Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ
ପ୍ରିୟବନ୍ଧୁଙ୍କ ହସ୍ତକ୍ଷେପ ପାରିବାରିକ ଶାନ୍ତି ଫେରାଇ ଆଣିବାରେ ସହାୟକ ହେବ। ପାରିବେଶିକ ପରିସ୍ଥିତି ଓ ଦୁସ୍ଥ ମାନସିକତା ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ଧର୍ମୀୟ ଭାବନା, ବନ୍ଧୁମିଳନ ଓ ପ୍ରତ୍ୟୁଷ ଯାତ୍ରା ମନକୁ ପ୍ରଭାବିତ କରିବ। ବ୍ୟବସାୟ, ପରିବହନ କ୍ଷେତ୍ରରେ ସଫଳତାର ଆଶା ରହିଛି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଆଲୋଚନାନୁଯାୟୀ ସହମତିରେ କାର୍ଯ୍ୟସାଧନ କରିପାରିବା କଷ୍ଟକର ହୋଇପାରେ। ଦୈହିକ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ। ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି। ପାରିବାରିକ ସମସ୍ୟା କର୍ମକ୍ଷେତ୍ରକୁ ପ୍ରଭାବିତ କରିବାର ସୂଚନା ରହିଛି।
ମିଥୁନ
ମିଥୁନ
ଆବଶ୍ୟକତା ପୂରଣ ପରିପ୍ରେକ୍ଷୀରେ ଧାରକରଜ କିମ୍ବା ବ୍ୟାଙ୍କଲୋନ୍‌ ମାଧ୍ୟମରେ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ଔଷଧ କ୍ରୟ, ଡାକ୍ତର ଫି’ କିମ୍ବା ଶାରୀରିକ ପରୀକ୍ଷାଜନିତ ବ୍ୟୟ ମଧ୍ୟ କରିପାରନ୍ତି। ସାଧାରଣ ଘଟଣାକୁ ଅତିରଞ୍ଜିତ କରି ପଡ଼ୋଶୀ ଅପପ୍ରଚାର ଚଳାଇପାରନ୍ତି। ବିବାଦୀୟ ପରିସ୍ଥିତି କିମ୍ବା ମକଦ୍ଦମାରେ ସ୍ଥିତି ଅନୁକୂଳ ହେବ।
କର୍କଟ
କର୍କଟ
ପରିସ୍ଥିତିର ଗୁରୁତ୍ୱକୁ ହୃଦୟଙ୍ଗମ କରି ବନ୍ଧୁଙ୍କୁ ଅର୍ଥସାହାଯ୍ୟ ପ୍ରଦାନ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି। ମାନସିକ ଓ ଶାରୀରିକ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ନ ଘଟିବାରୁ ମନ ସାମୟିକ ବିଚଳିତ ରହିପାରେ।
ସି˚ହ
ସି˚ହ
ପରିବାରର ସମ୍ମତିକ୍ରମେ ପୁରୁଣା ଘର, ଯାବାହନ କ୍ରୟବିକ୍ରୟ ପାଇଁ ମନସ୍ଥ କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଜନିତ ମାନସିକ ଶାନ୍ତି ବ୍ୟାହତ ହୋଇପାରେ। ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭା ସମିତିରେ ସଫଳତା ଅର୍ଜନ କରିବେ।
କନ୍ୟା
ଆଜିର ଗ୍ରହସ୍ଥିତି ଆପଣଙ୍କୁ ପାରିବାରିକ ସୁଖସମ୍ମାନ ଏବଂ କର୍ମକ୍ଷେତ୍ରରେ ଗୌରବ ପ୍ରଦାନ କରିବ। ସାମାଜିକ, ପରିବହନ, ଲୋକସମ୍ପର୍କ ଦିଗ ପ୍ରତି ଗ୍ରହସ୍ଥିତି ପ୍ରତିକୂଳ ରହିବ। ଏଜେନ୍ସିପ୍‌,ସାମ୍ବାଦିକତା, ଶିକ୍ଷା, ପ୍ରକାଶନ, ପ୍ରଶାସନ ଓ ଆଇନ ଅଦାଲତରୁ ସୁଫଳ ପାଇବେ। ମାଙ୍ଗଳିକ କାମ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ତୁଳା
ତୁଳା
ସମସ୍ୟା ରହିଥିଲେ ମଧ୍ୟ କାର୍ଯ୍ୟହାସଲ ସକାଶେ ଚେଷ୍ଟା ଅବ୍ୟାହତ ରହିବ। ନିଜ ଲୋକଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ବ୍ୟବସାୟ, ଦୂରଯାତ୍ରା, ଆନୁଷ୍ଠାନିକ କାମ ଏବଂ ପାରିବାରିକ କ୍ଷେତ୍ର ପ୍ରାୟତଃ ଭଲ ରହିବ।
ବିଛା
ବିଛା
ବିଚାରବିହୀନ କାମ କରିବା ଦ୍ୱାରା ଧନହାନି ଓ ସମସ୍ୟା ଆସିପାରେ। ତଥାପି ଆପଣଙ୍କର କୌଣସି କାମ ଅଟକି ରହିବାର ସୂଚନା ନାହିଁ କହିଲେ ଚଳେ। ଧର୍ମକାର୍ଯ୍ୟ, ବନ୍ଧୁମିଳନ, ଗୁରୁତ୍ୱପୂର୍ଣ୍ଣ ଆଲୋଚନା ପ୍ରଭୃତିରୁ ସଫଳତା ନିଶ୍ଚିତ ମିଳିବ। ଖଳ ପ୍ରକୃତିର ବନ୍ଧୁଙ୍କ ଦ୍ୱାରା କୈାଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ।
ଧନୁ
ଧନୁ
ସମସ୍ୟା ଭିତରେ ମାନସିକ ଦୁଶ୍ଚିନ୍ତା ବଢିଚାଲିଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଆଲୋଚନାରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ତଥାପି ଦୈହିକ ଦୁର୍ବଳତା ମାନସିକ ସ୍ଥିତିକୁ ନିରୁତ୍ସାତ କରିପାରେ।
ମକର
ମକର
ପାରିବାରିକ କ୍ଷେତ୍ରରେ ଅସୁବିଧା ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। ଆଜି କୌଣସି କାମ ଅଟକିବ ନାହିଁ ମାତ୍ର ସବୁ କାମରେ ଟେନ୍ସନ ରହିବ। ବୁଝାମଣା ଠିକ୍‌ ନ ରହିବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଶିକ୍ଷା, ପରୀକ୍ଷା, ସନ୍ତାନ, ଲେଖାପଢ଼ା, ଆଲୋଚନା ଓ ସଭାସମିତି କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପରିବାରରେ ଅର୍ଥ ସମ୍ପର୍କକୁ ନେଇ ବିବାଦର ଆଶଙ୍କା ରହିଛି। ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରିବାକୁ ଯାଇ ପରିଜନଙ୍କ ସହ ଯାତ୍ରା କରିବାକୁ ପଡିପାରେ। କର୍ମକ୍ଷେତ୍ରରେ ମଧ୍ୟସ୍ଥତା ପୂର୍ବକ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବାଣିଜ୍ୟ, ପରିବହନ, ସଭାସମିତି, ଆଲୋଚନାଦି କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ।
ମୀନମୀନ

ନିଜ ପରିସରରେ ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଲାଭକରି କାର୍ଯ୍ୟହାସଲ କରିବେ। ସାମାଜିକ ସମ୍ମାନ ସହ ଅଭିଳଷିତ ଜିନିଷ ପ୍ରାପ୍ତି ମନକୁ ଖୁସି କରାଇଦେବ। ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତାରୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନ୍‌ସନ୍‌ କମିଯିବ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri