Posted inRasifala

ରାଶିଫଳ: ଶନିବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ
ଆଜି ଦିନଟି ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ଅନ୍ତରଙ୍ଗ ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ବନ୍ଧୁ ମିଳନ ସଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ଆଜି ରାଶ୍ୟାଧିପ ସ୍ବଗୃହୀ ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଚେରି ମାମଲା କିମ୍ବା ପାରିବାରିକ ସମସ୍ୟା ବୃଦ୍ଧି ହେତୁ ବ୍ୟସ୍ତତା ବଢ଼ିଯାଇପାରେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ରାଜନୀତି କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ପୁନର୍ବସୁ ନକ୍ଷତ୍ରର ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ଖୁସୀ ରହିବେ। ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟାରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ପାରିବାରିକ ଅଶାନ୍ତି କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ଆଜିର ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ,ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭାସମିତି, ମନୋରଞ୍ଜନରେ ସଫଳତା ଅର୍ଜନ କରିବେ।
କନ୍ୟା
ଅଧିକାଂଶ ସମୟ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ଭାରସାମ୍ୟ ହରାଇବେ। କର୍ମକ୍ଷେତ୍ରରେ କାମଗୁଡ଼ିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ। ସାହିତ୍ୟ, ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ ଓ ଆଇନ ଅଦାଲତରୁ ସୁଫଳ ପାଇବେ। ଅଟକି ରହି ଯାଇଥିବା ଅର୍ଥ ଲାଭରୁ ଖୁସି ରହିବେ।
ତୁଳା
ତୁଳା
କଥା ଦେଇ କଥା ରଖୁ ନ ଥିବା କାରଣରୁ ନିଜ ଲୋକଙ୍କ ଉପରେ ଭରସା କରି ପାରିବେ ନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ସ୍ବାତୀ ନକ୍ଷତ୍ରର ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ କିନ୍ତୁ ପ୍ରତିବନ୍ଧକ ଲାଗି ରହିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
ଆଜି ଦିନଟିରେ ସାବଧାନତା ସହକାରେ କାମ କରିବା ଭଲ ହେବ। ଅଫିସ୍‌ କାମରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଅନୁରାଧା ନକ୍ଷତ୍ର ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି।
ଧନୁ
ଧନୁ
ବିଭିନ୍ନ ବିଷୟରେ ଚିନ୍ତାକରି କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। ଆଲୋଚନା ପରିସରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ ଓ ପାରିବେ ମଧ୍ୟ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ଅଶାନ୍ତିକୁ ନିମନ୍ତ୍ରଣ କରିପାରେ।
ମକର
ମକର
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖାଦେବାର ଆଶଙ୍କା ରହିଛି। ପୂର୍ବରାଗକୁ କେନ୍ଦ୍ରକରି ପଡ଼ୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି। ଶିକ୍ଷା, ପରୀକ୍ଷା, ସନ୍ତାନ, ଲେଖାପଢ଼ା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ଆକସ୍ମିକଭାବରେ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଯାତ୍ରା କରିବାକୁ ପଡ଼ିପାରେ। ସ୍ଥିତି ବିଶେଷ ଭଲ ନ ଥିଲେ ମଧ୍ୟ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହୋଇପାରନ୍ତି।
ମୀନମୀନ
ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତାରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସଙ୍ଗକୁ ଟେନସନ୍‌ କମିଯିବ। ପ୍ରତ୍ୟେକ କ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?