Posted inRasifala

ରାଶିଫଳ: ବୁଧବାର, ଜାନୁୟାରୀ ୨୫ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ତିନୋଟି ଗ୍ରହଯୋଗର ସୁପ୍ରଭାବରେ ଆପଣଙ୍କୁ ଆଦୌ କଳ୍ପନା କରି ନ ଥିବା କୌଣସି ମର୍ଯ୍ୟାଦାଜନକ ସ୍ଥିତିକୁ ନେଇଯାଇପାରେ। ସାମାଜିକ ଜୀବନ ଉନ୍ନତତର ରହିବ। ଅର୍ଥନୈତିକ ଅଭିବୃଦ୍ଧି, କଥନଶୈଳୀର ଲାଳିତ୍ୟ, ଲୋକପ୍ରିୟତାର ଦ୍ୟୋତକ ସାଜିପାରେ। ଈର୍ଷାପରାୟଣ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ପାପଗ୍ରହଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ମାନସିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଥାଇ ସୁଦ୍ଧା କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ। ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାରେ ଯତ୍‌ପରୋନାସ୍ତି ଚେଷ୍ଟା କରିପାରନ୍ତି। ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ନିଜ ପରିସରରେ ଘଟିଯାଉଥିବା ସମ୍ପର୍କବିହୀନ ବ୍ୟକ୍ତିମାନଙ୍କ ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ।
ମିଥୁନ
ମିଥୁନ
ଚନ୍ଦ୍ର ସ୍ବଭାବରୁ ଅଷ୍ଟମସ୍ଥ ହେତୁ ଆର୍ଥିକ ଅନଟନର ସମ୍ମୁଖୀନ ହେବେ। ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ। ପାରିବାରିକ,ଲୋକ ସମ୍ପର୍କ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ପରିସ୍ଥିତି ବଦଳି ଯିବାର ଶୁଭ ସୂଚନା ପାଇ ମନ ଖୁସୀ ହୋଇଯିବ। ଅଫିସ୍‌ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ। ଚେଷ୍ଟାସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।
ସି˚ହ
ସି˚ହ
ସମ୍ପର୍କୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି। ଗବେଷଣା, ଅନୁସନ୍ଧାନ, ରଚନାମତ୍କ କାର୍ଯ୍ୟ ତଥା ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ଅସଂଯତ କାର୍ଯ୍ୟକଳାପଜନିତ ଅଭିଯୋଗ ଦ୍ୱାରା ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ।
କନ୍ୟା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଯେଉଁ କାମ ପାଇଁ ଚିନ୍ତିତ, ସେଥି ସକାଶେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ସମ୍ପନ୍ନ ହେବ। ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ଏକ ଭିନ୍ନ ପରିବେଶରେ କୌଣସି ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହେବେ। କଚେରି ମାମଲା ମନ୍ଥର ହୋଇପାରେ; ଯାହା କୁ ନେଇ ଅନୁଶୋଚନା କରିପାରନ୍ତି। ସହକର୍ମୀଙ୍କ ସହାନୁଭୂତି ଯୋଗୁ ସ୍ଥଗିତ କାମ ସଂପନ୍ନ କରିବାରେ ଅସୁବିଧା ହେବ ନାହିଁ। ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ।
ବିଛା
ବିଛା
ଆପଣଙ୍କ ଭୁଲ୍‌ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ। ଯାହା ହୋଇ ପାରିନାହିଁ, ସେଥିପାଇଁ ଚିନ୍ତା ନ କରି ପ୍ରତିକାର ବ୍ୟବସ୍ଥା ଗ୍ରହଣ କଲେ ଉପକୃତ ହେବେ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ସତ୍ୟର ପରିପନ୍ଥୀ ହେତୁ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ। କିନ୍ତୁ ଅନ୍ୟ ଦିଗରୁ ଉପକୃତ ହେବେ।
ଧନୁ
ଧନୁ
ଆଜି ଦିନଟିରେ ସହଜରେ କାମ ହାସଲ ହେବା କଷ୍ଟକର ହୋଇପାରେ। ଅର୍ଥନୈତିକ ଅଭିବୃଦ୍ଧି କାରଣରୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ଆଲୋଚନା ପରିସରରେ ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ।
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲର ରାସ୍ତା ଉନ୍ମୁକ୍ତ କରିପାରନ୍ତି। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ସାଂସ୍କୃତିକ କାମରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ।
କୁମ୍ଭ
କୁମ୍ଭ
ଦୂରଦର୍ଶିତା ଗୁଣ ହେତୁ ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ଆଡଜଷ୍ଟ କରାଇ ନେବାରେ ଅସୁବିଧା ରହିବ ନାହିଁ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। କର୍ମକ୍ଷେତ୍ରରେ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ।
ମୀନମୀନ
କୌଣସି କାମ ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଅନ୍ୟଥା ସାଙ୍ଗରେ ନେବା ଜିନିଷକୁ ଭୁଲି ଯାଇପାରନ୍ତି। ଅନ୍ୟମାନେ ଶତ୍ରୁତା କଲେ ମଧ୍ୟ ଆପଣଙ୍କ ପ୍ରତିଷ୍ଠା ନୂ୍ୟନ ହେବ ନାହିଁ। ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?