Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ
ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳାସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପରିବାରରେ ନିଜ ଲୋକମାନଙ୍କ ପକ୍ଷପାତିତାକୁ ଦେଖି ବ୍ୟସ୍ତ ହେବେ। କୃତି ଓ କୃତିତ୍ୱ ସକାଶେ ସାମାଜିକ ସମ୍ମାନ ହେତୁ ଉଚ୍ଚସ୍ତରରେ ସମ୍ପର୍କ ସ୍ଥାପନ ହେବ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସାଙ୍ଗକୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିବେ। ସହକର୍ମୀଙ୍କ ପରାମର୍ଶ କ୍ରମେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଆଇନ, ଅଦାଲତ, ଜମିଜମା କ୍ଷେତ୍ରରେ କାର୍ଯ୍ୟ ସାଧିତ ହେବ। ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଅର୍ଥ ସମ୍ପର୍କିତ ବିବାଦ ବୃଦ୍ଧି ବନ୍ଧୁ ସମ୍ପର୍କକୁ କ୍ଷୁଣ୍ଣ କରିପାରେ। ତଥାପି ପୁନର୍ବସୁ ନକ୍ଷତ୍ର ସକାଶେ ପ୍ରତ୍ୟେକ ପରିସ୍ଥିତିରେ ନିଜଲୋକ ଦ୍ୱାରା ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ସନ୍ତାନ ହେତୁକ କୈାଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ପରୋକ୍ଷ ଶତ୍ରୁତା କେତେକ କାମକୁ ସାମୟିକ ଅଟକାଇ ଦେଇପାରେ।
କର୍କଟ
କର୍କଟ
ପରିସ୍ଥିତିର ଅଙ୍କାବଙ୍କା ରାସ୍ତାରେ ଇଚ୍ଛା ନ ଥାଇ ମଧ୍ୟ ଚାଲିବାକୁ ବାଧ୍ୟ ହେବେ। ପାରିବାରିକ ଆବଶ୍ୟକତାକୁ ନେଇ ଖର୍ଚ୍ଚାନ୍ତ ହେବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ପୁନର୍ବସୁ ନକ୍ଷତ୍ର ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। କେତେକଙ୍କ କ୍ଷେତ୍ରରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ,ଏଣୁ ସାବଧାନତା ଆବଶ୍ୟକ।
ସି˚ହ
ସି˚ହ
ଆଜି ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ସଭାସମିତିରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ। ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
ବିକ୍ଷିପ୍ତ ଭାବଧାରାର ଅବ୍ୟବସ୍ଥିତ ମନ ଜୀବନଯାତ୍ରାକୁ ବିଶୃଙ୍ଖଳିତ କରିପାରେ। ସବୁ ପ୍ରକାର ସୁବିଧା ଥିଲେ ମଧ୍ୟ ପାରିବାରିିକ ଜୀବନରେ କିଛିଟା ଅଭାବ ଅନୁଭବ କରିବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ସାମାଜିକ କ୍ଷେତ୍ରରେ ପଡୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି।
ତୁଳା
ତୁଳା
ମାନସିକ ଅସ୍ଥିରତା ଲାଗି ରହିଥିଲେ ମଧ୍ୟ ଶାରୀରିକ ସୁସ୍ଥତା ଓ ମାନସିକ ସ୍ଥିରତା ରକ୍ଷାରେ ସମର୍ଥ ହେବେ। ଶାନ୍ତ ମନରେ ସବୁ କାମକୁ କରିବାର ଧୈର୍ଯ୍ୟ ପୂର୍ଣ୍ଣମାତ୍ରାରେ ରହିବ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ପରିସ୍ଥିତିବଶତଃ କର୍ମକ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି, ଆର୍ଥିକ ପ୍ରଗତି, ଉନ୍ନତ ଚିନ୍ତା ଓ କାର୍ଯ୍ୟଧାରାର ଶୃଙ୍ଖଳା ଦିନଟିକୁ ଖୁସିରେ କଟିବାରେ ସାହାଯ୍ୟ କରିବ। ଅନୁରାଧା ନକ୍ଷତ୍ରର ବିଭିନ୍ନ ପାରିବାରିକ ସମସ୍ୟା ଚିନ୍ତାକରି ମନ ଭାରାକାନ୍ତ ରହିବ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ମିଳିପାରେ। କିନ୍ତୁ ନିଚ୍ଚ ସମ୍ପର୍କକୁ କେନ୍ଦ୍ର କରି ସମାଲୋଚିତ ହୋଇପାରନ୍ତି।
ଧନୁ
ଧନୁ
ଆଜି ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ତଥାପି ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ରାଜନୀତିରେ କିମ୍ବା ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ମକର
ମକର
ଆପଣ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରିବେ। ଗଣତନ୍ତ୍ରର ପ୍ରତୀକ ଶନି ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ କରାଇବ। ଜମିଜମା ବିବାଦର ସମାଧାନ ହେବାର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ପରୋକ୍ଷ ଶତ୍ରୁତା ଆପଣଙ୍କ କୈାଣସି କାମକୁ ଅଟକାଇ ପାରିବ ନାହିଁ। ସହକର୍ମୀଙ୍କ ସହାୟତାରେ ବକେୟା ଆଦାୟରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି। କଥାରେ ସଂଯମତା, ଅର୍ଥରେ ମିତବ୍ୟୟତା, ଚିନ୍ତାରେ ଶୃଙ୍ଖଳତା ରକ୍ଷାକଲେ ଉପକୃତ ହେବେ।
ମୀନମୀନ
କେତେକ କ୍ଷେତ୍ରରେ କଥାରେ ଓ କାର୍ଯ୍ୟରେ ଜିଦ୍‌ଖୋର ଯୋଗୁ ହଇରାଣ ହୋଇପାରନ୍ତି। ସଭାସମିତି, ଆଲୋଚନା, ସମ୍ପର୍କ ସ୍ଥାପନ ତଥା ବାଣିଜ୍ୟ, ନିର୍ମାଣ, ଶେୟାର ବଜାରରେ ଲାଭବାନ ହେବେ। ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ପ୍ରଶଂସିତ ହେବେ। ଜହ୍ନମାମୁ ଭଳି ସମସ୍ତଙ୍କର ଆଦରଣୀୟ ହେବା କାରଣକୁ ନେଇ ଈର୍ଷାପରାୟଣ ବ୍ୟକ୍ତିଙ୍କ ଗାତ୍ରଦାହ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri