Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ
ଦ୍ୱିତୀୟସ୍ଥ ଚନ୍ଦ୍ର ଯୋଗୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ହଠାତ୍‌ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର ସହକର୍ମୀଙ୍କ ଦ୍ୱାରା ସଭାସମିତିରେ ସମାଲୋଚିତ ହୋଇପାରନ୍ତି।
ବୃଷ
ବୃଷ
ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କୌଣସି ଘଟଣାକୁ କେନ୍ଦ୍ର କରି ସକାଳୁ ସକାଳୁ ମନଟା ବିଗିଡ଼ି ଯାଇପାରେ। ରୋହିଣୀ ନକ୍ଷତ୍ରର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରି ଆସିବ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ ପାରିବ ନାହିଁ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି। ବ୍ୟୟଭାବସ୍ଥ ଚନ୍ଦ୍ର ଯୋଗୁ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ସାମାଜିକ ସ୍ତରରେ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ।
କର୍କଟ
କର୍କଟ
ଅଷ୍ଟମସ୍ଥ ଶନିଜନିତ ମନ ଭଲ ନ ଥିବା କାରଣରୁ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ। ପୁନର୍ବସୁ ନକ୍ଷତ୍ରର ବନ୍ଧୁମାନଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ସି˚ହ
ସି˚ହ
ଆଲୋଚନାର ଶେଷଭାଗରେ କୌଣସି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ମଘା ନକ୍ଷତ୍ର ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ଭ୍ରମଣ ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ। ପରିବାରର ଆବଶ୍ୟକତା ଅନୁଯାୟୀ ଧାର କରଜ କରି କାମ ଚଳାଇନେବେ।
କନ୍ୟା
କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ସାମୟିକ ସମସ୍ୟା ଦେଖାଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ବୃହସ୍ପତି ଦୁଃସ୍ଥାନସ୍ଥ ହେତୁ କଥାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଦୀର୍ଘଦିନ ହେଲା ଖୋଜୁଥିବା ଜିନିଷ ଆଜି ଅପରାହ୍ନେ ହଠାତ୍‌ ପାଇଯିବେ।
ତୁଳା
ତୁଳା
ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ହେତୁ ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। କର୍ମକ୍ଷେତ୍ରରେ ଈର୍ଷାଳୁ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରୁ ପ୍ରଶଂସିତ ହେବେ।
ବିଛା
ବିଛା
ମଙ୍ଗଳ ଦୃଷ୍ଟିରେ ଚନ୍ଦ୍ରଜନିତ ଟେନ୍‌ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଗୃହସୀମା କିମ୍ବା ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ। ପଡ଼ୋଶୀମାନେ ସାଧାରଣ କଥାକୁ କେନ୍ଦ୍ର କରି କଳହ କରିପାରନ୍ତି ।
ଧନୁ
ଧନୁ
ଗୁରୁଙ୍କ ଶୁଭଦୃଷ୍ଟିରୁ ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଆମୋଦ ପ୍ରମୋଦର ମଉକା ଜୁଟିବ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, ପ୍ରକାଶନ ଓ ପରିବହନରେ ସମସ୍ୟାର ସମାଧାନ ହେବ।
ମକର
ମକର
ଚତୁର୍ଥସ୍ଥ ଗୁରୁଜନିତ ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ। ଭଲରୂପେ ନ ଜାଣି ନ ବୁଝି ସନ୍ଦେହ କଲେ ନିଜେ କ୍ଷତିରେ ପଡ଼ିବେ। କର୍ମକ୍ଷେତ୍ରରେ ସହମତିରେ କାମ କଲେ ସମସ୍ୟାର ସମାଧାନ ହେବ। ମୂଲ୍ୟବାନ୍‌ ଜିନିଷଟି ପରକୁ ଦେଇ ଆବଶ୍ୟକ ସମୟରେ ନ ପାଇ ଅପଦସ୍ଥ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଷଷ୍ଠାଧିପ ଚତୁର୍ଥସ୍ଥ ଯୋଗୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗିରହିବ। ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ।
ମୀନମୀନ

ଆଜି ସକାଳୁ ସକାଳୁ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ। ଦ୍ୱିତୀୟସ୍ଥ ବୃହସ୍ପତି ହେତୁ ଅପରାହ୍ନରେ ବନ୍ଧୁଙ୍କ ନିକଟରୁ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି। କୌଣସି ବ୍ୟତିକ୍ରମ ଅବଲୋକନ କରି ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି ଗ୍ରହସ୍ଥିତିର ସୁପ୍ରଭାବରେ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ଶୃଙ୍ଖଳିତ ରହିବ। ପିଲାଙ୍କ ଆବଶ୍ୟକତା ଅନୁସାରେ ଜିନିଷ ନ ଆଣିବାରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହେବେ।…

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri