Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ ମନସ୍ଥ କରିପାରନ୍ତି। କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକରିବା ହିତକର ହେବ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତାଜନିତ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ବନ୍ଧୁମାନଙ୍କ ପରୋକ୍ଷ କାର୍ଯ୍ୟାବଳୀ ସାମୟିକ ଅସ୍ଥିରତାର କାରଣ ହୋଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରି ପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍‌ଧ ହେବେ। କର୍ମଜଞ୍ଜାଳ ବୃଦ୍ଧି ପାଇବା କାରଣରୁ ପରିବାରର ଆବଶ୍ୟକତାକୁ ପାସୋରି ଦେଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ସାହାଯ୍ୟରୁ ନୂତନ କାମ ଆରମ୍ଭ ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ପୂର୍ବ ନିର୍ଦ୍ଧାରିତ ଯୋଜନାନୁସାରେ ସାଙ୍ଗସାଥୀ ମାନଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ। ଶିକ୍ଷା, ପରୀକ୍ଷା ଓ ସାକ୍ଷାତ୍‌କାର ପ୍ରଭୃତି କ୍ଷେତ୍ରରେ ଶୀର୍ଷସ୍ଥାନ ଅଳଂକୃତ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଆନୁଷଙ୍ଗିକ ସମସ୍ତ ପ୍ରକାରର ସୁବିଧା ହାସଲ କରି କାର୍ଯ୍ୟ ସାଧନ କରିବେ। ବାଣିଜ୍ୟ, ଶିଳ୍ପ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ପଡ଼ୋଶୀଙ୍କ ଅବଦାନ ରହିବ। ନିଜ ଜିଦ୍‌କୁ ପ୍ରାଧାନ୍ୟ ଦେଇ ପରିବାରରେ କଳହଜନିତ ବିତର୍କ ଲାଗିପାରେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ସି˚ହ
ସି˚ହ
ଯେତେ ସୁବିଧା କଲେ ମଧ୍ୟ ଅନ୍ୟମାନଙ୍କ ଭୁଲ୍‌ଧାରଣା ହଠାତ୍‌ ବଦଳି ନ ପାରେ। ଯାତ୍ରା କାଳରେ ସତର୍କରେ ନ ଚଳିଲେ ବିବାଦରେ ପଡ଼ିପାରନ୍ତି। ସଭାସମିତିରେ, ସାହିତ୍ୟାଲୋଚନା, କଳାସଂସ୍କୃତି ସଙ୍ଗକୁ ବୈଷୟିକ କ୍ଷେତ୍ରରୁ ଉପକୃତ ହେବେ। ଆକସ୍ମିକ ଭାବରେ ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା, କିମ୍ବା ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ରହିପାରନ୍ତି ।
ତୁଳା
ତୁଳା
କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ। ପରିବାରରେ ଶାନ୍ତି ବଜାୟ ରଖିବା ସକାଶେ ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ। କଳା, କ୍ରୀଫା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ପ୍ରଶଂସିତ ହେବାର ସୌଭାଗ୍ୟ ଅର୍ଜନ କରିବେ । ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହୋଇପାରନ୍ତି।
ବିଛା
ବିଛା
ଆଜି ବନ୍ଧୁଙ୍କୁ ଆପଣେଇ ନେବା ସଙ୍ଗକୁ ଲକ୍ଷ୍ୟହାସଲରେ ଅସୁବିଧା ହେବନାହିଁ। ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ଟେନ୍‌ସନ୍‌ ବଢ଼ିପାରେ। ଦୀର୍ଘଦିନ ପରେ ମକଦ୍ଦମାରେ ବିଜୟ ଆଶା ଯୋଗୁ ଉତ୍‌ଫୁଲ୍ଲିତ ହେବେ।
ଧନୁ
ଧନୁ
କୌଶଳପୂର୍ଣ୍ଣ କଥା ମାଧ୍ୟମରେ ବନ୍ଧୁଙ୍କୁ ମନାଇ, ଅର୍ଥ ପ୍ରଲୋଭନ ଦ୍ୱାରା କାମ ହାସଲ କରିପାରିବେ। ଆଜି ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନାହିଁ। ବନ୍ଧୁ ଓ ପରିଜନଙ୍କ ସହିତ ହଠାତ୍‌ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି। ଅର୍ଥସଙ୍କଟ ଯୋଗୁ ପରିବାରର ଖର୍ଚ୍ଚକାଟର ବ୍ୟବସ୍ଥା କରିପାରନ୍ତି।
ମକର
ମକର
ଆତ୍ମୀୟସ୍ଵଜନଙ୍କ ବେଖାତିର ଓ ଶ୍ରୁତିକଟୁ ବ୍ୟବହାରରୁ ଅସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ। ଯାତ୍ରାକାଳୀନ ଯାନ ବାହନରେ ସତର୍କ ରହିବା ଭଲ ହେବ, ଅନ୍ୟଥା ସମସ୍ୟା ଆସିପାରେ। ସଭାସମିତିରେ ବନ୍ଧୁମାନଙ୍କ ସହ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସାମାନ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହିଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ୍‌ ହେବେ।
ମୀନମୀନ

ସକାଳୁ ଦୀର୍ଘଦିନରୁ ଅପେକ୍ଷା କରିଥିବା ଶୁଭ ଖବର ପାଇ ଖୁସି ହେବେ। ସାମାଜିକ ସ୍ତରରେ ନିଜର ଲୋକ ମାନଙ୍କ ଚାଲି ଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ଋଣ ପରିଶୋଧ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri