Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। ଜମିଜମା, ସ୍ତ୍ରୀଙ୍କ ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ ଭିତରେ ଟଣାଓଟରା ଦେଖା ଦେଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଟିକିଏ ଜୋର ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିବେ। ଅସୁବିଧାକୁ ଜଣାଇଲେ ମଧ୍ୟ ଉପରିସ୍ଥ କର୍ମଚାରୀ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସାହାଯ୍ୟରୁ ଅଭାବନୀୟ ପରିସ୍ଥିତି ବଦଳି ଯିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କଳେବଳେ କୌଶଳେ ପ୍ରାପ୍ୟ ଅର୍ଥ ପାଇବାକୁ ଚେଷ୍ଟା କରିବେ । ଅଫିସରେ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିବାରୁ ଅଶାନ୍ତିକର ପରିସ୍ଥିତି ଉପୁଯିବ। ଅସୁବିଧାରେ ପଡ଼ିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ସମାଲୋଚିତ ହେବେ ।
କର୍କଟ
କର୍କଟ
ପାରିବାରିକ ସ୍ତରରେ ରହିଥିବା କେତେକ ଅସଜଡ଼ା କାମକୁ ନେଇ ମାନସିକ ସ୍ଥିତି ଜଟିଳ ହେବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ସକାଳୁ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଯାନବାହନ ଚାଳାନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ସି˚ହ
ସି˚ହ
ପିଲାମାନଙ୍କ ଅଭାବନୀୟ ପରିସ୍ଥିତିକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କିନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ । ପରିସ୍ଥିତି ବଶତଃ ମନ ନ ଥିଲେ ମଧ୍ୟ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆଜି ହଠାତ୍‌ ବହୁତ ଦିନରୁ ରହିଯାଇଥିବା କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ିଶା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବ। ବାଣିଜ୍ୟ, ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ।
ତୁଳା
ତୁଳା
ସବୁ ପରିସ୍ଥିତି ପ୍ରତି ସତର୍କ ରହି କାମ କରନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଅବଶ୍ୟ ଆଜି ଆକସ୍ମିକ ଭାବରେ କୌଣସି ଯୁବକଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆଶା କରୁଥିବା ସ୍ଥାନରୁ ବନ୍ଧୁମାନଙ୍କ ସାହଯ୍ୟରୁ ଦ୍ରବ୍ୟଲାଭ ହେତୁ ଖୁସି ହେବେ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ବିଛା
ବିଛା
ବନ୍ଧୁମାନଙ୍କ ଦ୍ୱାରା କାର୍ଯ୍ୟ ସାଧିତ ହେବ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହି ପାରେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳତଃ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଭିତରେ ଗତି କରୁଥିବାରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ। ନିଜ ଲୋକମାନେ ଈର୍ଷାପରାୟଣତା କାରଣରୁ ଦାଉ ସାଧିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପଡ଼ୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିବେ ।
ମକର
ମକର
ଆଜି ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ମାତ୍ର ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା କାରଣରୁ ମାନସିକ ଅସ୍ଥିରତା ଦୂର ହେବ। ନିର୍ମାଣ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ
ଶାରୀରିକ ଅସୁସ୍ଥତା ଲାଗିରହିବା କାରଣରୁ କେତେକ କାମ ଅଟକି ରହିଯିବ। ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି, କିନ୍ତୁ କିଛି କରି ପାରିବେ ନାହିଁ। ରାଜନୀତି ଓ ସାଂଗଠନିକ ସ୍ତରରେ ସହକର୍ମୀମାନଙ୍କର ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri