Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ପରଶ୍ରୀକାତର ପଡ଼ୋଶୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି। ପରିବାରର ବରାଦ ଅନୁସାରେ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
ସକାଳୁ ସକାଳୁ କୌଣସି ଘଟଣାକୁ କେନ୍ଦ୍ର କରି ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ।ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରି ଆସିବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ। ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ ପାରନ୍ତି। ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇ ନେବେ। ସାମାଜିକ ସ୍ତରରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ମନ ଭଲ ନ ଥିବା କାରଣରୁ ପ୍ରତ୍ୟେକ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରଶଂସା ଓ ପ୍ରୋସତ୍ାହନ ପାଇ ମନୋବଳ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ସି˚ହ
ସି˚ହ
ଆଲୋଚନାର ଶେଷଭାଗରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଅଫିସରେ ଭୁଲ୍‌ ବୁଝାମଣା ଯୋଗଁୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ। ପରିବାରର ଆବଶ୍ୟକତା ଅନୁଯାୟୀ ଧାରକରଜ କରି କାମ ଚଳାଇ ନେବେ। ବୟସ୍କବ୍ୟକ୍ତିଙ୍କ ପରାମର୍ଶରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ।
କନ୍ୟା
କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ସାମୟିକ ସମସ୍ୟା ଦେଖାଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ପ୍ରଶାସନିକ ସ୍ତରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଦୀର୍ଘ ଦିନ ହେଲା ଖୋଜୁଥିବା ଜିନିଷଟି ଆଜି ଅପରାହ୍ନେ ହଠାତ୍‌ ପାଇଯିବେ।
ତୁଳା
ତୁଳା
ଦୀର୍ଘ ଦିନ ହେଲା ମନରେ ଭାବୁଥିବା କଥାଟି ଆଜିର ଅପରାହ୍ନରେ ବାସ୍ତବରେ ପରିଣତ ହୋଇଯିବ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କର୍ମକ୍ଷେତ୍ରରେ ଈର୍ଷାଳୁ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବିଛା
ବିଛା
ଅଧିକାଂଶ ସମୟରେ ଟେନ୍ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୃହସୀମା କିମ୍ବା ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ। ପଡ଼ୋଶୀମାନେ ସାଧାରଣ କଥାକୁ କେନ୍ଦ୍ର କରି କଳହ କରିପାରନ୍ତି ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ। ସ୍ବାର୍ଥହାନି ଆଶଙ୍କାରେ ଆମତ୍ୀୟ ମାନେ କ୍ରମଶଃ ଦୂରେଇ ଯାଇପାରନ୍ତି।
ମକର
ମକର
ଭଲରୂପେ ନ ଜାଣି ଲୋକମାନଙ୍କୁ ଅଯଥା ସନ୍ଦେହ କଲେ କ୍ଷତିରେ ପଡିବେ। ଆଜିର କର୍ମକ୍ଷେତ୍ରରେ ସହମତିରେ କାମକଲେ ସମସ୍ୟାର ସମାଧାନ ହେବ। ମୂଲ୍ୟବାନ ଜିନିଷଟି ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ମାନସିକ ସ୍ଥିତି ପ୍ରାୟତଃ ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗିରହିବ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ।
ମୀନମୀନ
ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ଶାନ୍ତି ବ୍ୟାହତ ହୋଇପାରେ। ଆନୁଷ୍ଠାନିକ ସ୍ତରରେ ସବୁ ସମସ୍ୟା ଓ ଆଲୋଚନା ଜାଣି ମଧ୍ୟ ନୀରବତା ଅବଲମ୍ବନ କରିବାକୁ ଶ୍ରେୟ ମନେ କରିବେ। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ଆଶା କରିଥିବା କୌଣସି ଶୁଭ ଖବର ପାଇ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri