Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ
ଆଜି ଚତୁର୍ଥ କେନ୍ଦ୍ରରେ ନୀଚସ୍ଥ ମଙ୍ଗଳ ପାରିବାରିକ ଖର୍ଚ୍ଚ ବଢ଼ାଇବା ସହ ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ସହ ଆଲୋଚନା ମାନସିକ ଆଶ୍ୱସ୍ତି ପ୍ରଦାନ କରିବ। କିନ୍ତୁ ବ୍ୟବସାୟ, ପରିବହନ ଏବଂ ଶିଳ୍ପ, ବାଣିଜ୍ୟ, କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ଭଲ ସମ୍ପର୍କ ରହିଥିବା ବ୍ୟକ୍ତିଙ୍କ ଦ୍ୱାରା ସହଯୋଗ ଲାଭକରି ଖୁସିହେବେ।
ବୃଷ
ବୃଷ
ଆକସ୍ମିକ ଭାବେ କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ଅନୁଭବ କରିବେ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ କଠୋର ଶ୍ରମ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି, ତଥାପି ଦିନଟିରେ ଆୟଠାରୁ ଖର୍ଚ୍ଚ ବଳିଯିବ। ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ପୂର୍ବପରି ରହିବ। ସାଧାରଣ କଥାରୁ ହଡ଼ ବଡ଼େଇ ଯାଇପାରନ୍ତି।
ମିଥୁନ
ମିଥୁନ
କର୍ମସ୍ଥାନରେ ଧନାଧିପତି ଅର୍ଥଲାଭ ସହ ବନ୍ଧଙ୍କ ପ୍ରତିଭାଜନ କରାଇବ। ପରିବାର, ଯାନବାହନ, ଆଲୋଚନା, ଯାତ୍ରା, ବ୍ୟବସାୟ ଦିଗଟି ଭଲ ରହିବ। ଯେଉଁ ବିଷୟରେ ଚିନ୍ତିତ ରହିଛନ୍ତି ତାହା ଅଚିରେ ସମାଧାନ ହୋଇଯିବ। ଆଶା ଫଳବତୀ ହେବାରେ ଅସୁବିଧା ରହିବ ନାହିଁ। ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।
କର୍କଟ
କର୍କଟ
ଆଜି ଖର୍ଚ୍ଚାନ୍ତ ହେବେ ସିନା ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକଙ୍କ ତରଫରୁ ସହଯୋଗ ପାଇବେନି। ସାମାଜିକ ସ୍ତରରେ ପରିସ୍ଥିତି ବଦଳି ଯିବାରୁ ଖୁସି ଅନୁଭବ କରିବେ। ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହି ଯାଇପାରେ। ଲେଖାପଢ଼ା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ମନ ହାଲୁକା ହୋଇଯିବ। ବ୍ୟବସାୟ ଓ ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି। ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଆବଶ୍ୟକତା ପୂରଣ କରିବା ପାଇଁ ମନସ୍ଥ କରି ସଫଳତା ହାସଲ କରିବେ।
କନ୍ୟା
ଯାହା ପାଇବା ସକାଶେ ଆଶା କରୁଛନ୍ତି ତାହା ନିଶ୍ଚିତ ଭାବରେ ପାଇପାରିବେ। ତଥାପି ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରି ପାରନ୍ତି। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ।
ତୁଳା
ତୁଳା
ବନ୍ଧୁମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ କାମଟିଏ ସମ୍ପନ୍ନ କରିପାରିବେ ନିଜ ପାଇଁ ସେତିକି କରିପାରିବେ ନାହିଁ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବା ସହ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ।
ବିଛା
ବିଛା
ଆଜିର ଗ୍ରହଯୋଗ ଉଚ୍ଚକୋଟୀର କିନ୍ତୁ ଠିକଣା ସମୟରେ ସୁଯୋଗ ନେଇ ପାରିଲେ ହିଁ ଉପକୃତ ହେବେ। ପ୍ରତ୍ୟେକ କଥାରେ ଅତୀତକୁ ଖୋଜିବସିଲେ ଅନୁତାପ କରିବା ବ୍ୟତୀତ କିଛି ଲାଭହେବନି। କାରବାର ବୃଦ୍ଧିଜନିତ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବ। ବନ୍ଧୁଙ୍କ ପ୍ରେରଣାରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ।
ଧନୁ
ଧନୁ
ନିଜ ମନର ଚିନ୍ତାଧାରାର ବିଷମତା ହିଁ ମାନସିକ ଅଶାନ୍ତି ସୃଷ୍ଟି କରିପାରେ। ପାରିବାରିକ କଳହ, ଟଙ୍କା ଦେଣନେଣ, କଚେରି ମାମଲାର ଟେନ୍ସନ ପ୍ରଭୃତି ସମସ୍ୟା ମଧ୍ୟ ରହିପାରେ। ସଭାସମିତିରେ ଏପରି କିଛି ପ୍ରସ୍ତାବ ମାନ ଦେବେ, ଯାହାକି ବନ୍ଧୁଙ୍କ ମନକୁ ପାଇବ। ଏଜେନ୍ସିପ୍‌, ଗଣମାଧ୍ୟମ, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ଭାଗ୍ୟର ଅନୁକୂଳତା ପ୍ରାପ୍ତ ହୋଇ କାର୍ଯ୍ୟସିଦ୍ଧି ସଙ୍ଗକୁ ସମସ୍ୟାର ଦୂରୀକରଣ ଦିଗରେ ଯନତ୍ବାନ୍‌ ହେବେ। ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଚନ୍ଦ୍ରଙ୍କ ସୁପ୍ରଭାବରୁ ଆଜି ଭଲକଥାଗୁଡ଼ିକ ମଧ୍ୟ ପ୍ରିୟଜନଙ୍କୁ ଖଟା ଲାଗିପାରେ। ତଥାପି ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ ଓ ପାରିବେ ମଧ୍ୟ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

ଆଜିର ଭଲ ଚିନ୍ତା ଆପଣଙ୍କ ଆଚାରବ୍ୟବହାର ଓ କାର୍ଯ୍ୟଶୈଳୀକୁ ନିୟନ୍ତ୍ରିତ କରିବ। ପରିଣାମସ୍ବରୂପ ପରିବାରରୁ ଶ୍ରଦ୍ଧା, ବନ୍ଧୁଙ୍କ ଆଦର, ସମ୍ମାନନୀୟ ବ୍ୟକ୍ତିଙ୍କ ପ୍ରଶଂସାରେ ଉତ୍‌ଫୁଲ୍ଲ ହୋଇପାରନ୍ତି। ହିତୈଷୀଙ୍କ ଜରିଆରେ ଦୀର୍ଘଦିନରୁ ଖୋଜୁଥିବା ଜିନିଷଟି ପାଇ ଖୁସୀ ହୋଇଯିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri