Posted inRasifala

ରାଶିଫଳ: ଶନିବାର, ଜୁନ୍ ୨୪ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା କାରଣରୁ ଉଚ୍ଚପ୍ରଶଂସିତ ହେବେ। ଦୀର୍ଘଦିନରୁ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ କରିପାରେ। ପ୍ରିୟବନ୍ଧୁଙ୍କୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟାର ସୂଚନା ରହିଛି। ସ୍ଥଗିତ କାମକୁ କଷ୍ଟ ସ୍ବୀକାର କରି ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
ବିଭିନ୍ନ ପ୍ରକାର ଘରୋଇ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ ହୋଇପାରନ୍ତି। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନରେ ପାଇ ଖୁସି ହେବେ। ନିର୍ମାଣ, ପ୍ରକାଶନ, କଚେରି ମାମଲା ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ବନ୍ଧୁମାନଙ୍କୁ ମିଠା କଥା ଦ୍ୱାରା ଆପ୍ୟାୟିତ କରି କାମ ହାସଲ କରିବେ।
ମିଥୁନ
ମିଥୁନ
ଅସୁବିଧାବଶତଃ ଅତ୍ୟାବଶ୍ୟକ କାମଗୁଡ଼ିକ ଅଟକି ରହିଥିବା କାରଣରୁ ସେହିକଥା ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି। ବନ୍ଧୁଙ୍କ ସହ ଆଳାପରେ ଅଧିକାଂଶ ସମୟ କଟାଇବେ। ଯାନବାହନ, ଜମିଜମା, ଗୃହସୀମା ଓ ଆନୁଷ୍ଠାନିକ କର୍ମରେ ସମସ୍ୟା ଲାଗି ରହିବ। ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଘଟିପାରେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବା କାରଣରୁ ଅପେକ୍ଷାକୃତ ଅସୁବିଧା ଭୋଗିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଏବଂ କୃତକାର୍ଯ୍ୟ ମଧ୍ୟ ହେବେ। ଗୃହ, ଯାନବାହନ ତଥା ଯାନ୍ତ୍ରିକ ଜିନିଷର ମରାମତି ପାଇଁ ବ୍ୟଗ୍ରତା ପ୍ରକାଶ କରିପାରନ୍ତି। ଆଜିର ଆନୁଷ୍ଠାନିକ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।
ସି˚ହ
ସି˚ହ
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ ନିଶ୍ଚିତ ସଫଳତା ପାଇବେ। ପରିବାର ଭିତରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ମିଳିବ। ପରୋକ୍ଷ ଶତ୍ରୁତା କିମ୍ବା କ୍ରନିକ୍‌ ରୋଗଜନିତ ପୀଡ଼ା ଅନୁଭବ କରିପାରନ୍ତି।
କନ୍ୟା
ଅତି ଭଲ ସମ୍ପର୍କ ଥିବା ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ ଏବଂ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ। ପୂର୍ବ ଯୋଜନାନୁଯାୟୀ ଆତ୍ମୀୟଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ଗୃହ, ଜମିଜମା, ମାଲିମକଦ୍ଦମା ସମ୍ପର୍କୀୟ ଆଲୋଚନା ବିଗିଡ଼ି ଯାଇପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ବାଣିଜ୍ୟ, ପରିବହନ, ପ୍ଲଟିଂ କାରବାର, ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଶୁଭଫଳ ମିଳିବ।
ବିଛା
ବିଛା
ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କେତେକ ଘରୋଇ କାରଣକୁ ନେଇ ମନ ବିଚଳିତ ରହିବ। ବାରମ୍ବାର ସ୍ବାସ୍ଥ୍ୟ ଖରାପ ରହୁଥିବାରୁ ତାହାର ସ୍ଥାୟୀ ସମାଧାନ କରିବା ଭଲ ହେବ। ପାରିବାରିକ ସମସ୍ୟା ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି। ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ।
ଧନୁ
ଧନୁ
ଛୋଟ ଛୋଟ କଥାକୁ ବୃହଦାକାରରେ ଚିନ୍ତାକରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ବ୍ୟବସାୟରେ ସାଧାରଣ ସମସ୍ୟାଟି ପାଇଁ ବିଶେଷ ଅସୁବିଧା ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। କୌଣସି ବ୍ୟକ୍ତିଠାରୁ କିଛି କଥା ଶୁଣି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ମକର
ମକର
ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବିଳମ୍ବରେ କାମଗୁଡ଼ିକ ସମ୍ପନ୍ନ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ପରିଜନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
କୁମ୍ଭ
କୁମ୍ଭ
ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। ଅନ୍ୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେଇ ପ୍ରତିିଶ୍ରୁତି ରକ୍ଷା କରିବେ।
ମୀନମୀନ
ପାରିବାରିକ ସ୍ଥିତିରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବହୁତ ଖଟଣି ହେତୁ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିରୋଧ ଦୂରେଇ ଯିବ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ଅର୍ଜନ କରିବେ। ଜମିଜମା କାରବାର, ସଭାସମିତି, ଆଲୋଚନା କ୍ଷେତ୍ର ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri