Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨୫ ତାରିଖ – Daily Horoscope

ମେଷ
କାମ ପୂର୍ଣ୍ଣାଙ୍ଗ ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ।
ବୃଷ
ବୃଷ
ବନ୍ଧୁଙ୍କ ପାରିବାରିକ କଥାରେ କୌତୂହଳ ହୋଇ କଳହକୁ ନିମନ୍ତ୍ରଣ କରିପାରନ୍ତି। ଯିବା ରାସ୍ତାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ। ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ କିମ୍ବା ଧନହାନି ଘଟିପାରେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସହକର୍ମୀମାନଙ୍କର ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ରାଜନୈତିକ ସ୍ତରରେ ବନ୍ଧୁଙ୍କ କୂଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ବାକି ପଡିଥିବା ବହୁତ ଦିନର ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଆନୁଷ୍ଠାନିକ କ୍ଷେତ୍ରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ସି˚ହ
ସି˚ହ
ସାମଗ୍ରିକ ଦୃଷ୍ଟିକୋଣରୁ ଆଜିର ଦିନଟି ଭଲ। ଯାହା କରୁଛନ୍ତି ତାହା ସହଜ ଓ ସୁବିଧାରେ ସମ୍ପନ୍ନ କରିପାରିବେ। ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପୁରାତନ ରୋଗ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି।
କନ୍ୟା
ପ୍ରତ୍ୟେକ କାମରେ ଅଗ୍ରଣୀ ହେବେ ଓ ପ୍ରଶଂସା, ପ୍ରୋତ୍ସାହନ ମଧ୍ୟ ପାଇବେ। ଭୁଲ୍‌ ଧାରଣା ହେତୁ ସ୍ତ୍ରୀଙ୍କ ସହ ବୁଝାମଣା ଠିକ୍‌ ରହି ନ ପାରେ। ଅବଶ୍ୟ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କ୍ଷତିରେ ପଡ଼ିବେ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ବେଖାତିର କଥାରେ ଉତ୍‌କ୍ଷିପ୍ତ ହୋଇପାରନ୍ତି।
ତୁଳା
ତୁଳା
ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିବ କିନ୍ତୁ କୌଣସି ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହେବ ନାହିଁ। ଅଭାବ ରହିଥିଲେ ମଧ୍ୟ କାମ ସମୟକୁ କେହି ନା କେହି ସାହାଯ୍ୟ କରିବେ। ଆପଣଙ୍କ ନୀରବତାକୁ ଅନ୍ୟମାନେ ଭୁଲ୍‌ ବୁଝିପାରନ୍ତି। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ।
ବିଛା
ବିଛା
ତରବରିଆ ଭାବେ କୌଣସି ନିର୍ଣ୍ଣୟାତ୍ମକ ସିଦ୍ଧାନ୍ତ ନେବା ଠିକ୍‌ ହେବନି। ସାମାନ୍ୟ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦୀର୍ଘଦିନର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ। ଅନ୍ୟାୟ ବିରୋଧରେ ସଂଗ୍ରାମ ଜାରି ରଖିଲେ ପରୋକ୍ଷ ଶତ୍ରୁତା କାରଣରୁ ସହଯୋଗ ପାଇବେ ନାହିଁ। ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ମାନସିକ ଅସ୍ଥିରତା କାରଣରୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହୋଇପାରିବ ନାହିଁ। ଅବଶ୍ୟ ଚେଷ୍ଟାକଲେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆନୁଷ୍ଠାନିକ କିମ୍ବା ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ମକର
ମକର
ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ପଡ଼ୋଶୀ ଲୋଭନୀୟ ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ କରିବେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ,କିନ୍ତୁ ସମସ୍ୟା ଲାଗି ରହିବ। ବୁଝାବଣା ଅଭାବରୁ ଆତ୍ମୀୟଙ୍କ କଥାରେ ଏକମତ ହୋଇ ନ ପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ନୀରବତା ଅବଲମ୍ବନ କରି ସ୍ଥିତି ସୁଧାରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଉପରିସ୍ଥଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ କିଛି କହିପାରିବେ ନାହିଁ।
ମୀନମୀନ
ଅତୀତ ଘଟଣାର ପର୍ଯ୍ୟାଲୋଚନା ମାନସିକ ସ୍ଥିତିକୁ କଳୁଷିତ କରିବ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସଭାସମିତି, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri