Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ
ବହୁତ ଦିନ ହେଲା ଲାଗିିରହିଥିବା ପାରିବାରିକ ସମସ୍ୟା ବନ୍ଧୁଙ୍କ ମାଧ୍ୟମରେ ସମାଧାନ ହୋଇଯିବ। ପରିବାରରେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣକାମ କ୍ଷେତ୍ରରେ ପୂର୍ବରୁ ଥିବା ସମସ୍ୟାଗୁଡ଼ିକ ନେଇ ଚିନ୍ତା କରିପାରନ୍ତି।
ବୃଷ
ବୃଷ
ସାଧାରଣ କଥାକୁ କେନ୍ଦ୍ରକରି ସମ୍ପର୍କରେ ବୈରମନୋଭାବ ନାହିଁ। ଜମିଜମା କାରବାରରେ ବନ୍ଧୁଙ୍କ ସହ କଳହ ତର୍କ ବିତର୍କର ସମ୍ମୁଖୀନ ହେବେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ମାଦକ ଦ୍ରବ୍ୟ ସେବନ କିମ୍ବା ନୀଚସଙ୍ଗରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
କୌଣସି କାମ ଅଟକିବ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥଲାଭ ହେବ। ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ କିନ୍ତୁ ଲକ୍ଷ୍ୟ ଅବଶ୍ୟ ପୂରଣ ହେବ। ରାଜନୀତି, କଳା, ସାହିତ୍ୟ, ଆନୁଷ୍ଠାନିକ କାମ ତଥା ସାଂଗଠନିକ କ୍ଷେତ୍ରରେ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଓ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଆଜି କୌଣସି ଶୁଭ ଖବର ପାଇ ମନ ସକାଳୁ ସକାଳୁ ଖୁସୀ ହୋଇଯିବ। ଭୋଗ ବିଳାସ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ଓ ମଉଜ, ମଜଲିସ୍‌ ସକାଶେ ମନ ବଳାଇବେ। କର୍ମକ୍ଷେତ୍ରରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। କୌଣସି ନୂତନ କାର୍ଯ୍ୟାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଅଫିସରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ବିବାଦୀୟ ଘଟଣାରେ ବିଜୟ ଲାଭ ଅବଶ୍ୟମ୍ଭାବୀ।
କନ୍ୟା
ପରିବାରରେ ଭୁଲ୍‌ ନିଷ୍ପତ୍ତି ନେଇ ପରେ ଅନୁତାପ କରିବାକୁ ପଡ଼ିପାରେ। ଶିକ୍ଷା, ସନ୍ତାନ କ୍ଷେତ୍ରରେ ସମସ୍ୟା ଦେଖାଦେବାର ସମ୍ଭାବନା ରହିଛି। ଖଳ ଲୋକମାନଙ୍କ ମିଥ୍ୟା ଗୁଜବରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। କୌଶଳରେ କାମ ହାସଲ କରି ଆମତ୍ସନ୍ତୋଷ ଲାଭ କରିବେ ।
ତୁଳା
ତୁଳା
ବନ୍ଧୁଙ୍କ ସହ ସମ୍ପର୍କ ବୃଦ୍ଧି ପାଇବାକୁ ସନ୍ଦେହ କରି ଘରେ ବିଭିନ୍ନ ପ୍ରକାରର କଥା ଶୁଣିବାକୁ ପଡ଼ିପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସହଯୋଗରୁ ଉପକୃତ ହେବ। ସ୍ବାସ୍ଥ୍ୟ ହାନି କାରଣରୁ କାମ ପାଇଁ ନିରୁସତ୍ାହତା ଦେଖାଦେବ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ।
ବିଛା
ବିଛା
ପରିବାରରେ ବିରୋଧାଭାସ କାରଣରୁ ଯୋଜନା ସମ୍ପୂର୍ଣ୍ଣ ହେବ ନାହିଁ। ଅବହେଳାରୁ ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡ଼ିବ। ବିଭିନ୍ନ ସମସ୍ୟା ଥିଲେ ମଧ୍ୟ ନିର୍ମାଣ, ପରିବହନ, ମରାମତି, ଜମିଜମା କାମରେ ସାହାଯ୍ୟ ଅବଶ୍ୟ ପାଇବେ। ଅଧିକାଂଶ ସମୟ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି।
ଧନୁ
ଧନୁ
ଆଜି ଆଶା କରୁଥିବା ଦିଗରୁ ଅର୍ଥ ଓ ଆବଶ୍ୟକୀୟ ସହଯୋଗ ଆଶା ଭଣ୍ଡୁର ହୋଇଯିବ। ଜମିଜମା କ୍ରୟବିକ୍ରୟ କ୍ଷେତ୍ରରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ନିଜର କେତେକ ବ୍ୟକ୍ତିଗତ କାରଣରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି। ଦୀର୍ଘଦିନର ପୁରୁଣା ରୋଗ ସକାଶେ ବିଶେଷ ଚିନ୍ତିତ ରହିବାକୁ ପଡ଼ିପାରେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। କେତେକ ମନଗଢ଼ା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି କର୍ମ କ୍ଷେତ୍ର ଓ ପରିବାରରେ ଅଶାନ୍ତ ପରିସ୍ଥିତି ଭିତର ଦେଇ କାମ ହାସଲ କରିବେ। ବୃଥା ଚିନ୍ତା କରି ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ। ଶିଳ୍ପ, ବାଣିଜ୍ୟ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ। ପରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
ମୀନମୀନ
ଆଜି ଆଶାୟୀ ହୋଇ କୌଣସି କାମ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ଅଧିକାଂଶ ସମୟ ବନ୍ଧୁମେଳରେ ସମୟ କଟାଇବାର ସୌଭାଗ୍ୟ ଲାଭ କରିବେ। ଆକସ୍ମିକ ଭାବେ ଦୂରଯାତ୍ରାଜନିତ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ସାଂଗଠନିକ କ୍ଷେତ୍ରରେ ଭାବୁଥିବା କାମଟିକୁ ଶେଷ କରିପାରିବେନି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri