Posted inRasifala

ରାଶିଫଳ: ରବିବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ର ଦୂରଦର୍ଶିତା ବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ। ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ୍‌ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ବ୍ୟବସାୟିକ, ପାରିବାରିକ ଓ ଆନୁଷ୍ଠାନିକ ସ୍ଥିତି ଠିକ୍‌ ରହିବ।
ବୃଷ
ବୃଷ
ବନ୍ଧୁମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ। ବରାଦ ଅନୁସାରେ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ମୃଗଶିରା କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସ୍ବାସ୍ଥ୍ୟରେ ସମସ୍ୟା ସୃଷ୍ଟି ହେବା ଓ ପାରିବାରିକ ସମସ୍ୟା ଆଜିର ଯାତ୍ରାକୁ ସ୍ଥଗିତ କରିବ।
ମିଥୁନ
ମିଥୁନ
ଆଜି ରାଶ୍ୟାଧିପ ସ୍ବଗୃହୀ ହେତୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଚେରି ମାମଲା କିମ୍ବା ପାରିବାରିକ ସମସ୍ୟା ବୃଦ୍ଧି ହେତୁ ବ୍ୟସ୍ତତା ବଢ଼ିଯାଇପାରେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ପ୍ରକାଶନ, ରାଜନୀତି କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବ।
କର୍କଟ
କର୍କଟ
ମାନସିକ ଅସ୍ଥିରତା କାରଣରୁ ବିଭିନ୍ନ ପ୍ରକାରର ଯୋଜନା କରି ମଧ୍ୟ ଉପକୃତ ହେବ ନାହିଁ। ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। ବହୁ ଦିନ ଧରି ଲାଗି ରହିଥିବା ରୋଗପୀଡ଼ାରେ କଷ୍ଟ ଅନୁଭବ କରିପାରନ୍ତି। ପୁଷ୍ୟା ଆପଣ ପ୍ରତିଶ୍ରୁତି ପାଳନ ନ କରିବା କାରଣରୁ ବନ୍ଧୁ ଅଭିମାନ କରିପାରନ୍ତି।
ସି˚ହ
ସି˚ହ
ଯେତେ ଭଲ କାମ କଲେ ମଧ୍ୟ ପରୋକ୍ଷ ଶତ୍ରୁତା ଯୋଗୁ କାର୍ଯ୍ୟହାନି କାରଣରୁ ବିଚଳିତବୋଧ କରିବେ। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ଗବେଷଣା, ରାଜନୀତିରେ ଚେଷ୍ଟା ସଫଳ ହେବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବହୁତ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
କନ୍ୟା
ଦୀର୍ଘ ଦିନର ଅପୂରଣୀୟ ଆଶା ମନକୁ ସାମୟିକ ଅଶାନ୍ତ କରିବ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ଲାଗି ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ। ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଯାନବାହନ, ବିବାଦୀୟ ସ୍ଥାନ, ଏକାକୀ ଯାତ୍ରାରୁ ଦୂରେଇ ରହିବା ଭଲ। କଳା, କାରିଗରି, ସାହିତ୍ୟ, ସଙ୍ଗୀତ ପ୍ରଭୃତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ତୁଳା
ତୁଳା
ଚିତ୍ରା ନକ୍ଷତ୍ର ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ନିର୍ଦ୍ଦେଶାନୁସାରେ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ସହକର୍ମୀଙ୍କ ସହଯୋଗ ଅଭାବରୁ ମନ ଭଲ ଲାଗି ନ ପାରେ। ଅସମର୍ଥିତ ସୂତ୍ରରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।
ବିଛା
ବିଛା
ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଅନୁରାଧା ନକ୍ଷତ୍ରର ବିଗତ ଦିନର କୌଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢ଼ିପାରେ। ମାଲିମକଦ୍ଦମା, ଜମିଜମା ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି ଶେଷ କରିପାରନ୍ତି। ବହୁତ ଦିନର କାମ ହାସଲରେ ସହଯୋଗର ଅଭାବ ରହିବ ନାହିଁ ।
ଧନୁ
ଧନୁ
ବହୁ ଦିନର ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଉତ୍ତରାଷାଢ଼ା ନକ୍ଷତ୍ର ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ସକାଳୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶତ୍ରୁତା କାରଣରୁ ଖଳ ଲୋକମାନେ ଅପପ୍ରଚାର କରିପାରନ୍ତି। କୌଣସି ଅଭାବ ନ ଥାଇ ମଧ୍ୟ ଆତ୍ମୀୟଙ୍କ ହୀନମନ୍ୟତା କାରଣରୁ ମନଟା ଭଲ ଲାଗିବ ନାହିଁ। ସଭାସମିତି, ଆଲୋଚନାଚକ୍ର, ନିର୍ମାଣ, ପରିବହନ, ପ୍ରକାଶନ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ ସ୍ତରରେ ସମସ୍ୟା ଲାଗି ରହିବା ସାଙ୍ଗକୁ ଅଫିସରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ମଧ୍ୟ ସହଜରେ କାମ ହାସଲ ହେବା କଷ୍ଟକର ହେବ। ଶତଭିଷା ନକ୍ଷତ୍ରର କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ମୀନମୀନ
ପାରିବାରିକ ସମସ୍ୟା ସମାଧାନର ଚିନ୍ତା କରି ଦୁର୍ଭାବନା ବଢ଼ିଚାଲିବ ଏବଂ ଅନ୍ୟମାନଙ୍କୁ ମଧ୍ୟ ସହଜରେ ବିଶ୍ୱାସ କରିପାରିବେ ନାହିଁ। ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସ୍ବାସ୍ଥ୍ୟହାନି କର୍ମକ୍ଷେତ୍ରରେ ବାଧକ ସାଜିପାରେ। ରାଜନୈତିକ କ୍ଷେତ୍ରରେ ନୀତିଗତ କାମକୁ ପ୍ରାଧାନ୍ୟ ଦେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri