Posted inRasifala

ରାଶିଫଳ: ରବିବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ
ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ। ପାରିବାରିକ, ପରିବହନ କ୍ଷେତ୍ରରେ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡ଼ିବେ । ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଗାଡ଼ିମୋଟର ଚଳାଇବା ସମୟରେ ଅନ୍ୟମନସ୍କ ଅସୁବିଧାର କାରଣ ହୋଇପାରେ ।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ । ଆଜି ଆପଣ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାମତ୍ିକ ସଭା ସମିତିରେ ସମ୍ମାନିତ ହେବେ ।
ମିଥୁନ
ମିଥୁନ
ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ସାଧାରଣ ଘଟଣାକୁ ଅତିରଞ୍ଜିତ କରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଅର୍ଥ ସମ୍ପର୍କ, ବ୍ୟବସାୟ, ଯାତ୍ରା, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ । ଆର୍ଦ୍ରା ନକ୍ଷତ୍ର ବିଭିନ୍ନ ସମସ୍ୟାକୁ ବିମର୍ଷ ରହିପାରନ୍ତି । ସନ୍ତାନହେତୁକ ଚିନ୍ତା ଦୂର ହେବ।
କର୍କଟ
କର୍କଟ
ସକାଳ ସମୟଟି ବହୁତ ଭଲରେ କଟିବ ଏବଂ ଆପଣଙ୍କ କୌଣସି କାମ ଅଟକିବ ନାହିଁ ା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ ା ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି ା ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବାରୁ ଖୁସି ରହିବେ ା
ସି˚ହ
ସି˚ହ
ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇପାରନ୍ତି ା ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ର ସକାଶେ ଆଜିର ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ ା ବ୍ୟବସାୟ, ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା ପ୍ରଭୃତିରେ ସଫଳତା ପାଇବେ। ଧର୍ମଚର୍ଚ୍ଚା ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ ା
କନ୍ୟା
ଅଧିକାଂଶ ସମୟ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ ା କର୍ମକ୍ଷେତ୍ରରେ କାମଗୁଡ଼ିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ ା ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ପାଇଁ ସମ୍ପର୍କୀୟମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ବହୁତ ଦିନରୁ ଅଟକି ରହିଯାଇଥିବା ଅର୍ଥ ଲାଭରୁ ଖୁସି ରହିବେ ା
ତୁଳା
ତୁଳା
କଥା ଦେଇ କଥା ରଖିନଥିବା କାରଣରୁ ନିଜ ଲୋକଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ, କିନ୍ତୁ ପ୍ରତିବନ୍ଧକ ଲାଗି ରହିବ। ଚିତ୍ରା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ ା ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ ା ଜ୍ୟେଷ୍ଠା ନକ୍ଷତ୍ର ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି ା ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ ା
ଧନୁ
ଧନୁ
କର୍ମକ୍ଷେତ୍ରରେ ଦକ୍ଷତା ହେତୁକ ପ୍ରତିଷ୍ଠିତ ହେବ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହାକି ଅଶାନ୍ତିକୁ ନିମନ୍ତ୍ରଣ କରିବ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୈହିକ ଦୁର୍ବଳତା ମାନସିକ ସ୍ଥିତିକୁ ନିରୁତ୍ସାହିତ କରିପାରେ ା
ମକର
ମକର
ସକାଳୁ ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖାଦେବାର ସୂଚନା ରହିଛି । ପଡ଼ୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି । ଶିକ୍ଷା, ପରୀକ୍ଷା, ସନ୍ତାନ, ଲେଖାପଢ଼ା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହେବେ ।
କୁମ୍ଭ
କୁମ୍ଭ
ଆଜି ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଆକସ୍ମିକ ଯାତ୍ରା କରିବାକୁ ପଡ଼ିପାରେ । ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରିବ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ
କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍‌ କମିଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଦୂରସମ୍ପର୍କୀୟ ବନ୍ଧୁ ଆଜି ଆସିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri