Posted inRasifala

ରାଶିଫଳ: ଗୁରୁବାର, ମେ ୨୫ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ର ସକାଶେ ଅପ୍ରିୟ ସତ୍ୟ ଭାଷଣ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରେ। ଦ୍ୱିଜା ବିଚାରବୁଦ୍ଧି ପ୍ରୟୋଗ କରି ସମସ୍ୟାର ସମାଧାନ କରିପାରିବେ। ସାମାଜିକ ସ୍ତରରେ ଦକ୍ଷତାର ମୂଲ୍ୟାୟନ ସାଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ ସାମୟିକ ଭୁଲ୍‌ ବୁଝାମଣା ଯୋଗୁ ମାନସିକ ସ୍ଥିରତା ରହିନପାରେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର ଅର୍ଥନୈତିକ ଅଭିବୃଦ୍ଧି କାରଣରୁ ମନ ପ୍ରଫୁଲ୍ଲ ରହିବ। କିନ୍ତୁ କୃତ୍ତିକା ନକ୍ଷତ୍ରର ସମସ୍ୟା ପୂର୍ବପରି ରହିବ, ତଥାପି ଭୟ କରିବାର କୌଣସି କାରଣ ନାହିଁ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି, ଯାହାଫଳରେ କାମଟି ଅପୂର୍ଣ୍ଣ ରହିଯିବ। ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ମିଥୁନ
ମିଥୁନ
ଯେତେ ରାଗିଥିଲେ ମଧ୍ୟ ଟିକିଏ ଫୁସୁଲା ଫୁସୁଲି କଥାରେ ମନ ପୂରା ବଦଳିଯିବ। ଏହି ସୁଯୋଗ ନେଇ ମୃଗଶିରା ନକ୍ଷତ୍ର ଆମତ୍ୀୟମାନେ ଫାଇଦା ପାଇଁ ଫନ୍ଦିଫିକର କରିବେ। ଆରଦ୍ରା ନକ୍ଷତ୍ର କର୍ମକ୍ଷେତ୍ରରେ ନିଜକୁ ଅନ୍ୟମାନଙ୍କ ସହ ତୁଳନା କରି ମନ ଊଣା କରିପାରନ୍ତି। ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଲାଗି ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ଅଶ୍ଳେଷା ନକ୍ଷତ୍ର ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। କିନ୍ତୁ ପୁନର୍ବସୁ ସକାଶେ ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ନିଜ ଅବହେଳାରୁ ଅନ୍ୟବାଟରେ ବ୍ୟୟ ହେବ।
ସି˚ହ
ସି˚ହ
ଆଜିର କାମ ଯଥାରୀତି ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ମଘା ନକ୍ଷତ୍ର ପାଖପଡ଼ୋଶୀଙ୍କ କୁଟିଳ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ସକାଶେ ଯୋଜନା, ଜମିଜମା, ଯାନ୍ତ୍ରିକ କାରବାର, ଯାନବାହନ କ୍ରୟ ବିକ୍ରୟରେ ଅଗ୍ରଗତି ହେବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ।
କନ୍ୟା
ହସ୍ତା ନକ୍ଷତ୍ରର ପ୍ରତ୍ୟେକ କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିବ। ଏଣେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ରଜାତ ବ୍ୟକ୍ତିମାନଙ୍କର ନୂତନ କର୍ମସଂସ୍ଥାନ ପାଇଁ ମନ ବଳିପାରେ। ସାଧାରଣ କଥାରେ ପ୍ରିୟ ବ୍ୟକ୍ତିଟି ସହ ସମ୍ପର୍କହାନି ଯୋଗୁ ଚିନ୍ତା ପ୍ରକଟ କରିବେ।
ତୁଳା
ତୁଳା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ବିଶାଖା ନକ୍ଷତ୍ର ସକାଶେ ପ୍ରୀତିପ୍ରଦ ରହିବ। ଆମତ୍ୀୟସ୍ବଜନ ତଥା ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଚିତ୍ରା ନକ୍ଷତ୍ର ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଧର୍ମକାର୍ଯ୍ୟ କରିବା ସାଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ପ୍ରତ୍ୟେକ କାର୍ଯ୍ୟ ମନ୍ଥର ଗତିରେ ଚାଲିବା କାରଣରୁ ସାମୟିକ ଅନୁଚିନ୍ତା କରିପାରନ୍ତି। ଅନୁରାଧା ନକ୍ଷତ୍ରର ପ୍ରିୟ ବ୍ୟକ୍ତିଟିର ଛଳନା ଓ ପ୍ରତାରଣାପୂର୍ଣ୍ଣ କଥାରେ ମନରୁ ସରସତା ଉଭେଇଯିବ। ଜ୍ୟେଷ୍ଠା ନକ୍ଷତ୍ରର ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି।
ଧନୁ
ଧନୁ
ସମସ୍ୟା ଅପରିବର୍ତ୍ତିତ ରହିଥିଲେ ମଧ୍ୟ କିଛିଟା ଲାଘବ ହେବାର ଅନୁଭବ କରିବେ। ଉତ୍ତରାଷାଢ଼ା ନକ୍ଷତ୍ରର ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ସଫଳତା ହାସଲ କରିପାରିବେ। ମୂଳା ନକ୍ଷତ୍ର ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର, ନୂତନ ଚୁକ୍ତିପତ୍ର ସ୍ବାକ୍ଷର, ନୂତନ ସ୍ଥାନକୁ ଯାତ୍ରା କରିପାରନ୍ତି।
ମକର
ମକର
ଶ୍ରବଣା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବାରେ ଲାଗିବ। କିନ୍ତୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଧନିଷ୍ଠା ନକ୍ଷତ୍ର ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ବିଚାରବୁଦ୍ଧି ହରାଇ ପ୍ରେମ ଫାଶରେ ଆବଦ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ସହ ଆଲୋଚନା, ପିଲାଙ୍କ କୃତିତ୍ୱ, କଳା, ସାହିତ୍ୟାଦିରୁ ସମ୍ମାନ ଆଜି ପାଇଁ ସୁଖଦ ଖବର ହୋଇପାରେ। ପୂର୍ବଭାଦ୍ରବ ନକ୍ଷତ୍ରର ଆଜିର ପାରିଶ୍ରମିକ ମନଲାଖି ହେବନାହିଁ। ଧନିଷ୍ଠା ନକ୍ଷତ୍ରର ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାରମ୍ବାର ପୁରୁଣା କଥାକୁ ଆଲୋଚନା କରିବା ଠିକ୍‌ ହେବନି।
ମୀନମୀନ
ରେବତୀ ନକ୍ଷତ୍ରର ପାରିବାରିକ ଜୀବନ ସୁଖ ସନ୍ତୋଷରେ ଅତିବାହିତ ହେବ। ଉତ୍ତରଭାଦ୍ରବ ନକ୍ଷତ୍ର ସକାଶେ କର୍ମକ୍ଷେତ୍ର ମଧ୍ୟ ତଦନୁରୂପେ ପ୍ରୀତିଦାୟକ ହେବ। ଘର ପାଇଁ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟ ଅଥବା ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri