Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜିର ପୂର୍ବାହ୍ନରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜ ଘର ଲୋକଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ। ସନ୍ତାନଙ୍କ ସମସ୍ୟା ସମାଧାନ ଓ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍‌ଧ ହେବେ ।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶରେ ନୂତନ କାମ ଆରମ୍ଭ ଲାଗି ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ଉପରିସ୍ଥଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆଜି ଅପରାହ୍ନରେ ଭ୍ରମଣ ସୁଯୋଗ ଲାଭ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ନିଜର ଚତୁଃପାର୍ଶ୍ୱରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ମନ ହାଲୁକା ହୋଇଯିବ ।
ସି˚ହ
ସି˚ହ
ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସାଧାରଣ ମନେ ହେବ, ଫଳରେ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସଭାସମିତିରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରୁ ସମ୍ମାନିତ ହେବେ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା, କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ।
ତୁଳା
ତୁଳା
ସମସ୍ୟା ଭାରାକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ,ନତୁବା ଅଯଥା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ ।
ବିଛା
ବିଛା
ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ଓ ଲକ୍ଷ୍ୟ ପୂରଣ କରିପାରିବେ । ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହୋଇପାରନ୍ତି । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆଜି କୌଶଳ ପ୍ରୟୋଗ କରି, ବନ୍ଧୁଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ବନ୍ଧୁ ଓ ପରିଜନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି ।
ମକର
ମକର
କାର୍ଯ୍ୟହାନି କାରଣରୁ ମାନସିକ ଦୁଶ୍ଚିନ୍ତା ଯୋଗୁ ରକ୍ତଚାପ ମଧ୍ୟ ବଢ଼ିପାରେ। ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବେ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମୀନମୀନ
ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ନିଜ ଲୋକଙ୍କ ଚାଲିଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?