Posted inRasifala

ରାଶିଫଳ: ସୋମବାର, ମେ ୨୪ ତାରିଖ – Daily Horoscope

ମେଷ
 ଆଜି ଅଶ୍ୱିନୀ ନକ୍ଷତ୍ର ଗୃହ, ଭୂମି, ଗାଡ଼ିମୋଟର, ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ରାଶିରେ ରାଜଯୋଗ ସଂଘଟିତ ହୋଇଥିବାରୁ ବନ୍ଧୁମାନଙ୍କ ସାହାଯ୍ୟରେ ଅସ୍ବସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ କୌଣସି ମୂଲ୍ୟବାନ୍‌ ଦ୍ରବ୍ୟ ନଷ୍ଟ ହୋଇପାରେ। ଅଫିସ୍‌ର କୌଣସି ଦରକାରୀ କାଗଜ ନ ପାଇ ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସହଯୋଗର ସୂଚନାରେ ବିସ୍ମୟ ପ୍ରକାଶ କରିବେ।
ମିଥୁନ
ମିଥୁନ
ଷଷ୍ଠାଧିପ ମଙ୍ଗଳଙ୍କ କୁପ୍ରଭାବରୁ ସ୍ବାସ୍ଥ୍ୟହାନି ଓ ଉତ୍ତେଜନାପୂର୍ଣ୍ଣ କଥାବାର୍ତ୍ତାରେ ସମସ୍ୟା ସୃଷ୍ଟି ହେବ। ପୁନର୍ବସୁ ନକ୍ଷତ୍ର ପାରିବାରିକ ଅସ୍ଥିରତାକୁ ଠିକ୍‌ ମାର୍ଗରେ ସମାଧାନ କରିପାରିବେ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ଅସୁବିଧା ନ ହେଲେ କରି ମନ ଅସ୍ଥିର ରହିପାରେ।
କର୍କଟ
କର୍କଟ
ଅଷ୍ଟମସ୍ଥ ବୃହସ୍ପତି ହେତୁ ଆଜିର ପ୍ରତ୍ୟେକ କାମ ସମ୍ପନ୍ନ କଷ୍ଟକର ହୋଇପାରେ। ପୁଷ୍ୟା ନକ୍ଷତ୍ର ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ସମ୍ମାନିତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
ଧନସ୍ଥାନରେ ଚନ୍ଦ୍ର ଥିବାରୁ ଆଜି ସକାଳୁ ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନ ଖୁସି ରହିବ। ଆପଣଙ୍କ କାମକୁ ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ପ୍ରତ୍ୟୁଷରୁ ତରବରିଆ ଯାତ୍ରା ପୂର୍ବରୁ ଜିନିଷପତ୍ରକୁ ଦେଖିନେବା ଭଲ। ପରିବହନ, ନିର୍ମାଣ , ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ ।
କନ୍ୟା
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଆଜି ଯାହା ପାଇବା ଆଶା ରଖିଛନ୍ତି, ନିଶ୍ଚୟ ପାଇବେ। ଅଫିସ୍‌ କାମରେ ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଚିତ୍ରା ନକ୍ଷତ୍ର ସକାଶେ ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଅଫିସ ଭିତରେ ସହକର୍ମୀଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ, ଅବଶ୍ୟ ଲାଭବାନ୍‌ ହେବେ । ଚିତ୍ରା ନକ୍ଷତ୍ରର କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ।
ବିଛା
ବିଛା
ଆଜି ସକାଳୁ ଯାତ୍ରା ଓ ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ଜ୍ୟେଷ୍ଠା ନକ୍ଷତ୍ର ପାଇଁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ନିରୁପଦ୍ରବ ରହିବ। ପଡ଼ୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ ଆଶା କରାଯାଇପାରେ। ମୂଳା ନକ୍ଷତ୍ରର ବିଳାସ ବ୍ୟସନ ମଧ୍ୟରେ ସମୟଗୁଡ଼ିକ ଅତିବାହିତ ହେବ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କୁଟୀର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ଭଲ ରହିବ।
ମକର
ମକର
ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଅସଜଡ଼ା ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡ଼ି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ଗୁଜବ ଶୁଣିବା ପରେ ମନରେ ଦୁର୍ଭାବନା ଉଦ୍ରେକ ହୋଇପାରେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ।
କୁମ୍ଭ
କୁମ୍ଭ
ଯେଉଁ କାମରେ ହାତ ଦେବା ପାଇଁ ଚିନ୍ତା କରୁଛନ୍ତି, ତାହା ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ପକାଇପାରେ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଅନୁକୂଳ। ଜମିଜମା, ଯାନ୍ତ୍ରିକ ଶିଳ୍ପ, ନିର୍ମାଣ କ୍ଷେତ୍ର, ସମସ୍ୟା ମୁକ୍ତ ରହିବାର ସମ୍ଭାବନା ରହିଛି। ଅର୍ଥନୈତିକ, ସାମାଜିକ, ପାରିବାରିକ, କଳାମତ୍କ ଦିଗଟି ସକାଶେ ଦିନଟି ବହୁତ ଭଲ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଭଲକୁ ଭେଲ କ୍ରମରେ ମନକୁ ଆସିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦି ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri