Posted inRasifala

ରାଶିଫଳ: ଶନିବାର, ଏପ୍ରିଲ୍‌ ୨୪ ତାରିଖ – Daily Horoscope

ମେଷ
ଆଜି ଧ୍ରୁବଯୋଗ ସକାଶରୁ କର୍ମ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ଆକସ୍ମିକ ଭାବରେ ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସଙ୍ଗକୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ସହକର୍ମୀଙ୍କ ପରାମର୍ଶ କ୍ରମେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆଇନ, ଜମିଜମା କ୍ଷେତ୍ରରେ କାର୍ଯ୍ୟ ସାଧିତ ହେବ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ।
ମିଥୁନ
ମିଥୁନ
ପ୍ରତ୍ୟେକ ପରିସ୍ଥିତିରେ ନିଜଲୋକଙ୍କ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କେତେକ କାମକୁ ସାମୟିକ ଅଟକାଇ ଦେଇପାରେ। ଛୋଟ କଥାକୁ କେନ୍ଦ୍ରକରି ଭୁଲ୍‌ ବୁଝାମଣା ହେତୁ ପାରିବାରିକ ଅଶାନ୍ତିରେ ଅସ୍ଥିରତା ଅନୁଭବ କରିବେ।
କର୍କଟ
କର୍କଟ
ପରିସ୍ଥିତିର ଅଙ୍କାବଙ୍କା ରାସ୍ତାରେ ଇଚ୍ଛା ନ ଥାଇ ମଧ୍ୟ ଚାଲିବାକୁ ବାଧ୍ୟ ହେବେ। ପାରିବାରିକ ଆବଶ୍ୟକତାକୁ ନେଇ ଖର୍ଚ୍ଚାନ୍ତ ହେବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ପୁନର୍ବସୁ ନକ୍ଷତ୍ର ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ଆଜି ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ବିକ୍ଷିପ୍ତ ଭାବଧାରାର ଅବ୍ୟବସ୍ଥିତ ମନ ଜୀବନଯାତ୍ରାକୁ ବିଶୃଙ୍ଖଳିତ କରିପାରେ। ସବୁ ପ୍ରକାରର ସୁବିଧା ଥିଲେ ମଧ୍ୟ ପାରିବାରିିକ ଜୀବନରେ କିଛିଟା ଅଭାବ ଅନୁଭବ କରିବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ସାମାଜିକ ସ୍ତରରେ ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି।
ତୁଳା
ତୁଳା
ଶାନ୍ତ ମନରେ ସବୁ କାମକୁ କରିବାର ଧୈର୍ଯ୍ୟ ପୂର୍ଣ୍ଣମାତ୍ରାରେ ରହିବ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ତଥାପି ପରିସ୍ଥିତିବଶତଃ କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ରପ୍ତାନି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି, ଆର୍ଥିକ ପ୍ରଗତି, ଉନ୍ନତ ଚିନ୍ତା ଓ କାର୍ଯ୍ୟଧାରାର ଶୃଙ୍ଖଳତା ଦିନଟିକୁ ଖୁସିରେ କଟାଇବାରେ ସାହାଯ୍ୟ କରିବ। ଅନୁରାଧା ନକ୍ଷତ୍ରର ବିଭିନ୍ନ ପାରିବାରିକ ସମସ୍ୟା ଚିନ୍ତାକରି ଚିନ୍ତିତ ରହିବେ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ମିଳିପାରେ। ନିଚ ସମ୍ପର୍କକୁ କେନ୍ଦ୍ର କରି ସମାଲୋଚିତ ହୋଇପାରନ୍ତି।
ଧନୁ
ଧନୁ
ସାମୟିକ ବ୍ୟତିକ୍ରମକୁ ବାଦ୍‌ ଦେଲେ ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରାଜନୀତିରେ କିମ୍ବା ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ ତାହାକୁ ବିନି ଯୋଗ ପାଇଁ ଚେଷ୍ଟା କରିବେ। ଗଣତନ୍ତ୍ରର ପ୍ରତୀକ ଶନି ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ କରାଇବ। ଜମିଜମା ବିବାଦର ସମାଧାନ ହେବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ପରୋକ୍ଷ ଶତ୍ରୁତା ଆପଣଙ୍କ କୌଣସି କାମକୁ ଅଟକାଇ ପାରିବ ନାହିଁ। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି।
ମୀନମୀନ
କେତେକ କ୍ଷେତ୍ରରେ କଥାରେ ଓ କାର୍ଯ୍ୟରେ ଜିଦ୍‌ଖୋର ଯୋଗୁଁ ହଇରାଣ ହୋଇପାରନ୍ତି। ସଭାସମିତି, ଆଲୋଚନା, ଲେଖାପଢା, ସମ୍ପର୍କ ସ୍ଥାପନ ତଥା ବାଣିଜ୍ୟ, ନିର୍ମାଣ, ଶେୟାର ବଜାର, ପରିବହନରେ ଲାଭବାନ ହେବେ। ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ପ୍ରଶଂସିତ ହେବାର ସୌଭାଗ୍ୟ ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri