Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ
ଆଜି ଶ୍ରବଣା ନକ୍ଷତ୍ରସ୍ଥ ଚନ୍ଦ୍ର ଚତୁର୍ଥ ଭାବକୁ ଅବଲୋକନ କରୁଥିବାରୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ଶୁକ୍ରଙ୍କ ଏକାଦଶ ସ୍ଥିତିରୁ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ଓ ବନ୍ଧୁଙ୍କ ପରାମର୍ଶ ଯୋଗୁ ମନ ଖୁସି ରହିବ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା କ୍ଷେତ୍ରରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ। ସହକର୍ମୀଙ୍କ ପରାମର୍ଶକ୍ରମେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, ମିର୍ମାଣ, ଆଇନ, ଅଦାଲତ, ଜମିଜମା କ୍ଷେତ୍ରରେ କାର୍ଯ୍ୟ ସାଧିତ ହେବ। ଆନୁଷ୍ଠାନିକ କାମ ସକାଶେ ଅନ୍ୟମାନଙ୍କ ଦ୍ୱାରା କାମ କରିପାରନ୍ତି।
ମିଥୁନ
ମିଥୁନ
ଆଜି ପ୍ରତ୍ୟେକ ପରିସ୍ଥିତିରେ ନିଜ ଲୋକ ଦ୍ୱାରା ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ସନ୍ତାନ ହେତୁକ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କେତେକ କାମକୁ ସାମୟିକ ଅଟକାଇ ଦେଇପାରେ। ଭୁଲ୍‌ ବୁଝାମଣା କାରଣରୁ ଅଶାନ୍ତିରେ ଅସ୍ଥିରତା ଅନୁଭବ କରିବେ।
କର୍କଟ
କର୍କଟ
ପରିସ୍ଥିତିର ଅଙ୍କାବଙ୍କା ରାସ୍ତାରେ ଇଚ୍ଛା ନ ଥାଇ ମଧ୍ୟ ଚାଲିବାକୁ ବାଧ୍ୟ ହେବେ। ପାରିବାରିକ ଆବଶ୍ୟକତାକୁ ନେଇ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ଆଜି କେବଳ ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ବିକ୍ଷିପ୍ତ ଭାବଧାରାର ଅବ୍ୟବସ୍ଥିତ ମନ ଜୀବନଯାତ୍ରାକୁ ବିଶୃଙ୍ଖଳିତ କରିପାରେ। ଏହା ବ୍ୟତୀତ ସବୁ ପ୍ରକାରର ସୁବିଧା ଥିଲେ ମଧ୍ୟ ପାରିବାରିିକ ଜୀବନରେ କିଛିଟା ଅଭାବ ଅନୁଭବ କରିବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି। କିନ୍ତୁ ହସ୍ତା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ଏହାର ବିପରୀତ ଫଳ ପାଇବେ।
ତୁଳା
ତୁଳା
ଗ୍ରହସ୍ଥିତିର ସୁପ୍ରଭାବରୁ ସବୁ କାମ କରିବାର ଧୈର୍ଯ୍ୟ ପୂର୍ଣ୍ଣମାତ୍ରାରେ ରହିବ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ତଥାପି ପରିସ୍ଥିତିବଶତଃ କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ରପ୍ତାନି ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିପାରେ।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି, ଆର୍ଥିକ ପ୍ରଗତି, ଉନ୍ନତ ଚିନ୍ତା ଓ କାର୍ଯ୍ୟଧାରାର ଶୃଙ୍ଖଳତା ଅନୁଭବ କରି ଖୁସି ହୋଇପାରନ୍ତି। ତଥାପି ଅନୁରାଧା ନକ୍ଷତ୍ରର ବିଭିନ୍ନ ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ। କ୍ରୀଡ଼ା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ମିଳିବାର ବହୁତ ସମ୍ଭାବନା ରହିଛି।
ଧନୁ
ଧନୁ
କେତେକ ସମସ୍ୟାକୁ ବାଦ୍‌ ଦେଲେ ପ୍ରାୟତଃ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ରାଜନୀତିରେ କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ମନସ୍ଥ କରିବେ। ଗଣତନ୍ତ୍ରର ପ୍ରତୀକ ଶନି ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ କରାଇବାର ଆଶା ରହିଛି। ଜମିଜମା ବିବାଦର ସମାଧାନ ହେବା ଆଶା ଉଜ୍ଜ୍ୱଳତର ହେବ।
କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ପରୋକ୍ଷ ଶତ୍ରୁତା ଆପଣଙ୍କ କୌଣସି କାମକୁ ଅଟକାଇ ପାରିବ ନାହିଁ। ସହକର୍ମୀଙ୍କ ସହାୟତାରେ ବକେୟା ଆଦାୟରେ ସକ୍ଷମ ହେବେ। ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ କେତେକ ବ୍ୟକ୍ତିଗତ ପରାମର୍ଶ ଲଭିବା ସୁଯୋଗ ପାଇବେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି।
ମୀନମୀନ
କେତେକ କ୍ଷେତ୍ରରେ କଥାରେ ଓ କାର୍ଯ୍ୟରେ ଜିଦ୍‌ଖୋର ଯୋଗୁ ହଇରାଣ ହୋଇପାରନ୍ତି। ସଭାସମିତି, ଆଲୋଚନା, ସମ୍ପର୍କ ସ୍ଥାପନରେ ଉପକୃତ ହେବେ। ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପ୍ରଶଂସିତ ହେବାର ସୌଭାଗ୍ୟ ଲାଭ କରିବେ। ସମସ୍ତଙ୍କ ଆଦରଣୀୟ ହେବା କାରଣରୁ ଈର୍ଷାପର ବ୍ୟକ୍ତିଙ୍କ ଗାତ୍ରଦାହ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri