Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ ଉନ୍ନତି ସହ ବୃତ୍ତି ଓ ବାଣିଜ୍ୟ ସକାଶେ ବିଶେଷ ଚିନ୍ତିତ ହେବାକୁ ପଡ଼ିବ ନାହିଁ। ସାମାଜିକ ସ୍ତରରେ ଆଦର ଅଭ୍ୟର୍ଥନା ସହ ସବୁରି ସଦିଚ୍ଛା ମିଳିବ।
ବୃଷ
ବୃଷ
ଅର୍ଥାଭାବ ସାଙ୍ଗକୁ ସନ୍ତାନଙ୍କ ବିଶୃଙ୍ଖଳା ସମ୍ପର୍କୀୟ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ। ପାରଷ୍ପରିକ ଦୋଷଦର୍ଶିତା ହେତୁ ପାରିବାରିକ ପରିସ୍ଥିତି ଗୋଳମାଳିଆ ରହିବ। ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ମାତ୍ର ପଦସ୍ଥ ବ୍ୟକ୍ତିମାନେ ବିରୁଦ୍ଧାଚରଣ କରିପାରନ୍ତି। ଅନ୍ୟମାନଙ୍କ ଭଲ ସକାଶେ ନିଜେ ହଇରାଣ ହୋଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁଙ୍କ ସାହାଯ୍ୟ ଲାଭ କରି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନରେ ସମର୍ଥ ହେବେ। ସରଳ ସ୍ବଭାବ ହେତୁ ଅନ୍ୟମାନଙ୍କ ଶ୍ଳେଷାତ୍ମକ କଥାକୁ ବୁଝିପାରିବେ ନାହିଁ। ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ କିନ୍ତୁ ମନରେ ଶାନ୍ତି କିମ୍ବା ସନ୍ତୋଷ ଆସି ନ ପାରେ। ବ୍ୟବସାୟରେ ଆଶା ପୂରଣ ହେବାରେ ଅସୁବିଧା ରହିବ ନାହିଁ।
କର୍କଟ
କର୍କଟ
ପରିସ୍ଥିତିକୁ ଅନୁଧ୍ୟାନ କରି ସମୟୋଚିତ ପଦକ୍ଷେପ ନେବା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ରାଜନୀତି, ପ୍ରଶାସନିକସ୍ତରରେ ଏବଂ ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ। ଅଶ୍ଳେଷା ନକ୍ଷତ୍ର ହାତକୁ ନେଇଥିବା କାମ ସହଜରେ ସମ୍ପନ୍ନ କରିପାରିବେ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ପାରିବାରିକ କ୍ଷେତ୍ରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ମାତ୍ର ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପରିବାର ସକାଶେ ଆବଶ୍ୟକ ମନେ କରୁଥିବା ଜିନିଷ ସମୂହକୁ କିଣିପାରିବେ।
କନ୍ୟା
ଆଜି ଏକାଧାରରେ ପାରିବାରିକ ଓ ଆର୍ଥିକ ସମସ୍ୟାକୁ ସୁଧାରି ନେବେ ଏବଂ କର୍ମକ୍ଷେତ୍ର ସ୍ବାଭାବିକ ରହିବ। ଶିଳ୍ପ, ବାଣିଜ୍ୟାଦିରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ପିଲାଙ୍କ ପଢ଼ା ସମସ୍ୟା ନେଇ ଚିନ୍ତିତ ରହିବେ। ନିଜର କାର୍ଯ୍ୟଦକ୍ଷତା ହେତୁ ସମ୍ପର୍କୀୟଙ୍କ ଦ୍ୱାରା ପ୍ରଶଂସିତ ହେବେ।
ତୁଳା
ତୁଳା
କର୍ମାରମ୍ଭ, ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ମାତ୍ର ଖର୍ଚ୍ଚାନ୍ତ ହେବେ ଏବଂ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ। ଦ୍ୱନ୍ଦ୍ୱରେ ପଡ଼ି ସହକର୍ମୀଙ୍କ ଦ୍ୱନ୍ଦ୍ୱଯୁକ୍ତ ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ।
ବିଛା
ବିଛା
ଅନୁକୂଳ ବାତାବରଣରେ କାମଗୁଡ଼ିକ ସମ୍ପନ୍ନ ହେବ ମାତ୍ର ନିଜ କାମ ଛାଡ଼ି ପରକାମରେ ମନ ଦେଇପାରନ୍ତି। ରୋଜଗାର ମନ୍ଦ ନ ହେଲେ ମଧ୍ୟ ସନ୍ତୋଷଜନକ ହୋଇ ନ ପାରେ। ପାରିବାରିକ ସଂକଟ ଦୂରେଇବାକୁ ଯାଇ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଖୁସି ହୋଇପାରନ୍ତି।
ଧନୁ
ଧନୁ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ବହୁତ ଭଲ ହେବ। କର୍ମକ୍ଷେତ୍ରରେ ଅପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରି ଶାନ୍ତିରେ ନିଃଶ୍ୱାସ ମାରିବେ। ଖଳ ଲୋକଙ୍କ ହାବୁଡରୁ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ କିନ୍ତୁ ତାହା ବିରୋଧୀ ଗୋଷ୍ଠୀଙ୍କ ଗାତ୍ରଦାହର କାରଣ ହୋଇପାରେ।
ମକର
ମକର
ସାମାଜିକ ସମ୍ମାନ ଓ ଆର୍ଥିକ ଅଭିବୃଦ୍ଧି ମାନସିକ ସ୍ଥିତିକୁ ଋଦ୍ଧିମନ୍ତ କରିବ। ପ୍ରତିଯୋଗିତା, ପ୍ରତିଦ୍ୱନ୍ଦ୍ୱିତା, କଚେରି ମାମଲା, କ୍ରୀଡ଼ା ପ୍ରଭୃତିରୁ ସଫଳତା ମିଳିପାରେ। ସାହିତ୍ୟ, ସାମ୍ବାଦିକତା, ବାଣିଜ୍ୟ, ବ୍ୟବସାୟ, କଳା, ସଙ୍ଗୀତ କ୍ଷେତ୍ର ନିରଙ୍କୁଶ ରହିବ। ଆଇନାନୁମୋଦିତ ଭାବେ ଜମିଜମା ବିବାଦ ଜଟିଳ ଆକାର ଧାରଣ କରିପାରେ।
କୁମ୍ଭ
କୁମ୍ଭ
ଆଜି ଯାହା କରିବେ ସବୁ କାମ ହେବ କିନ୍ତୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ନୁହେଁ। ଅସୁବିଧା କିମ୍ବା ସଂକଟଜନକ ସ୍ଥିତି ଆସିବ ନାହିଁ ମାତ୍ର ମନ ସ୍ଥିର ରହି ନପାରେ। ବନ୍ଧୁମିଳନ, ସଭାସମିତି ଓ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ହାସଲ କରିବେ। ସମୟୋଚିତ କାର୍ଯ୍ୟଶୈଳୀର ବୈପରୀତ୍ୟ ହେତୁ ସ୍ବାସ୍ଥ୍ୟ ବିଗିଡିଯିବାର ଆଶଙ୍କା ରହିଛି।
ମୀନମୀନ

ମାନସିକ ଅସ୍ଥିରତା ଦୂରେଇଯିବ ଏବଂ ଶୁଭଚିନ୍ତକମାନଙ୍କ ସାନ୍ନିଧ୍ୟରୁ ଖୁସି ରହିବେ। କଳା, ସାହିତ୍ୟ, ଗବେଷଣା, ଆଲୋଚନା, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ଆଶଙ୍କା ଉପୁଜିପାରେ। ବିଳାସପ୍ରିୟ ହେବା ସହ ଭ୍ରମଣକୁ ପସନ୍ଦ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri