Posted inRasifala

ରାଶିଫଳ: ସୋମବାର, ମେ ୨୩ ତାରିଖ – Daily Horoscope

ମେଷ
ଆଜି କର୍ମାଧିପଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ନିଜ ସଂସ୍ପର୍ଶରେ ଆସୁଥିବା ଲୋକମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ପାପଗ୍ରହଙ୍କ ଚତୁର୍ଥଭାବପ୍ରତି ଦୃଷ୍ଟି ପ୍ରଭାବରେ ପାରିବାରିକ ସ୍ଥିତି ଚିନ୍ତାଜନକ ହୋଇପାରେ। ହାତକୁ ନେଇଥିବା କାମ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ଘର ସକାଶେ, ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବର ପରିବର୍ତ୍ତନ ଯୋଗୁ ଖୁସି ରହିବେ।
ମିଥୁନ
ମିଥୁନ
ଆଜି ଯାହା ନିଷ୍ପତ୍ତି ନେବେ ଶେଷ ସମୟରେ ଅନ୍ୟମାନଙ୍କ ବିରୋଧ କାରଣରୁ ଓଲଟ ପାଲଟ ହୋଇଯିବ। ମିତ୍ରମାନେ ପୂର୍ବ ଶତ୍ରୁତା କଥା ସ୍ମରଣ କରି ମତ ବଦଳାଇ ଅସହଯୋଗ କରିବେ। ପୁନର୍ବସୁ ନକ୍ଷତ୍ରର ବନ୍ଧୁ ମିଳନ ସହିତ ଆମୋଦ ପ୍ରମୋଦର ସୁଅ ଛୁଟିବ। କଳା, ସାହିତ୍ୟ ଓ ଗୁରୁତ୍ୱପୂର୍ଣ୍ଣ କାମରେ ଉପଯୁକ୍ତ ଫଳ ପାଇପାରନ୍ତି।
କର୍କଟ
କର୍କଟ
ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ପୁଷ୍ୟା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା ଯୋଗୁ ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁ ପରିଜନଙ୍କ ସହ କୈାଣସି ନୂତନ ସ୍ଥାନକୁ ଯିବା ପାଇଁ ସଜବାଜ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିପାରେ। ଆଜି ଆପଣ ଯାହା ପାଇବେ ତାହା ବହୁତ ପୂର୍ବରୁ ହିଁ ପାଇବାର ଥିଲା କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ।
କନ୍ୟା
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ହୋଇପାରେ। ଆନୁଷ୍ଠାନିକ ବନ୍ଧୁମିଳନ ସମୟରେ ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଗଠନମୂଳକ କାଯର୍‌ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବାର ସୂଚନା ପାଇବେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବାକୁ ପଡ଼ିବ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇ ପାରନ୍ତି। ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବିଛା
ବିଛା
ଅନୁକୂଳ ଗ୍ରହଯୋଗରୁ ପ୍ରତ୍ୟେକ ଅସ୍ବସ୍ତିକର ପରିସ୍ଥିତି ସୁଧୁରି ଯିବ। କଳା, ସାହିତ୍ୟ, ସଙ୍ଗୀତ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଅଫିସିଆଲି କାମରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ଧନୁ
ଧନୁ
କେତେକ ନୂତନ କାମର ପରିକଳ୍ପନା କରିବା ସାଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ବ୍ୟବସାୟ, ପରିବହନ କ୍ଷେତ୍ର ଭଲ ରହିବ। ପଡ଼ୋଶୀଙ୍କ ସହାୟତାରେ ପାରିବାରିକ ସମସ୍ୟାକୁ ସୁଧାରି ନେବେ।
ମକର
ମକର
ସହାନୁଭୂତି ଦେଖାଇ ନିକଟ ସମ୍ପର୍କୀୟମାନେ ପାଖେଇ ଆସିବେ। ଅତି ପ୍ରିୟ ବନ୍ଧୁଟି ସହ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ। ପାରିବାରିକ କ୍ଷେତ୍ରରେ ଟେନସନ୍‌ କିିଛିମାତ୍ରାରେ କମିଯିବା ସାଙ୍ଗକୁ ମାଙ୍ଗଳିକ କାମରୁ ଖୁସି ରହିବେ। ଆଲୋଚନା ପରିସରରେ ବିତର୍କ ଜନିତ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
କୁମ୍ଭ
କୁମ୍ଭ
ପରିବାରର ବାରଣକୁ ନ ମାନି କୌଣସି କାମରେ ଆଗଭର ହେବା ଠିକ୍‌ ହେବନି। ଅଫିସ୍‌ରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। କାମ ହାସଲ ନ ହେବା କାରଣକୁ ନେଇ ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ମାଲିମକଦ୍ଦମା କିମ୍ବା ଜମିଜମା ସମସ୍ୟା କ୍ରମଶଃ ଜଟିଳ ହେବାର ସୂଚନା ରହିଛି।
ମୀନମୀନ
କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ, ଯାହାକି ଆଗାମୀ ସମୟ ପାଇଁ ଲାଭଦାୟକ ହେବ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ପରିବହନରେ, ପ୍ରଶାସନିକ ସ୍ତରରେ, ଆଲୋଚନା କ୍ଷେତ୍ରରେ ପ୍ରତିବନ୍ଧକକୁ ଦୂରେଇବାର ପ୍ରଯନତ୍ କରି ପାରନ୍ତି। ଗୃହ କାମରେ ବ୍ୟସ୍ତ ରହି କୈାଣସି କାମକୁ ପାସୋରି ଦେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri