Posted inRasifala

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୨୪ ତାରିଖ – Daily Horoscope

ମେଷ
ଆଜି ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା, ଆଦର ପାଇ ମନର ଦୁଃଖକୁ ମନେ ପକାଇପାରିବେ ନାହିଁ। ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆନୁଷ୍ଠାନିକ କାମ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି। ଘରେ ସ୍ତ୍ରୀଙ୍କ ଅମନଯୋଗୀ ଓ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ।
ବୃଷ
ବୃଷ
ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିପାରନ୍ତି। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। ସାଂସ୍କୃତିକ କାର୍ଯ୍ୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ। ରାଜନୈତିକ କ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ତପତ୍ରତା ଲାଗି ରହିବ।
ମିଥୁନ
ମିଥୁନ
ପିଲାଙ୍କ ସମସ୍ୟାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିପାରନ୍ତି। ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ଗତ ଦିନର ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି । ପୁଷ୍ୟା ନକ୍ଷତ୍ର ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ।
ସି˚ହ
ସି˚ହ
ଆଜି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଭୁଲ୍‌ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ।
କନ୍ୟା
ଆଜି ସ୍ବତନ୍ତ୍ର ନିମନ୍ତ୍ରଣକ୍ରମେ ସକାଳୁ ବନ୍ଧୁମିଳନ ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ। ସାହାଯ୍ୟର ପ୍ରତିଶ୍ରୁତି ଦେଇ ବନ୍ଧୁ ଦୂରେଇରହିପାରନ୍ତି। ଆମତ୍ୀୟଙ୍କ କାର୍ଯ୍ୟକଳାପ ଚିନ୍ତାର କାରଣ ହୋଇପାରେ। ବେପାର, ବାଣିଜ୍ୟ ତଥା ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ।
ତୁଳା
ତୁଳା
ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟା ସୁଧାରିନେବେ। କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ। ପାରିବାରିକ ସମସ୍ୟା ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେନାହିଁ। କର୍ମକ୍ଷେତ୍ରରେ ସତ୍ୟ କହି ବିବାଦୀୟ ହୋଇପାରନ୍ତି। ଅଧସ୍ତନ କର୍ମଚାରୀଙ୍କ ମନମୁଖି ଚିନ୍ତାଧାରା କେତେକ ନୂତନ ସମସ୍ୟା ସୃଷ୍ଟି କରିବ। ପାରସ୍ପରିକ ଆଲୋଚନା ମାଧ୍ୟମରେ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ।
ଧନୁ
ଧନୁ
ପାରିବାରିିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ।
ମକର
ମକର
ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ, କିନ୍ତୁ କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟିର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଲକ୍ଷ୍ୟ କରାଯାଇପାରେ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ସଫଳତା ପାଇବେ। କିନ୍ତୁ ବିଶେଷ ଭ୍ରମଣହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି ,ଯାହାକି ଉଦ୍‌ବେଗର କାରଣ ହୋଇପାରେ। ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ।
ମୀନମୀନ
ଗତଦିନର ଘଟଣାବଳୀକୁ ନେଇ ରହିଥିବା ଟେନ୍‌ସନ ଆଜି କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପାରିବାରିକ କ୍ଷେତ୍ର ଭୋଗବିଳାସ ଓ ହସଖୁସିରେ ଅତିବାହିତ ହେବ। ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?