ ନେଇ କଳ୍ପନାରାଇଜରେ ଘୂରି ବୁଲିବେ। କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଅର୍ଥ ଲାଭ, ଶାରିରୀକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ। ଯୋଜନା କାଯର୍‌ୟକାରୀ କରିବା ସକାଶେ ଚିନ୍ତା କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri