Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ
ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପଡ଼ୋଶୀମାନେ ଈର୍ଷାନ୍ବିତ ହୋଇ ସାଧାରଣ କଥାରେ କଳହ କରିପାରନ୍ତି।
ବୃଷ
ବୃଷ
ସ୍ବାସ୍ଥ୍ୟହାନି, ବନ୍ଧୁମାନଙ୍କ ବେଖାତିର ମନୋଭାବ ଓ ଅର୍ଥ ସଂକଟଜନିତ ମନ ଅଶାନ୍ତ ରହିବ। ପରିସ୍ଥିତି ଅନୁଯାୟୀ କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି କାର୍ଯ୍ୟସିଦ୍ଧି ସାଙ୍ଗକୁ ଜମିଜମା କାରବାରରେ ଆଶା ପୂରଣ ହୋଇପାରିବ। ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଥିଲେ ମଧ୍ୟ କାମଗୁଡିକ ଠିକ୍‌ ସମୟରେ କରିପାରିବେ। ଅନ୍ୟମନସ୍କତା ପରିହାର କରି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ପାରିବାରିକ କ୍ଷେତ୍ରରେ ଅର୍ଥାଭାବ କେତେକ କାମକୁ ଅଟକାଇ ଦେଇପାରେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା ଲାଗିରହିଥିଲେ ମଧ୍ୟ ପରିସ୍ଥିତିବଶତଃ କାମରେ ଅବହେଳା କରିପାରିବେ ନାହିଁ। ତଥାପି ଏମିତି କେତେକ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିପାରେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ କିନ୍ତୁ ରାଜନୈତିକ ସ୍ଥିତି ସରଗରମ ରହିବ। ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
ସି˚ହ
ସି˚ହ
ଦୈହିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଖୁସି ହେବେ। ସରକାରୀ ସ୍ତରରୁ ସାହାଯ୍ୟ, ସହଯୋଗ ପାଇବାର ଆଶା ରହିଛି। ପରିବାରରେ ଆର୍ଥିକ ଅନଟନ, ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବା କାରଣରୁ ମନ ଉଦ୍‌ବେଗଯୁକ୍ତ ରହିପାରେ।
କନ୍ୟା
ସବୁ ସୁବିଧା ଥାଇ ମଧ୍ୟ ପାରିବାରିକ ଜୀବନରେ ମାନସିକ ଶାନ୍ତିର ଅଭାବ ଅନୁଭବ କରିବେ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସହଯୋଗରୁ ଉତ୍ସାହିତ ହେବେ। ଗୃହ ନିର୍ମାଣ କିମ୍ବା ମରାମତିରେ ପଡ଼ୋଶୀଙ୍କ ନିକଟରୁ ସାହାଯ୍ୟ ମଧ୍ୟ ପାଇବେ। କର୍ମକ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରି ଅପ୍ରିୟତା ଅର୍ଜନ କରିପାରନ୍ତି।
ତୁଳା
ତୁଳା
ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଆଜି କୌଣସି କାମ ଅଟକିବ ନାହିଁ। ବନ୍ଧୁଙ୍କ ପରାମର୍ଶରେ ସମାଧାନର ରାସ୍ତା ବାହାର କରିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ମନ ଅନୁଯାୟୀ କାମ ନ ହେବାରୁ ବ୍ୟସ୍ତ ହେବେ। ବିଭିନ୍ନ ପ୍ରକାରର ପାରିବାରିକ ସମସ୍ୟା ବିଷୟ ଚିନ୍ତାକରି ମନ ଭାରାକାନ୍ତ ରହିବ। କ୍ରୀଡ଼ା, ପ୍ରତିଯୋଗିତା, ଲେଖାପଢ଼ା, ସାହିତ୍ୟ,ସାମ୍ବାଦିକତା କ୍ଷେତ୍ରରେ ସଫଳତା ମିଳିପାରେ। ପ୍ରିୟଜନଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବାର ସୂଚନା ରହିଛି।
ଧନୁ
ଧନୁ
ଆଜି କର୍ମାରମ୍ଭ, ବନ୍ଧୁମିଳନ, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କିନ୍ତୁ ଆଲୋଚନା ଅବକାଶରେ କଠୋର କଥା କହି କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେବ। ଅଫିସ କାମରେ ବ୍ୟସ୍ତ ରହି ଘରର ଆବଶ୍ୟକତାକୁ ଭୁଲିଯିବେ। ରାଜନୀତି, ସାଂଗଠନିକ, ପ୍ରଶାସନିକ ସ୍ତରରେ ପ୍ରଶଂସିତ ହେବେ।
ମକର
ମକର
କର୍ମପରିସର ବୃଦ୍ଧି କାରଣରୁ ଘରର ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାରେ ବିଳମ୍ବ ଘଟିବ। ସମସ୍ୟା ତ ଅନେକ ରହିଛି ତଥାପି ବନ୍ଧୁଙ୍କ ଜରିଆରେ କାମ ହାସଲ ମଧ୍ୟ କରିବେ। ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରି ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆଜି ଆତ୍ମୀୟଙ୍କ ସହଯୋଗରେ ସହଜ ଓ ସୁବିଧାରେ କାମଗୁଡିକ ସମ୍ପନ୍ନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଅନ୍ୟମାନଙ୍କର ପ୍ରତିବନ୍ଧକ ଯୁକ୍ତ କାମ ଆପଣଙ୍କ କୌଣସି କାମକୁ ଅଟକାଇ ପାରିବ ନାହିଁ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସୂଚନା ରହିଛି।
ମୀନମୀନ

ସ୍ୱାସ୍ଥ୍ୟ ସମସ୍ୟା ରହିଥିଲେ ମଧ୍ୟ ବନ୍ଧୁଙ୍କ ସହଯୋଗରେ କାମକୁ ଆଗେଇ ନେବେ। ଅସନ୍ତୁଷ୍ଟ ରହିଥିବା ନିଜର ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ପରିବାରରେ ମତାନ୍ତରଜନିତ ଝଗଡ଼ା ଲାଗିପାରେ। ବାଣିଜ୍ୟ, ନିର୍ମାଣ, ଶେୟାର ବଜାର, ପରିବହନରେ ଲାଭବାନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri