Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ
ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। କରଜ କରି ପରିବାରର ଆବଶ୍ୟକତାକୁ ଚଳାଇ ନେଇ ପାରନ୍ତି। ପାଖ ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବୃଷ
ବୃଷ
ସାମୟିକ ଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି।
ମିଥୁନ
ମିଥୁନ
ଧାର କରଜ କରି ପାରିବାରିକ ଆବଶ୍ୟକତା ଚଳାଇ ନେବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇ ପାରନ୍ତି। ବନ୍ଧୁମାନଙ୍କର ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ।
କର୍କଟ
କର୍କଟ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁୁ ଠିକ୍‌ ହୋଇଯିବ। କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ସନ୍ଦେହ କରି ନିଜ ଲୋକମାନଙ୍କ ଭୁଲ୍‌କୁ ଦେଖିପାରିବେ ନାହିଁ। ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୀର୍ଘ ଦିନରୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
କନ୍ୟା
ଆଜି ଦିନଟିରେ ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଭାବପ୍ରବଣ ବଶତଃ ଓଲଟା ପଡ଼ୋଶୀଙ୍କ ସହ କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜିଦ୍‌ଖୋର ମନୋଭାବ ତ୍ୟାଗ କଲେ କେତେକାଂଶରେ ଉପକୃତ ହେବେ। ଆଜି ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରାରେ ବିଳମ୍ବ ଘଟିପାରେ। ସ୍ଥାନାନ୍ତର ଚିନ୍ତାରେ ମାନସିକ ସ୍ଥିତି ଭଲ ରହି ନ ପାରେ।
ବିଛା
ବିଛା
ପ୍ରତିଟି ସମୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲହେବ। ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ଆଜିର କାରବାରରେ ଲାଭବାନ ହେବେ କିନ୍ତୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେଲେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ।
ମକର
ମକର
ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ହଠାତ୍‌ କୌଣସି ଖବର ପାଇ ଖୁସି ହେବେ। ରଚନାତ୍ମକ କାର୍ଯ୍ୟ କିମ୍ବା ଅଧ୍ୟୟନରେ ଏକାଗ୍ରତା ଆଣିପାରିବେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଆକସ୍ମିକ ଭାବରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ। ସ୍ବାର୍ଥ ସାଧନ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଚିନ୍ତା କରୁଥିବା କଥାଟି ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ।
ମୀନମୀନ
କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଖଳ ଲୋକମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଗୁରୁଜନଙ୍କ ସାନ୍ତ୍ବନା ବାଣୀ ମନରେ ଆଶ୍ୱସ୍ତି ଭରିପାରେ। ପରିବାରର ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର 20 ତାରିଖ – Daily Horoscope

ମେଷ ଆଜି ପିଲାମାନଙ୍କ କଥା, ଶିକ୍ଷା ସମ୍ପର୍କୀୟ ସମସ୍ୟା, ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସମସ୍ୟାମୁକ୍ତ ରହିବେ। ଅଟକି ରହିଥିବା କାମକୁ…

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?