Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ସମସ୍ୟା ମାନସିକ ସ୍ଥିତିକୁ ବିଷାଦଗ୍ରସ୍ତ କରିପାରେ। ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କଲେ ଉପକୃତ ହେବେ। ଦ୍ୱିଜା ନକ୍ଷତ୍ର ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ନିଜ ମତକୁ ପ୍ରାଧାନ୍ୟ ଦେଇ ସମାଲୋଚିତ ହେବେ।
ବୃଷ
ବୃଷ
ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ଗତକାଲିଠାରୁ ବାରମ୍ବାର ଚେଷ୍ଟା କରି ମଧ୍ୟ କାର୍ଯ୍ୟହାନି ଯୋଗୁ ମନ ଉଦାସ ରହିବ। ରୋହିଣୀ ନକ୍ଷତ୍ର ପାଇଁ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ସାମୟିକ ଭାବେ ପାରିବାରିକ ସମସ୍ୟାରେ ବିବ୍ରତ ଅନୁଭବ କରିବେ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତା ଓ ଅଶାନ୍ତି କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ମୃଗଶିରା ନକ୍ଷତ୍ର ଅନ୍ୟମାନଙ୍କର ଟୁପ୍‌ଟାପ୍‌ କଥା ଶୁଣି ବ୍ୟସ୍ତତା ଅନୁଭବ କରିିବେ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ କିଛି କରିବାକୁ ଯିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରିବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ସି˚ହ
ସି˚ହ
ମନରେ ସରସତା ନ ଥିଲେ ମଧ୍ୟ ସକାଳୁ କିଛି ଶୁଭ ଖବର ମନକୁ ଖୁସି କରିଦେଇପାରେ। ଈର୍ଷା ଓ ଅସୂୟା ମନୋଭାବରୁ ନିକଟସ୍ଥ ବ୍ୟକ୍ତି ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରେ ସତର୍କ ନ ରହିଲେ ଆଘାତ ଲାଗିପାରେ। ଅଧ୍ୟୟନ ଓ ଅଧ୍ୟାପନା, ଆଲୋଚନା, ସଭାସମିତି ତଥା ସାଂସ୍କୃତିକ କ୍ଷେତ୍ରରେ ଉନ୍ନତି କରିବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଉତ୍ତରା ଫାଲଗୁନୀ ନକ୍ଷତ୍ର ପିଲାମାନଙ୍କ କାର୍ଯ୍ୟକଳାପ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ସ୍ନାୟବିକ ଦୁର୍ବଳତା ଦେଖାଦେବା କାରଣରୁ ପ୍ରତ୍ୟେକ କାମରେ ପଛେଇ ରହିବେ। ଉପସ୍ଥିତ ବୁଦ୍ଧି ଖଟାଇ ପରିବାର ଭିତରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଏକ ଭିନ୍ନ ପରିସ୍ଥିତିରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ସ୍ବାତୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତାର ଶୀର୍ଷକୁ ଯିବାରେ ସମର୍ଥ ହୋଇପାରନ୍ତି। ଲାଗି ରହିଥିବା କଚେରି ମାମଲା ସକାଶେ ଚିନ୍ତା ବଢିପାରେ।
ବିଛା
ବିଛା
ଗତକାଲିର ଅଧୁରା କାମକୁ ଆଜି ହିଁ ସମ୍ପୂର୍ଣ୍ଣ କରିବା ପାଇଁ ମନସ୍ଥ କରିବେ। ଜ୍ୟେଷ୍ଠା ନକ୍ଷତ୍ରର ପରିବହନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂର ହୋଇଯିବ। ଆପଣ ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲ୍ଲଭ ହେବ। ସାମାଜିକ ସ୍ତରରେ ଲୋକ ସମ୍ପର୍କ ବଢ଼ାଇବା ସକାଶେ ନୂତନ ପଦକ୍ଷେପ ନେଇପାରନ୍ତି।
ଧନୁ
ଧନୁ
ପାରିବାରିକ ପରିସ୍ଥିତି ଆପଣଙ୍କ ସକାଶେ ଦୁଶ୍ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘଦିନରୁ ପ୍ରତୀକ୍ଷା କରିଥିବା ଶୁଭଖବରଟି ଆକସ୍ମିକ ଭାବରେ ପାଇ ଉଲ୍ଲସିତ ହେବେ। ପୂର୍ବାଷାଢା ନକ୍ଷତ୍ର ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ମଧୁର ବ୍ୟବହାର ଦ୍ୱାରା ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କଲେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ। ଧନିଷ୍ଠା ନକ୍ଷତ୍ର ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଫାଇଲ୍‌ ସମ୍ପର୍କିତ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
କୁମ୍ଭ
କୁମ୍ଭ
ଆଜି ଯାହା କରନ୍ତୁନା କାହିଁକି ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ହୋଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ପରିବାରରୁ ସହଯୋଗ ପାଇ କାମ ହାସଲ କରିବାରେ ଅସୁବିଧା ରହିବ ନାହିଁ। ପୂର୍ବଭାଦ୍ରବ ନକ୍ଷତ୍ରର ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଖୁସି ହେବେ।
ମୀନମୀନ

ଆଜି ଯାହାକୁ କିଛି ଗୁହାରି କରିବେ, ସେହି ବ୍ୟକ୍ତି ହିଁ ସମସ୍ୟାକୁ ଅଧିକ ବଢାଇଦେବେ। ଉତ୍ତରଭାଦ୍ରବ ନକ୍ଷତ୍ର ଆର୍ଥିକ ସ୍ଥିତି, ଜମିଜମା କାରବାର, ନିର୍ମାଣାଧୀନ କାମ ସହଜରେ ସମ୍ପନ୍ନ ହେବ। ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?