Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ
ଆଜିର ଗ୍ରହଯୋଗ ଆପଣଙ୍କୁ କାର୍ଯ୍ୟସିଦ୍ଧି ଘଟାଇବା ସହ ହସଖୁସି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ। ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ। ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପାରିବାରିିକ କ୍ଷେତ୍ର ବୁଝାମଣା ଭିତିରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଅଫିସ୍‌ରେ ଅଟକି ରହିଥିବା କେତେକ ଫାଇଲ୍‌ କାମ ତାହାର କାରଣ ହୋଇପାରେ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୌଣସି କାମ ଅଟକିବ ନାହିଁ। ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ। କିନ୍ତୁ ପାରିବାରିକ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଅବଶ୍ୟ ମୃଗଶିରା ନକ୍ଷତ୍ର ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା କାରଣରୁ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ପରିବାରର ବ୍ୟୟ ଅଟକଳ କରିବେ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ, ଅନ୍ୟଥା ସମସ୍ୟା ଭିତରକୁ ଯାଇପାରନ୍ତି। ବନ୍ଧୁମାନଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ମନେ ହୋଇପାରେ।
ସି˚ହ
ସି˚ହ
ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିବ। କୌଣସି ବନ୍ଧୁ ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପରିବାରରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସକାଶେ ବ୍ୟସ୍ତତା ବଢ଼ିପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ି ବଢ଼ି ଯାଉଥିବାରୁ ଦୁର୍ଭାବନା ବଢ଼ିଚାଲିବ। ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ଆବଶ୍ୟକତା ପୂରଣ କରିବାକୁ ଯାଇ ମୋଟା ଅଙ୍କର ଅର୍ଥ ଧାରକରଜ କରିବାକୁ ପଡ଼ିପାରେ।
ତୁଳା
ତୁଳା
ବନ୍ଧୁମାନଙ୍କ ସହାୟତାରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। କିନ୍ତୁ ସାୟାହ୍ନେ ଶାରୀରିକ ପୀଡ଼ା ଯୋଗଁୁ ମନ ବିଚଳିତ ହୋଇପାରେ। ସତର୍କତା ରକ୍ଷା ନ କଲେ ନିଜ ଲୋକମାନେ ବିଶ୍ୱାସଘାତକତାରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟା ରହିଥିଲେ କାମ ମଧ୍ୟ କରିବାକୁ ପଛାଇବେ ନାହିଁ।
ବିଛା
ବିଛା
ଆତ୍ମୀୟମାନେ ଦୂରେଇଯିବା ଆକସ୍ମିକ ସମସ୍ୟା ସୃଷ୍ଟି କରିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ଧନୁ
ଧନୁ
ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, କିନ୍ତୁ ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ। ହଠାତ୍‌ କୌଣସି ଅପ୍ରୀତିକର ଖବର ପାଇ ସକାଳୁ ସକାଳୁ ମନଟା ବିଗିଡ଼ି ଯାଇପାରେ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି। ସମ୍ପର୍କୀୟଙ୍କ ସାହାଯ୍ୟରୁ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହେବ।
ମକର
ମକର
ବନ୍ଧୁମାନଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଆକସ୍ମିକ କଳହର ସୂଚନା ରହିଛି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ଉତ୍ତରାଷାଢ଼ା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆଜିର ଜୀବନଚର୍ଯ୍ୟା ମଧ୍ୟରେ ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡିବ। ତୀର୍ଥସ୍ଥଳରେ କିମ୍ବା ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ଦୀର୍ଘପଥ ଭ୍ରମଣ ହେତୁ ଅବସାଦ ଦେଖାଦେଇ ପାରେ। ଘରୁ ଭୁଲ୍‌ ଖବର ପାଇ ସାମୟିକ ବିବ୍ରତ ହୋଇପାରନ୍ତି।
ମୀନମୀନ
ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ବହୁତ ଭଲ ରହିବ, ଯାହା ଓ ଯେମିତି ଚାହୁଁଛନ୍ତି ତାହା ଅବଶ୍ୟ ପାଇପାରିବେ। ଆକସ୍ମିକ ଭାବରେ ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିରୁ ମନ ଖୁସି ରହିପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ବହୁ ପୂର୍ବରୁ ଭଲ ସମ୍ପର୍କ ନଥିବା କୌଣସି ଗୁପ୍ତ ଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri