Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇ ଅନୁତାପ କରିବେ। ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଆନୁଷ୍ଠାନିକ କାମରେ ବନ୍ଧୁଙ୍କ ଦ୍ୱାରା ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଖଳ ଲୋକମାନଙ୍କ କଥାକୁ ସତଭାବି ଘର ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ବୃଷ
ବୃଷ
ଗତକାଲିଠାରୁ ସମସ୍ୟା ବିଜଡ଼ିତ ରହିଥିବା ଯୋଗୁ କୌଣସି ଭୁଲ୍‌ କରି ଅନୁତପ୍ତ ହେବେ। ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ପରିଶ୍ରମ କରିବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ଦିନଟିର ରୋଜଗାରଠାରୁ ଖର୍ଚ୍ଚ ବଳିଯିବ। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ।
ମିଥୁନ
ମିଥୁନ
ଗତକାଲିର କଳିତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ। କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଶୁଭଫଳ ପାଇପାରିବେ ନାହିଁ। ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବିବାଦୀୟ ପରିସ୍ଥିତି କିମ୍ବା ମାଲି ମକଦ୍ଦମାରେ ସଫଳତାର ସାମାନ୍ୟ ଆଶା ରହିଛି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ସରଳ ସମାଧାନ ପୂର୍ବକ କାର୍ଯ୍ୟ ହାସଲରେ ସମର୍ଥ ହେବେ। ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବେନି। ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଖୁସି ଅନୁଭବ କରିବେ। ଗୃହ, ରାସ୍ତା କାମ ହଠାତ୍‌ ଅଟକି ଯାଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ଶେଷ କରିବାକୁ ମନସ୍ଥ କରି ସଫଳତା ହାସଲ କରିପାରିବେ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ଏକପ୍ରକାର ହାଲୁକା ହୋଇଯିବ। ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ବନ୍ଧୁଙ୍କ କଥାରେ ଅଭିମାନ କରି ରାଗରେ ଜରଜର ହୋଇପାରନ୍ତି ।
କନ୍ୟା
କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ, କିନ୍ତୁ କୌଣସି ଉପାୟ ପାଇବେ ନାହିଁ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ସହଯୋଗ ପ୍ରଦାନ କରି ପ୍ରଶଂସିତ ହୋଇପାରନ୍ତି।
ତୁଳା
ତୁଳା
ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ। ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। କ୍ରନିକ୍‌ ରୋଗପୀଡ଼ାରୁ ସାମାନ୍ୟ ଆଶ୍ୱସ୍ତିଲାଭରୁ ଖୁସି ରହିବେ।
ବିଛା
ବିଛା
ଆଜି ଦିନସାରା ଟେନ୍‌ସନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ବନ୍ଧୁଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ପଡ଼ୋଶୀଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ ସୁଯୋଗ ପାଇବେ। ଆଲୋଚନା ପରିପ୍ରେକ୍ଷୀରେ ପରିବାର ସଦସ୍ୟଙ୍କ ସହ ଏକମତ ହେବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ରାସ୍ଥାରେ ଅପରିଚିତ ଲୋକ ଚିନ୍ତାର କାରଣ ହୋଇପାରନ୍ତି।
ମକର
ମକର
ଯେତେ ଭଲ କାମ କଲେ ମଧ୍ୟ ବିଭିନ୍ନ ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି। ଛୋଟଜାତିର ବ୍ୟକ୍ତିଙ୍କ ସହ କଳହ, ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢ଼ିବ।
କୁମ୍ଭ
କୁମ୍ଭ
ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ପ୍ରଶଂସା ପାଇବେ। ବନ୍ଧୁଙ୍କ ସହ କଥା କଟାକଟି କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ସମ୍ଭାବନାକୁ ଏଡ଼ାଇ ହେବ ନାହିଁ । ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ।
ମୀନମୀନ
ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରିପାରନ୍ତି। ବ୍ୟବସାୟ ଏବଂ ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଆତ୍ମୀୟଙ୍କ ସହ ଜମିଜମା ବଣ୍ଟନକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri