Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କ ଦ୍ୱାରା ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଖଳ ଲୋକମାନଙ୍କ କଥାକୁ ସତଭାବି ଘର ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ବୃଷ
ବୃଷ
ଗତକାଲିଠାରୁ ସମସ୍ୟା ବିଜଡ଼ିତ ରହିଥିବା ଯୋଗୁ କୌଣସି ଭୁଲ୍‌ କରି ଅନୁତପ୍ତ ହେବେ। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ପରିଶ୍ରମ କରିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ।
ମିଥୁନ
ମିଥୁନ
ଗତକାଲିର କଳିତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଶୁଭଫଳ ପାଇପାରିବେ ନାହିଁ। ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତାର ସାମାନ୍ୟ ଆଶା ରହିଛି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ସରଳ ସମାଧାନ ପୂର୍ବକ କାର୍ଯ୍ୟ ହାସଲରେ ସମର୍ଥ ହେବେ। ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବେନି। ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଖୁସି ଅନୁଭବ କରିବେ। ଗୃହ, ରାସ୍ତା କାମ ହଠାତ୍‌ ଅଟକି ଯାଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ଏକପ୍ରକାର ହାଲୁକା ହୋଇଯିବ। ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ବନ୍ଧୁଙ୍କ କଥାରେ ଅଭିମାନ କରି ରାଗରେ ଜରଜର ହୋଇପାରନ୍ତି ।
କନ୍ୟା
କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। କ୍ରନିକ୍‌ ରୋଗପୀଡ଼ାରୁ ସାମାନ୍ୟ ଆଶ୍ୱସ୍ତିଲାଭରୁ ଖୁସି ରହିବେ।
ବିଛା
ବିଛା
ଆଜି ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ ସୁଯୋଗ ପାଇବେ। ଆଲୋଚନା ପରିପ୍ରେକ୍ଷୀରେ ପରିବାର ସଦସ୍ୟଙ୍କ ସହ ଏକମତ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ରାସ୍ଥାରେ ଅପରିଚିତ ଲୋକ ଚିନ୍ତାର କାରଣ ହୋଇପାରନ୍ତି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି। ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।
କୁମ୍ଭ
କୁମ୍ଭ
ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ପ୍ରଶଂସା ପାଇବେ। ବନ୍ଧୁଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ସମ୍ଭାବନାକୁ ଏଡ଼ାଇ ହେବ ନାହିଁ । ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ
ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ବ୍ୟବସାୟ ଏବଂ ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଆତ୍ମୀୟଙ୍କ ସହ ଜମିଜମା ବଣ୍ଟନକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri