Posted inRasifala

ରାଶିଫଳ: ବୁଧବାର, ମେ ୨୫ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିଚାରବୁଦ୍ଧି ପ୍ରୟୋଗ କରି ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରଷ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହି ନ ପାରେ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ।
ବୃଷ
ବୃଷ
ପରିବାରର ଅର୍ଥନୈତିକ ଅଭିବୃଦ୍ଧି ଘଟିବା କାରଣରୁ ମନ ପ୍ରଫୁଲ୍ଲ ରହିବ। କର୍ମକ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବ, ତଥାପି ଭୟ କରିବାର କୌଣସି କାରଣ ନାହିଁ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହା କି କାମଟି ଅପୂର୍ଣ୍ଣ ରହିଯିବ। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ଯେତେ ରାଗିଥିଲେ ମଧ୍ୟ ଟିକିଏ ଫୁସୁଲା ଫୁସୁଲି କଥାରେ ମନ ବଦଳି ଯିବ। ଏହି ସୁଯୋଗ ନେଇ ଆମତ୍ୀୟମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। କର୍ମକ୍ଷେତ୍ରରେ ନିଜକୁ ଅନ୍ୟମାନଙ୍କ ସହ ତୁଳନା କରି ମନ ଊଣା କରିପାରନ୍ତି। ସାମାଜିକ ସ୍ତରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ପୁନର୍ବସୁ ସକାଶେ ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ବନ୍ଧୁଙ୍କ ସହାୟତାରେ ଭଡ଼ା ସୂତ୍ରରୁ କିମ୍ବା ବକେୟା ଟଙ୍କା ପାଇବେ।
ସି˚ହ
ସି˚ହ
ଆଜିର କାମଗୁଡ଼ିକ ଯଥାରୀତି ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ପାଖ ପଡୋଶୀଙ୍କ କୁଟିଳ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟ ବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବେ।
କନ୍ୟା
ବାକି ରହିଥିବା ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିବ। ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ। ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଆମତ୍ୀୟସ୍ବଜନ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁଁ କର୍ମ ମୁଖର ହେବେ। ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ସହକର୍ମୀମାନେ ନିଜର ଫାଇଦା ହାସଲ କରିବା ଲାଗି ମନ ବଳାଇପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ମନ୍ଥର ଗତିରେ ଗଡି ଚାଲିବା କାରଣରୁ ମନସ୍ତାପ କରିପାରନ୍ତି। ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ଅଫିସ୍‌ କାମରେ ମାନସିକ ଅବସାଦ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ କିଛିଟା ଲାଘବ ହେବାର ସୂଚନା ରହିଛି। ସ୍ବାର୍ଥସାଧନର ଲାଳସା ରଖି ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଜମିଜମା ରେଜିଷ୍ଟ୍ରେଶନ୍‌ କିମ୍ବା ନୂତନ ଚୁକ୍ତିପତ୍ର ସ୍ବାକ୍ଷର ଅଥବା ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି। ଯୋଗାଣ କାରବାର ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ବନ୍ଧୁଙ୍କ କୁମନ୍ତ୍ରଣାରେ ପଡିପାରନ୍ତି। ଅତି ନିକଟରେ ରହୁଥିବା ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। କ୍ରନିକ ରୋଗଜନିତ ଶାରୀରିକ ପୀଡାରେ କଷ୍ଟ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଆଜି ବନ୍ଧୁଙ୍କ ସହ ଆଲୋଚନା ଫଳପ୍ରଦ ହୋଇପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ଆଶଙ୍କା ରହିଛି। ବାରମ୍ବାର ପୁରୁଣା କଥାକୁ ବେଶି ଆଲୋଚନା କରିବା ଠିକ୍‌ ହେବନି। ବହୁତ ଦୂରରୁ ଆସୁଥିବା ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ।
ମୀନମୀନ
ପାରିବାରିକ ଜୀବନ ସୁଖ,ସନ୍ତୋଷରେ ଅତିବାହିତ ହେବ। ଘର ପାଇଁ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବିଭିନ୍ନ କ୍ଷେତ୍ରରୁ ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳବତୀ ହେବ। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବାର ସମ୍ଭାବନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri