Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। କରଜ କରି ପରିବାରର ଆବଶ୍ୟକତାକୁ ଚଳାଇ ନେଇ ପାରନ୍ତି। ପାଖ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବୃଷ
ବୃଷ
ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମିଥୁନ
ମିଥୁନ
ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇ ପାରନ୍ତି। ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
କର୍କଟ
କର୍କଟ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁୁ ଠିକ୍‌ ହୋଇଯିବ। କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍‌କୁ ଦେଖିପାରିବେ ନାହିଁ। ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
କନ୍ୟା
ଆଜି ଦିନଟିରେ ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଭାବପ୍ରବଣ ବଶତଃ ଓଲଟା ପଡ଼ୋଶୀଙ୍କ ସହ କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ସ୍ଥାନାନ୍ତର ଚିନ୍ତାରେ ମାନସିକ ସ୍ଥିତି ଭଲ ରହି ନ ପାରେ।
ବିଛା
ବିଛା
ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲହେବ। ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଆଜିର କାରବାରରେ ଲାଭବାନ ହେବେ କିନ୍ତୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେଲେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର
ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଆକସ୍ମିକ ଭାବରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ସ୍ବାର୍ଥ ସାଧନ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ।
ମୀନମୀନ
କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri