Posted inRasifala

ରାଶିଫଳ: ସୋମବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ
ଆଜି କୃତ୍ତିକା ନକ୍ଷତ୍ର ଦୂରଦର୍ଶିତାବିହୀନ କାର୍ଯ୍ୟ ଓ ପୁରାତନ ରୋଗ ଯୋଗୁ ମାନସିକ ସୁସ୍ଥତା ହରାଇବେ । ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି । ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି । ବ୍ୟବସାୟିକ, ପାରିବାରିକ ଓ ଆନୁଷ୍ଠାନିକ ସ୍ଥିତି ଠିକ୍‌ ରହିବ ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର ନିଜ ସମ୍ପର୍କୀୟ ବନ୍ଧୁଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ । ବରାଦ ଅନୁସାରେ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ସ୍ବାସ୍ଥ୍ୟରେ ସମସ୍ୟା ସୃଷ୍ଟି ହେବ ଓ ପାରିବାରିକ ସମସ୍ୟା ଆଜିର ଯାତ୍ରାକୁ ସ୍ଥଗିତ କରିବ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ରହିବ ା ପଡ଼ୋଶୀମାନେ ଆପଣଙ୍କ କାର୍ଯ୍ୟାବଳୀର ଭୁରିଭୁରି ପ୍ରଶଂସା କରିପାରନ୍ତି ା ପ୍ରକାଶନ, ପ୍ରଶାସନ, ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ା ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଏବଂ ନିକଟସ୍ଥ ବନ୍ଧୁମାନେ ଏହି ଦିଗରେ ସାହାଯ୍ୟ କରିବେ।
କର୍କଟ
କର୍କଟ
ମାନସିକ ଅସ୍ଥିରତା କାରଣରୁ ବିଭିନ୍ନ ପ୍ରକାର ଯୋଜନା କରି ମଧ୍ୟ ଉପକୃତ ହେବ ନାହିଁ ା ପୁଷ୍ୟା ନକ୍ଷତ୍ର ଘରର ବରାଦ ଅନୁଯାୟୀ ମନୋରଞ୍ଜନ ଜିନିଷ କ୍ରୟ କରିବେ ା ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି ା ବହୁ ଦିନ ଧରି ଲାଗି ରହିଥିବା ରୋଗପୀଡ଼ାରେ କଷ୍ଟ ଅନୁଭବ କରିପାରନ୍ତି ା
ସି˚ହ
ସି˚ହ
ଯେତେ ଭଲ କାମ କଲେ ମଧ୍ୟ ପରୋକ୍ଷ ଶତ୍ରୁତା ଯୋଗୁ କାର୍ଯ୍ୟହାନି କାରଣରୁ ବିଚଳିତବୋଧ କରିବେ। ପୂର୍ବାଫାଲଗୁନୀ ନକ୍ଷତ୍ର ଗବେଷଣା, ରାଜନୀତିରେ ଚେଷ୍ଟା ସଫଳ ହେବେ ା ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ା
କନ୍ୟା
ଅପୂରଣୀୟ ଆଶା ମନକୁ ଆଲୋଡ଼ନ କରିବା କାରଣରୁ ଅଶାନ୍ତ ରହିବେ। କର୍ମକ୍ଷେତ୍ରରେ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିମାନେ ଯାନବାହନ, ବିବାଦୀୟ ସ୍ଥାନ,ଏକାକୀ ଯାତ୍ରାରୁ ଦୂରେଇ ରହିବା ଭଲ ା କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ା
ତୁଳା
ତୁଳା
ନିଜର ଦକ୍ଷତା ଓ ପ୍ରତ୍ୟୁପତ୍ନ୍ନମତିତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଆଜି ସଫଳତା ଅବଶ୍ୟମ୍ଭାବୀ ା ସ୍ବାତି ନକ୍ଷତ୍ର ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ ା ଉପରିସ୍ଥଙ୍କ ନିର୍ଦ୍ଦେଶାନୁସାରେ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ ା କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଅଭାବରୁ ମନ ଭଲ ଲାଗି ନ ପାରେ।
ବିଛା
ବିଛା
ବିଶାଖା ନକ୍ଷତ୍ର ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ବିଗତ ଦିନର କୌଣସି ଘଟଣା ସକାଶେ ଟେନସନ୍‌ ବଢ଼ିପାରେ। କାମର ଚାପ ହେତୁକ କ୍ଳାନ୍ତି ଅନୁଭବ କରିବେ ା ମାଲିମକଦ୍ଦମା, ଜମିଜମା, ନିର୍ମାଣ, ମାଙ୍ଗଳିକ କାମ ପାଇଁ ପ୍ରସ୍ତୁତି, ମୂଲ୍ୟବାନ ଜିନିଷ କ୍ରୟରେ ସୁଫଳ ହେବେ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟି କାଯର୍‌ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ା ମୂଳା ନକ୍ଷତ୍ର ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି ା ବନ୍ଧୁଙ୍କ ସହ ନୂତନ ସ୍ଥାନ ଭ୍ରମଣ ସୁଯୋଗ ଜୁଟିବ ା
ମକର
ମକର
ସକାଳୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। କୌଣସି ଅଭାବ ନ ଥାଇ ମଧ୍ୟ ଆମତ୍ୀୟଙ୍କ ହୀନମନ୍ୟତା କାରଣରୁ ମନଟା ଭଲ ଲାଗିବ ନାହିଁ। ସଭାସମିତି, ନିର୍ମାଣ, ପରିବହନ, ପ୍ରକାଶନ କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ା ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ ା
କୁମ୍ଭ
କୁମ୍ଭ
ପ୍ରତ୍ୟେକ ସ୍ତରରେ ସମସ୍ୟା ଲାଗି ରହିବା ସାଙ୍ଗକୁ ଅଫିସରେ ସହକର୍ମୀ ଫାଇଦା ଉଠାଇବା ପାଇଁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ସହଜରେ କାମ ହାସଲ କଷ୍ଟକର ହେବ । ପୂର୍ବଭାଦ୍ରବ ନକ୍ଷତ୍ରର କର୍ମକ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଧର୍ମଚର୍ଚ୍ଚା ପ୍ରତି ଆଗ୍ରହ ପ୍ରକାଶ କରିବେ ।
ମୀନମୀନ
ଆଜି ଦିନ ଭିତରେ ଯାହା କରନ୍ତୁନା କାହିଁକି,ଭାବିଚିନ୍ତି କରିବା ଭଲ ହେବ । ପାରିବାରିକ ସମସ୍ୟା ସମାଧାନର ଚିନ୍ତାକରି ଦୁର୍ଭାବନା ବଢ଼ିଚାଲିବ ଏବଂ ଅନ୍ୟମାନଙ୍କୁ ମଧ୍ୟ ସହଜରେ ବିଶ୍ୱାସ କରିପାରିବେନାହିଁ । ଶିଳ୍ପ, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଶତ୍ରୁତା ଓ ସ୍ବାସ୍ଥ୍ୟହାନି କର୍ମକ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri