Posted inRasifala

ରାଶିଫଳ: ବୁଧବାର, ମେ ୨୪ ତାରିଖ – Daily Horoscope

ମେଷ
ଆଜି ପୂର୍ବବିବାଦକୁ କେନ୍ଦ୍ରକରି ଶତ୍ରୁମାନଙ୍କ ଦ୍ୱାରା ପୀଡ଼ିତ ହୋଇପାରନ୍ତି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜର ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ଆଜି ବନ୍ଧୁଙ୍କ ସାହାଯ୍ୟରେ ଅସ୍ବସ୍ତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିପାରିବେ। ଘରେ ଅସାବଧାନତା ବଶତଃ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ।
ମିଥୁନ
ମିଥୁନ
ପାରିବାରିକ ଅସ୍ଥିରତାକୁ ଠିକ୍‌ ମାର୍ଗରେ ସମାଧାନ କରିପାରିବେ। ଆଜି ସାୟାହ୍ନେ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ବ୍ୟବସାୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜିର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ମଧ୍ୟ ସମ୍ମାନିତ ହୋଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇପାରନ୍ତି।
ସି˚ହ
ସି˚ହ
ଆଜି ସକାଳୁ ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନଟା ଖୁସି ହୋଇଯାଇପାରେ। ନିକଟସ୍ଥ ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ପ୍ରତ୍ୟୁଷରୁ ତରବରିଆ ଯାତ୍ରା କରିବା ପୂର୍ବରୁ ଜିନିଷପତ୍ରକୁ ଆଉଥରେ ଦେଖିନେବା ଭଲ ହେବ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ନିଶ୍ଚୟ ପାଇବେ କିନ୍ତୁ ବହୁତ ଝଗଡ଼ା ପରେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ପିଲାଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଅଫିସ ଭିତରେ ସହକର୍ମୀଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ସକାଳୁ ଯାତ୍ରା କରିବେ ଓ ଅନ୍ୟଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବେ। ପଡ଼ୋଶୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟାରେ ଜଡ଼ିତ ହୋଇଥିବାରୁ ମନ ବିଚଳିତ ରହିବ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବା ଆଶା କରାଯାଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟକୁ ନିଜ ସହ ତୁଳନା କରି ମନକୁ ଭାରାକ୍ରାନ୍ତ କରିପାରନ୍ତି। କୁଟୀରଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ଭଲ ରହିବ।
ମକର
ମକର
କର୍ମକ୍ଷେତ୍ରରେ ଅସଜଡ଼ା ପରିସ୍ଥିତିକୁ ସହକର୍ମୀଙ୍କ ଜରିଆରେ ସଜାଡ଼ି ନେବେ। ପ୍ରକଳ୍ପ କାର୍ଯ୍ୟ, ପରିବହନ, ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ଉଦ୍ରେକ ହୋଇପାରେ। ଅବଶ୍ୟ ମିତ୍ରମାନେ ପରୋକ୍ଷ ଭାବେ ମିତ୍ରତା ଆଚରଣ କରିବେ।
କୁମ୍ଭ
କୁମ୍ଭ
ଯେଉଁ କାମରେ ହାତ ଦେବା ପାଇଁ ଚିନ୍ତା କରୁଛନ୍ତି, ତାହା ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ପକାଇପାରେ। ନିଜକୁ ନିୟନ୍ତ୍ରଣରେ ରଖି ଚେଷ୍ଟା କଲେ ଉପକାର ମିଳିବ। ଯାତ୍ରା, ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଅନୁକୂଳ ରହିବ। ଜମିଜମା କାରବାର, ଯାନ୍ତ୍ରିକ ଶିଳ୍ପ, ନିର୍ମାଣ କ୍ଷେତ୍ର, ସମସ୍ୟା ମୁକ୍ତ ରହିବାର ସମ୍ଭାବନା ରହିଛି।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତାଧାରା ଭଲକୁ ଭେଲ କ୍ରମରେ ମନକୁ ଆସିବ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଲଦିପାରନ୍ତି। ବ୍ୟବସାୟ ଓ ପାରିବାରିକ କ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ସଭାସମିତି, କଳା, ସାହିତ୍ୟ, ସାମ୍ବାଦିକତା, ନୂତନ ବନ୍ଧୁ ସମ୍ପର୍କରେ ବିଶେଷ ଉନ୍ନତି କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?