Posted inRasifala

ରାଶିଫଳ: ମଙ୍ଗଳବାର, ମେ ୨୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ ଭାଷଣ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରେ। ଅବଶ୍ୟ ଦ୍ୱିଜା ବିଚାରବୁଦ୍ଧି ପ୍ରୟୋଗ କରି ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ।
ବୃଷ
ବୃଷ
ପରିବାରରେ ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ। କୃତ୍ତିକା ନକ୍ଷତ୍ରର ସମସ୍ୟା ପୂର୍ବପରି ରହିବ, ତଥାପି ଭୟ କରିବାର କାରଣ ନାହିଁ। ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ସହ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ଆପଣ ଯେତେ ରାଗିଥିଲେ ମଧ୍ୟ ଟିକିଏ ଟିକିଏ ଫୁସୁଲା ଫୁସୁଲି କଥାରେ ମନ ପୂରା ବଦଳି ଯିବ। ଆମତ୍ୀୟମାନେ ନିଜର ଫାଇଦା ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ନିଜକୁ ଅନ୍ୟମାନଙ୍କ ସହ ତୁଳନା କରି ମନ ଊଣା କରିପାରନ୍ତି। ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ପୁନର୍ବସୁ ସକାଶେ ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ବ୍ୟବସାୟରେ ଲାଭ ମିଳିବ; ମାତ୍ର ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ। ସହକର୍ମୀଙ୍କ ସହାୟତାରେ କାର୍ଯ୍ୟ ହାସଲ କରି ଖୁସୀ ହେବେ।
ସି˚ହ
ସି˚ହ
ଆଜିର କାମଗୁଡିକ ଯଥାରୀତି ସମ୍ମାନ ପ୍ରଦାନ କରିବାରେ ଅସୁବିଧା ହେବନାହିଁ। ପାଖ ପଡୋଶୀଙ୍କ କୂଟିଳ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟ ବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ।
କନ୍ୟା
ସବୁ ପ୍ରକାରର ସୁବିଧା ଥିଲେ ମଧ୍ୟ ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିବ। ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ହସ୍ତା ନକ୍ଷତ୍ର ଜାତ ବ୍ୟକ୍ତିମାନଙ୍କର ନୂତନ କର୍ମସଂସ୍ଥାନ ପାଇଁ ମନ ବଳିପାରେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଆତ୍ମୀୟ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ କର୍ମ ମୁଖର ହେବେ ଏବଂ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ପରିସ୍ଥିତିରେ ପଡି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଧର୍ମ କାର୍ଯ୍ୟ କରିବା ସଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ମନ୍ଥର ଗତିରେ ଚାଲିବା କାରଣରୁ ସାମୟିକ ଅନୁଚିନ୍ତା କରିପାରନ୍ତି। ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଅଫିସ୍‌ କାମରେ ମାନସିକ ଅବସାଦ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ ସାମୟିକ ଭାବରେ କିଛିଟା ଲାଘବ ହେବାର ଅନୁଭବ କରିବେ। ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ସଫଳତା ହାସଲ କରିପାରିବେ। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜଖବର, ଚୁକ୍ତିପତ୍ର ସ୍ବାକ୍ଷର, ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି। ଯୋଗାଣ କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଧନିଷ୍ଠା ନକ୍ଷତ୍ର ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ଶୃଙ୍କଳା ଓ ସ୍ବାଭାବିକ ଜୀବନଯାତ୍ରାରେ ବ୍ୟତିକ୍ରମ ହେତୁ ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହ ଆଲୋଚନା, ପିଲାଙ୍କ କୃତିତ୍ୱ, କଳା, ସାହିତ୍ୟାଦିରୁ ସମ୍ମାନ ଆଜି ପାଇଁ ସୁଖଦ ଖବର ହୋଇପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାରମ୍ବାର ପୁରୁଣା କଥାକୁ ଆଲୋଚନା କରିବା ଠିକ୍‌ ହେବନି। କର୍ମକ୍ଷେତ୍ରରେ ପ୍ରତି ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା ସମସ୍ୟାର କାରଣ ହୋଇପାରେ।
ମୀନମୀନ
ରେବତୀ ନକ୍ଷତ୍ରର ପାରିବାରିକ ଜୀବନ ସୁଖ, ସନ୍ତୋଷରେ ଅତିବାହିତ ହେବ। କର୍ମକ୍ଷେତ୍ର ମଧ୍ୟ ତଦନୁରୂପେ ପ୍ରୀତିପ୍ରଦ ହେବା ସୂଚନା ରହିଛି। ଘର ପାଇଁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ଚେଷ୍ଟା ସଫଳ ହେବ। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri