Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ
ଆଜି ଦୂରାଗତ ବନ୍ଧୁଙ୍କର କେତେକ ସମସ୍ୟା ସମାଧାନ ପାଇଁ ନିଜକୁ କିଛି କରିବାକୁ ପଡ଼ିପାରେ ।
ରାଜନୀତି, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପାରିବାରିିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ। କୃତ୍ତିକା ନକ୍ଷତ୍ର ଋଣ ପରିଶୋଧ ସକାଶେ ଆର୍ଥିକ ସମସ୍ୟା ମଧ୍ୟରେ ଚିନ୍ତିତ ରହିବେ।
ବୃଷ
ବୃଷ
ଅଫିସରେ କେତେକ ଅଟକି ରହିଥିବା ଫାଇଲ କାମ ଯୋଗୁ ବ୍ୟସ୍ତ ହେବେ । ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, କିନ୍ତୁ କୋଣସି କାମ ଅଟକିବ ନାହିଁ । ବନ୍ଧୁଙ୍କ ସହାୟତାରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ। ମୃଗଶିରା ନକ୍ଷତ୍ର ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ଅର୍ଥନୈତିକ ପ୍ରଗତି ସହ ସାମାଜିକ ପ୍ରତିଷ୍ଠା ମନୋବଳ ବୃଦ୍ଧିରେ ସହାୟକ ହେବ। କିନ୍ତୁ ଦାମ୍ପତ୍ୟ ଜୀବନରେ ତିକ୍ତତା ସୃଷ୍ଟି ହେବାରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ପୁନର୍ବସୁ ନକ୍ଷତ୍ର ଆଗାମୀ ମାଙ୍ଗଳିକ ଉସତ୍ବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି ।
କର୍କଟ
କର୍କଟ
ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ପରିବାରର ବ୍ୟୟ ଅଟକଳ କରିବେ ଏବଂ ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ବିବାଦୀୟ ଘଟଣାରେ ନୀରବତା ଶ୍ରେୟ ଅଟେ। ଅଶ୍ଳେଷା ନକ୍ଷତ୍ର ସକାଶେ ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି।
ସି˚ହ
ସି˚ହ
ଆଜି ବହୁତ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବାକୁ ପଡ଼ିବ। କୌଣସି ବନ୍ଧୁ କଅଁଳ ଭାଷାରେ ମରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ। ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ । ପୂର୍ବାଫାଲଗୁନୀ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
କନ୍ୟା
ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ । ବାରମ୍ବାର ବିଫଳତା କାରଣରୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ଚିତ୍ରା ନକ୍ଷତ୍ର ସକାଶେ ମୋଟା ଅଙ୍କର ଅର୍ଥ ଧାରକରଜ କରିବାକୁ ପଡ଼ିପାରେ।
ତୁଳା
ତୁଳା
ସାୟାହ୍ନେ ଶାରୀରିକ ପୀଡ଼ା ଯୋଗୁ ମନ ବିଚଳିତ ହୋଇପାରେ। ସତର୍କତା ରକ୍ଷା ନ କଲେ ନିଜ ଲୋକମାନେ ବିଶ୍ୱାସଘାତକତାରୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସ୍ବାତୀ ନକ୍ଷତ୍ର ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ା ବିଭିନ୍ନ ପ୍ରକାର ସମସ୍ୟା ରହିଥିଲେ ମଧ୍ୟ କାମ କରିବାକୁ ପଛାଇବେ ନାହିଁ।
ବିଛା
ବିଛା
ଆମତ୍ୀୟମାନେ ଦୂରେଇ ଯାଇ ପାରନ୍ତି, ଯାହାକି କେତେକ ଆକସ୍ମିକ ସମସ୍ୟା ସୃଷ୍ଟି କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ। ଅନୁରାଧା ନକ୍ଷତ୍ରର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ସଭାସମିତି, ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
ଧନୁ
ଧନୁ
କେନ୍ଦ୍ରସ୍ଥ ବୃହସ୍ପତି ହେତୁ ବିଭିନ୍ନ ପ୍ରକାର ଯୋଜନାର ପରିକଳ୍ପନା କରିବେ। ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ କିନ୍ତୁ ଶେଷ ସମୟରେ ତାହା ସ୍ଥଗିତ ରଖିବାକୁ ବାଧ୍ୟ ହେବେ । କୈାଣସି ଅପ୍ରୀତିକର ଖବର ପାଇ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ପୂର୍ବାଷାଢ଼ା ନକ୍ଷତ୍ର ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି ।
ମକର
ମକର
ପଡ଼ୋଶୀଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଆକସ୍ମିକ କଳହର ସୂଚନା ରହିଛି। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶ୍ରବଣା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ପ୍ରବାସରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଦୀର୍ଘପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଶତଭିଷା ନକ୍ଷତ୍ର ଘରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଅକସ୍ମାତ୍‌ ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ମୀନମୀନ
ଉତ୍ତରଭାଦ୍ର ନକ୍ଷତ୍ରର ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିରୁ ମନ ଖୁସି ରହିପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଆକସ୍ମିକ ଆବଶ୍ୟକତାକୁ ନେଇ ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ବହୁ ପୂର୍ବରୁ ଭଲ ସମ୍ପର୍କ ନ ଥିବା କୈାଣସି ଗୁପ୍ତଶତ୍ରୁ କେହି ଅସୁବିଧାରେ ପକାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। କର୍ମକ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ସମାଧାନର ରାସ୍ତା ଖୋଜିବାରେ…

ରାଶିଫଳ: ସୋମବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା କାରଣରୁ କାମଗୁଡିକ ସହଜରେ ସମ୍ପନ୍ନ ହୋଇଯିବ। ଆତ୍ମୀୟମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡିପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା,…

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବନ୍ଧୁ ସମ୍ପର୍କ, ବାଣିଜ୍ୟ କ୍ଷେତ୍ର ବହୁତ ଭଲ ରହିବ। ଆପଣ ବନ୍ଧୁଙ୍କ ଅନୁରୋଧକୁ ଉପେକ୍ଷା ନ କରି ପଡୋଶୀ ଲୋକଟିକୁ ସାହାଯ୍ୟ କରି…

ରାଶିଫଳ: ଶନିବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପରିବାର ଭିତରେ ଭୁଲ୍‍ ବୁଝାମଣା କାରଣରୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri