Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨୪ ତାରିଖ – Daily Horoscope

ମେଷ
ଆଜି ସତ୍‌ କାର୍ଯ୍ୟରେ ବ୍ୟୟ ସାଙ୍ଗକୁ ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବେ। ବନ୍ଧୁଙ୍କ ସାହାଯ୍ୟ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ନେବେ। ମିଠା ପ୍ରତିଶ୍ରୁତି ପାଇବେ ସତ, ଆଶା କରିଥିବା ଦିଗରୁ ମୂଲ୍ୟବାନ୍‌ ଜିନିଷଟି ପ୍ରାପ୍ତ ହେବ ନାହିଁ। କଳା, ସାହିତ୍ୟ, ସଙ୍ଗୀତ ଅଧ୍ୟାପନା, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ନିଜର ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ସହ ମିତ୍ରତା କରିବା ସକାଶେ ମନ ବଳାଇବେ। ସତର୍କତା ଅଭାବରୁ ଧନହାନି କିମ୍ବା କଳହର ସୂତ୍ରପାତ ହୋଇପାରେ। ପରିସ୍ଥିତିବଶତଃ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କଳା, ସାହିତ୍ୟ, ଧାର୍ମିକ ପ୍ରବଚନ ଏବଂ କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ବନ୍ଧୁଙ୍କ ବଦାନ୍ୟତା, ସାମାଜିକ ସମ୍ମାନ, ଆର୍ଥିକ ଉନ୍ନତି ଓ ଆଧ୍ୟାତ୍ମିକ ବାତାବରଣରେ ମନ ପ୍ର୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ସୁଦ୍ଧା ଏଥିରୁ ଓହରି ପାରିବେ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି।
କର୍କଟ
କର୍କଟ
ସମସ୍ୟା ସମାଧାନଜନିତ କାର୍ଯ୍ୟରେ ଅଗ୍ରଗତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ଆଲୋଚନାର ଶେଷ ପର୍ଯ୍ୟାୟରେ ବନ୍ଧୁ ବିଶ୍ୱାସ ଘାତକତା କରିପାରନ୍ତି। ଅର୍ଥ ସମ୍ପର୍କୀୟ ଆଲୋଚନା ସୁରୁଖୁରୁରେ ସମ୍ପନ୍ନ ହେବ, ଏଥିପାଇଁ କିଛିଟା ହଇରାଣ ହେବେ। ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ପ୍ରତ୍ୟେକ କାମ ସମସ୍ୟା ବହୁଳ ହେଉଥିବା କାରଣରୁ ମନରେ ସରସତା ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ର ଭଳି ଆଚରଣ କରିପାରନ୍ତି। ସାହିତ୍ୟ, ସାମ୍ବାଦିକତା, ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଉନ୍ନତମାନର ଫଳ ପ୍ରାପ୍ତି। ସନ୍ତାନହେତୁକ ଚିନ୍ତା ଦୂର ହେବ।
କନ୍ୟା
ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍‌ନା କରି ମାନସିକ ଦୁର୍ବଳତା ଦେଖାଦେଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଆଲୋଚନା କ୍ଷେତ୍ର୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ। ଭାଇଙ୍କ ଅସୁବିଧା ପରିସ୍ଥିତି ବିଷୟ ଚିନ୍ତା କରି ଅଶାନ୍ତ ରହିପାରନ୍ତି।
ତୁଳା
ତୁଳା
ସମସ୍ୟାର ସରଳ ସମାଧାନ କରି ଶାନ୍ତି ଲଭିବେ। କର୍ମକ୍ଷେତ୍ରରେ ଆପଣ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବାରେ ସମର୍ଥ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖାଦେଇପାରେ। ଅଫିସ୍‌ରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିବାର ସୂଚନା ରହିଛି ।
ବିଛା
ବିଛା
ଆଜି ଆପଣଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁ ପ୍ରଗାଢ଼ ଅନୁରକ୍ତି ପ୍ରକାଶ କରିପାରନ୍ତି। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିବେ। ସାହିତ୍ୟ ଆସର, ସାମ୍ବାଦିକତା, ପ୍ରକାଶନ ଓ ପ୍ରଶାସନ, ସଙ୍ଗୀତ ସମାରୋହ, କ୍ଷେତ୍ରରେ ସମସ୍ୟା ଦୂର ହେବାର ସମ୍ଭାବନା ଉଜ୍ଜ୍ୱଳ।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସାଧାରଣ ଟିକିଏ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ସାହିତ୍ୟ, କଳା ଓ ରଚନାମତ୍କ କାମ, ଆନୁଷ୍ଠାନିକ କାର୍ଯ୍ୟରେ ଉଚ୍ଚ ପ୍ରଶଂସା ପାଇବେ। ପରିବାରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବିଚଳିତବୋଧ କରିବେ।
ମକର
ମକର
ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ସହଯୋଗର ଅଭାବ ରହିବ ନାହିଁ। କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ, ମାତ୍ର ସାମୟିକ କଳହଜନିତ ସମ୍ପର୍କ ହାନି ହୋଇପାରେ। ବକେୟା ଅର୍ଥ ଆଦାୟରେ ସକ୍ଷମ ନ ହେବା ହେତୁ ମନଟା ଭାରାକ୍ରାନ୍ତ ରହିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ଭାବାନ୍ତର ସୃଷ୍ଟି କରିବ। ଆତ୍ମୀୟସ୍ବଜନମାନେ ସ୍ବାର୍ଥ ସାଧନ ଆଶା କ୍ଷୀଣ ଦେଖି ଦୂରେଇ ଯାଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଉନ୍ନତି, ଜମିଜମା କାରବାରରେ ଚୁକ୍ତି ଆଦି କାମ ସମ୍ପନ୍ନ କରିପାରିବେ। ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
କୌଣସି କାମ ଅଟକିବ ନାହିଁ। ଯାହା ଆଶା କରୁଛନ୍ତି ଅବଶ୍ୟ ପାଇବେ। ପରିବାରର ଖର୍ଚ୍ଚ ବଢ଼ିଯିବା କାରଣରୁ ମନରେ ସରସତା ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପ୍ରିୟ ବନ୍ଧୁଟି ସହଯୋଗ କରିବେ। ସାମ୍ବାଦିକତା, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ର, ଆଲୋଚନାରେ, ରାଜନୀତିରେ, ସଙ୍ଗଠନରେ, କଳା, ସାହିତ୍ୟରେ ଚେଷ୍ଟା ସଫଳ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri