Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ
ଆଜି ପାରିବାରିକ କ୍ଷେତ୍ରରେ ସାମାନ୍ୟ କାରଣରୁ ବିତର୍କ ଲାଗି ମାନସିକ ଅବସ୍ଥା ଭଲ ରହିବ ନାହଁ। ଜମିଜମା, ସ୍ତ୍ରୀଙ୍କ ସ୍ବାସ୍ଥ୍ୟ, ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ। ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ ଭିତରେ ଟଣାଓଟରା ଦେଖା ଦେଇପାରେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଟିକିଏ ଜୋର ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିବେ। ଅସୁବିଧାକୁ ଜଣାଇଲେ ମଧ୍ୟ ଉପରିସ୍ଥ କର୍ମଚାରୀ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ସାହାଯ୍ୟରୁ ଅଭାବନୀୟ ପରିସ୍ଥିତି ବଦଳି ଯିବ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କଳେବଳେ କୌଶଳେ ପ୍ରାପ୍ୟ ଅର୍ଥ ପାଇବାକୁ ଚେଷ୍ଟା କରିବେ । ଅଫିସରେ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିବାରୁ ଅଶାନ୍ତିକର ପରିସ୍ଥିତି ଉପୁଯିବ। ଅସୁବିଧାରେ ପଡ଼ିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ସମାଲୋଚିତ ହେବେ ।
କର୍କଟ
କର୍କଟ
ପାରିବାରିକ ସ୍ତରରେ ରହିଥିବା କେତେକ ଅସଜଡ଼ା କାମକୁ ନେଇ ମାନସିକ ସ୍ଥିତି ଜଟିଳ ହେବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ସକାଳୁ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଯାନବାହନ ଚାଳାନାରେ ସତର୍କତା ଅବଲମ୍ବନ ନ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ ।
ସି˚ହ
ସି˚ହ
ପିଲାମାନଙ୍କ ଅଭାବନୀୟ ପରିସ୍ଥିତିକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କିନ୍ତୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ । ପରିସ୍ଥିତି ବଶତଃ ମନ ନ ଥିଲେ ମଧ୍ୟ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆଜି ହଠାତ୍‌ ବହୁତ ଦିନରୁ ରହିଯାଇଥିବା କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ପଡ଼ିଶା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବ। ବାଣିଜ୍ୟ, ବ୍ୟବସାୟରେ ଆଶା ଅନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ । ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ।
ତୁଳା
ତୁଳା
ସବୁ ପରିସ୍ଥିତି ପ୍ରତି ସତର୍କ ରହି କାମ କରନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ। ଅବଶ୍ୟ ଆଜି ଆକସ୍ମିକ ଭାବରେ କୌଣସି ଯୁବକଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ଆଶା କରୁଥିବା ସ୍ଥାନରୁ ବନ୍ଧୁମାନଙ୍କ ସାହଯ୍ୟରୁ ଦ୍ରବ୍ୟଲାଭ ହେତୁ ଖୁସି ହେବେ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।
ବିଛା
ବିଛା
ବନ୍ଧୁମାନଙ୍କ ଦ୍ୱାରା କାର୍ଯ୍ୟ ସାଧିତ ହେବ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହି ପାରେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳତଃ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେବ। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଭିତରେ ଗତି କରୁଥିବାରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ। ନିଜ ଲୋକମାନେ ଈର୍ଷାପରାୟଣତା କାରଣରୁ ଦାଉ ସାଧିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପଡ଼ୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିବେ ।
ମକର
ମକର
ଆଜି ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। କର୍ମକ୍ଷେତ୍ରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ମାତ୍ର ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ନିକଟରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା କାରଣରୁ ମାନସିକ ଅସ୍ଥିରତା ଦୂର ହେବ। ନିର୍ମାଣ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ ।
ମୀନମୀନ
ଶାରୀରିକ ଅସୁସ୍ଥତା ଲାଗିରହିବା କାରଣରୁ କେତେକ କାମ ଅଟକି ରହିଯିବ। ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି, କିନ୍ତୁ କିଛି କରି ପାରିବେ ନାହିଁ। ରାଜନୀତି ଓ ସାଂଗଠନିକ ସ୍ତରରେ ସହକର୍ମୀମାନଙ୍କର ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri