Posted inRasifala

ରାଶିଫଳ: ବୁଧବାର, ଜୁନ୍ ୨୫ ତାରିଖ – Daily Horoscope

ମେଷ
ସମସ୍ୟା ସୁଧାରିବା କ୍ଷେତ୍ରରେ ନିଜର ଅସାମର୍ଥ୍ୟତା କାରଣରୁ ବନ୍ଧୁଙ୍କ ସାହାଯ୍ୟର ଆବଶ୍ୟକତା ଅନୁଭବ କରିବେ। ଆତ୍ମୀୟଙ୍କ ସହ ସୁସମ୍ପର୍କ ଅଭାବରୁ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଜମିଜମା, ପରିବହନ କିମ୍ବା ଆରକ୍ଷୀ ସମ୍ପର୍କିତ ବିବାଦର ଅବସାନ ଘଟିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣ ହୋଇଯିବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ମୁଖ୍ୟ ସମସ୍ୟା ରୂପରେ ଦେଖାଦେବ। ମାନସିକ ଅସ୍ଥିରତା ଲାଗି ରହିବାରୁ ପ୍ରତ୍ୟେକ କାର୍ଯ୍ୟାବଳୀର ଠିକ୍‌ ସମୀକ୍ଷା କରିପାରିବେ ନାହିଁ। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇବେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ବନ୍ଧୁଟିର ମନୋଭାବ ବଦଳିଯାଇପାରେ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତ୍ତିରେ କରିବାକୁ ମନସ୍ଥ କରିବେ। କେତେକ ବ୍ୟତିକ୍ରମ ମଧ୍ୟରେ ଅର୍ଥଲାଭ ହେବା ସହ ଆଜିର ଯାତ୍ରାରେ ସଫଳତା ପାଇବେ। ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ବୁଧାଦିତ୍ୟ ଯୋଗ ପ୍ରଭାବରୁ କୌଣସି ସମସ୍ୟା ସେତେଟା ଉଦ୍‌ବେଗଜନକ ହେବନାହିଁ।
କର୍କଟ
କର୍କଟ
ଠିକ୍‌ ବିଚାରଧାରା ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଆଣିଦେବ। ସରକାରୀ ସ୍ତରରେ ଅଟକି ରହିଥିବା କାମ ପୂରଣ ହେବାରେ ସହକର୍ମୀ ସାହାଯ୍ୟ କରିବେ। ଆଜିର କର୍ମବ୍ୟସ୍ତତା ଆପଣଙ୍କୁ କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟ ରଖେଇ ଦେବେ ନାହିଁ। ସ୍ବାସ୍ଥ୍ୟସମସ୍ୟା କେତେକାଂଶରେ ନିୟନ୍ତ୍ରିତ ରହିବାରୁ ଆଶ୍ୱସ୍ତି ଅନୁଭବ କରିବେ।
ସି˚ହ
ସି˚ହ
ବୈଷୟିକ ଅଭିବୃଦ୍ଧି ସଙ୍ଗକୁ ସାମାଜିକ ସ୍ତରରେ ଆଦୃତି ଯୋଗୁ ଖୁସି ହେବେ। ଆନୁଷ୍ଠାନିକ କାମରେ ସାହାଯ୍ୟ ଏବଂ ସହଯୋଗ ଯୋଗୁ ବନ୍ଧୁ ଗହଣରେ ପ୍ରଶଂସିତ ହେବେ। ଅନ୍ୟମାନଙ୍କ ପରାମର୍ଶ ନ ମାନି ମନଇଚ୍ଛା କାମ କରିବା ଫଳରେ ସମସ୍ୟାର ସମ୍ମୁଖୀନ ହେବେ। ଆଜି ବନ୍ଧୁ ସମ୍ପର୍କ, ବ୍ୟବସାୟ ପ୍ରଭୃତିରେ କୌଣସି ଅସୁବିଧା ହେବନାହିଁ।
କନ୍ୟା
ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବେ। ଆଜିର ଆନୁଷ୍ଠାନିକ କାମରେ ବନ୍ଧୁମିଳନଜନିତ ବ୍ୟକ୍ତିଗତ ସମସ୍ୟାକୁ ଭୁଲି ଯାଇପାରନ୍ତି। ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଦେଖାଦେବ। ଯାହା ବିଷୟରେ ଗୋପନୀୟ ଆଲୋଚନା କରୁଥିବେ ତାହାକୁ ହଠାତ୍‌ ପାଇ ହଡ଼ବଡ଼େଇ ଯିବେ।
ତୁଳା
ତୁଳା
ବନ୍ଧୁ ପରିଜନଙ୍କ ସହ ଭ୍ରମଣ ସକାଶେ ଆକସ୍ମିକ ସୁଯୋଗ ଜୁଟିବ। ଘରୋଇ ସମସ୍ୟାକୁ କେନ୍ଦ୍ରକରି ଘର ଲୋକଙ୍କ ବ୍ୟସ୍ତ ଓ ବିବ୍ରତତାକୁ ଲକ୍ଷ୍ୟ କରି ମନ ଅଶାନ୍ତ ରହିବ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତି ଅତିରିକ୍ତ ଆନ୍ତରିକତା ସମସ୍ୟା ସୃଷ୍ଟି କରିପାରେ। ବ୍ୟବସାୟିକ ସ୍ଥିତି ଭଲ ରହିବା ଯୋଗୁ ଖୁସି ଅନୁଭବ କରିବେ।
ବିଛା
ବିଛା
ଅନୁକୂଳ ଗ୍ରହସ୍ଥିତି କାରଣରୁ ଆଜି ଯାହା ଚାହିଁବେ ନିର୍ବିଘ୍ନରେ ହାସଲ କରିପାରିବେ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ଦୂରୀଭୂତ ହୋଇଯିବ। ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚ ମନରେ ଭାବାନ୍ତର ସୃଷ୍ଟି କରିପାରେ। ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ।
ଧନୁ
ଧନୁ
ଶୁକ୍ରଙ୍କ ପ୍ରଭାବରେ ଆପଣଙ୍କ ଚିନ୍ତାଧାରା ବନ୍ଧୁ କିମ୍ବା ସହକର୍ମୀଙ୍କ ମନରେ ସହାନୁଭୂତି ଜାଗ୍ରତ କରାଇବ। ଅସାବଧାନତା କିମ୍ବା ଅନ୍ୟମନସ୍କ ହେତୁ ଅର୍ଥହାନି ଓ ଶରୀର ପୀଡ଼ାରୁ କଷ୍ଟ ପାଇବେ। କର୍ମଦକ୍ଷତାରୁ ପ୍ରତିଷ୍ଠିତ ହେବେ। ଆଗାମୀ ଦିନର ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ମକର
ମକର
ଆଜି ଦିନଟି ସାମଗ୍ରିକ ଦୃଷ୍ଟିକୋଣରୁ ଭଲ ରହିବା ହେତୁ ଆପଣଙ୍କ କାର୍ଯ୍ୟ ବାଧାପ୍ରାପ୍ତ ହେବନାହିଁ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗଦେଇ ଖୁସି ହେବେ। ସଭାସମିତି, ଆନୁଷ୍ଠାନିକ କର୍ମ, ମକଦ୍ଦମାରେ ସଫଳତା ହାସଲ କରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଲାଗି ରହିବା ହେତୁ ସାମୟିକ ଚିନ୍ତିତ ରହିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ସମସ୍ୟା ସଙ୍ଗରେ ଲଢ଼େଇ କରି ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟିରୁ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ଶେୟାର ବଜାର, କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବନ୍ଧୁମାନଙ୍କର ପରୋକ୍ଷ ଶତ୍ରୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ।
ମୀନମୀନ

ଚନ୍ଦ୍ରଙ୍କ ଉଚ୍ଚାବସ୍ଥାନ ସୁସ୍ଥ ମାନସିକତା ପ୍ରଦାନରେ ସହାୟକ ହେବ। ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଭଲରେ ଅତିବାହିତ ହେବ। ସାଧାରଣ ପରିଶ୍ରମରେ ଏବଂ ସହକର୍ମୀମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟାଗୁଡ଼ିକ ଆପଣାଛାଏ ସୁଧୁରି ଯିବ। ସମ୍ପର୍କୀୟଙ୍କଠାରୁ ପରାମର୍ଶ ନେଇ କାମ କଲେ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri