Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ସତ୍‌କାର୍ଯ୍ୟରେ ବ୍ୟୟ କରିବା ସଙ୍ଗକୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ମିଠା ପ୍ରତିଶ୍ରୁତି ପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ମୂଲ୍ୟବାନ୍‌ ଜିନିଷଟି ପ୍ରାପ୍ତି ହେବ ନାହିଁ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ବ୍ୟସ୍ତ ବିବ୍ରତ ରହିପାରନ୍ତି।
ବୃଷ
ବୃଷ
ନିଜର ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ସହ ମିତ୍ରତା କରିବା ସକାଶେ ମନ ବଳାଇବେ। ପରିସ୍ଥିତି ବଶତଃ ବହୁ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ସାମୟିକ ବ୍ୟସ୍ତତା ବଢ଼ିଯିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ହେଁ ସେଥିରୁ ଓହରି ଆସି ପାରିବେ ନାହିଁ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାର ଶେଷ ପର୍ଯ୍ୟାୟରେ ବନ୍ଧୁ ବିଶ୍ୱାସ ଘାତକତା କରି ପାରନ୍ତି। ଅର୍ଥ ସମ୍ପର୍କୀୟ ଆଲୋଚନା ସୁରୁଖୁରୁରେ ସମ୍ପନ୍ନ ହେବ, ଅବଶ୍ୟ ଏଥିପାଇଁ କିଛିଟା ହଇରାଣ ହେବାକୁ ପଡ଼ିପାରେ। ଆବଶ୍ୟକୀୟ ବିଳାସ ଉପକରଣ କିମ୍ବା ଯାନ୍ତ୍ରିକ ଜିନିଷ କିଣିପାରନ୍ତି।
ସି˚ହ
ସି˚ହ
ପ୍ରତ୍ୟେକ କାମ ସମସ୍ୟା ବହୁଳ ହେଉଥିବା କାରଣରୁ ମନରେ ସରସତା ରହିବ ନାହିଁ। ଈର୍ଷାପର ମନୋଭାବ ନେଇ ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ର ଭଳି ଆଚରଣ କରିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ କୌଣସି ସୁଯୋଗ ହାତଛଡ଼ା ହୋଇପାରେ। ପିଲାମାନଙ୍କ ଶିକ୍ଷା ଓ ପରୀକ୍ଷା ସମ୍ପର୍କୀୟ ସମସ୍ୟା ବଢ଼ିଯାଇପାରେ।
କନ୍ୟା
ବିଭିନ୍ନ ପ୍ରକାରର ସମସ୍ୟାକୁ ସାମନା କରି ମାନସିକ ଦୁର୍ବଳତା ଦେଖାଦେଇପାରେ। ଶତ୍ରୁ ଆପଣଙ୍କ ପଛରେ ଛାଇଭଳି ଲାଗି ରହିପାରନ୍ତି, ଏଣୁ ସାବଧାନ ରହିବା ଭଲ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଭାଇଙ୍କ ଅସୁବିଧା ପରିସ୍ଥିତି ବିଷୟ ଚିନ୍ତା କରି ଅଶାନ୍ତ ରହିବେ।
ତୁଳା
ତୁଳା
ଶାରୀରିକ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ସାମୂହିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି। ମନୋରଞ୍ଜନ କାର୍ଯ୍ୟକ୍ରମ,ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ସାହାଯ୍ୟ ଲାଭ ଆଶାରେ କର୍ମକ୍ଷେତ୍ରରେ ହଠାତ୍‌ ଜଣେ ବନ୍ଧୁ ପ୍ରଗାଢ଼ ଅନୁରକ୍ତି ପ୍ରକାଶ କରିବେ। ଯେଉଁ କାମ ଅନ୍ୟ ମାନଙ୍କ ସକାଶେ ସହଜ ହେଉଛି, ଆପଣଙ୍କ କ୍ଷେତ୍ରରେ କିନ୍ତୁ ତାହାର ଠିକ୍‌ ଓଲଟା ହେବାରୁ ମନ ଭଲ ରହିବ ନାହିଁ। କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ସାଧାରଣ ଟିକିଏ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ପରିବାରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବିଚଳିତବୋଧ କରିବେ। ଆର୍ଥିକ ଅନଟନ କେତେକ କାମକୁ ସ୍ଥଗିତ ରଖି ଦେଇପାରେ।
ମକର
ମକର
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ସହଯୋଗର ଅଭାବ ରହିବ ନାହିଁ। କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ ମାତ୍ର ସମ୍ପର୍କ ହାନି ଯୋଗୁଁ ଚିନ୍ତିତ ହେବେ। ବକେୟା ଆଦାୟରେ ସକ୍ଷମ ନ ହେବା କାରଣରୁ ମନ ଭାରାକ୍ରାନ୍ତ ରହିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ଭାବାନ୍ତର ସୃଷ୍ଟି କରିବ। ଆତ୍ମୀୟସ୍ବଜନମାନେ ସ୍ବାର୍ଥ ସାଧନ ଆଶା କ୍ଷୀଣ ଦେଖି ଦୂରେଇ ଯାଇପାରନ୍ତି। ବ୍ୟବସାୟରେ ଉନ୍ନତି, ନିର୍ମାଣରେ ଅଗ୍ରଗତି, ଜମିଜମା କାରବାରରେ ଚୁକ୍ତି ଆଦି କାମ ସମ୍ପନ୍ନ କରିପାରିବେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
ପରିବାରର ଖର୍ଚ୍ଚ ବଢ଼ିଯିବା କାରଣରୁ ମନରେ ସରସତା ରହିବ ନାହିଁ। ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଆଲୋଚନା, ରାଜନୀତି, ସଂଗଠନ, କଳା, ସାହତ୍ୟରେ ଚେଷ୍ଟା ସଫଳ ରୂପ ନେବ । ଆତ୍ମୀୟଙ୍କ ଦ୍ୱାରା ଆମନ୍ତ୍ରିତ ହୋଇ ଭ୍ରମଣ ସୁଯୋଗ ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆପଣଙ୍କର ଉତ୍କୃଷ୍ଟ ବିଚାରଧାରା,ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।...

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ...

ରାଶିଫଳ: ରବିବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ଏକାଧାରରେ ଶାରୀରିକ, ମାନସିକ ଓ ଆର୍ଥିକ ଦିଗର ପୁଷ୍ଟିସାଧନ କରିବ। ବିବାଦୀୟ ପରିସ୍ଥିତିରେ ଅବୁଝା ବନ୍ଧୁଙ୍କ ମନ ବୁଝିଲା ଭଳି...

ରାଶିଫଳ: ସୋମବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ଦୃଷ୍ଟି ପ୍ରଭାବରେ ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ କ୍ରମଶଃ ଦୂରେଇଯିବ। କର୍ମକ୍ଷେତ୍ରରେ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟ ମାନଙ୍କୁ ଆପଣାର...

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିପାଇଁ ଆଜି କୃଷ୍ଣପକ୍ଷର ଦ୍ୱାଦଶଚନ୍ଦ୍ର କଲ୍ୟାଣ ଚନ୍ଦ୍ର ହେତୁ ଯାତ୍ରାରେ ସଫଳତା, କାର୍ଯ୍ୟସିଦ୍ଧି ସଙ୍ଗକୁ ସତ୍‌କାର୍ଯ୍ୟରେ ଅର୍ଥ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ...

ରାଶିଫଳ: ବୁଧବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଅର୍ଥଶ୍ରାଦ୍ଧ ଓ ବୁଦ୍ଧି...

ରାଶିଫଳ: ସୋମବାର, ଜୁନ୍ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିଭିନ୍ନ ଅଶାନ୍ତ ବାତାବରଣ ହେତୁ ମାନସିକ ଅସ୍ଥିରତା ସୃଷ୍ଟି ହେବ। ଅବଶ୍ୟ କୃତ୍ତିକା ନକ୍ଷତ୍ର ଅଟକି ରହିଥିବା କାମଗୁଡ଼ିକୁ ପୂରା ଦମରେ କରିବା...

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ସପ୍ତମାଧିପତି ଦ୍ୱାଦଶସ୍ଥାନକୁ ଦେଖୁଥିବାରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। ସ୍ବଗୃହୀ ଶନିଙ୍କ ପ୍ରଭାବରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆମତ୍ୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିବା...

Advertisement
Archives

Model This Week