Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୨୫ ତାରିଖ – Daily Horoscope

ମେଷ
ମନ ଚାହୁଁଥିବା ଜିନିଷ ଲାଭ କରିବା ଦିଗରେ ଉଦ୍ୟମ କରି ଆଶା ଚରିତାର୍ଥ କରିବେ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ କ୍ଷେତ୍ରରେ ସମୟ କଟାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ପୁରୁଣା କଥାକୁ ବାରମ୍ବାର ଆଲୋଚନା କରି ସମସ୍ୟାକୁ ବଢ଼ାଇ ପାରନ୍ତି।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ଲାଗିବ ନାହିଁ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଜମିଜମା,କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ। ଦୂରସ୍ଥ ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଛଟପଟ ହେବ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ରହିବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ଅଫିସ୍‌ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହେବେ। ଆକସ୍ମିକ ଆଗନ୍ତୁକ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରି ଖୁସି ହେବେ।
ସି˚ହ
ସି˚ହ
ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ବ୍ୟବସାୟରେ ସନ୍ତୋଷଜନକ ଫଳ ଦେଖା ଦେଇପାରେ। ମାନସିକ ସ୍ତରରେ କଷ୍ଟ ପାଇଲେ ମଧ୍ୟ ଅନ୍ୟାନ୍ୟ କେତେକ ଦିଗରୁ ଲାଭବାନ୍‌ ହେବେ।
କନ୍ୟା
ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଆକସ୍ମିକ ଭାବରେ ଖର୍ଚ୍ଚାନ୍ତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । ବନ୍ଧୁମାନଙ୍କ ସହ ହସ ଖୁସି ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ପୁରାଣ ପଠନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହିତ ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ।
ବିଛା
ବିଛା
ଆଳସ୍ୟ ଓ ଅବହେଳା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମ ଗୁଡ଼ିକ ପାଇଁ ଅନୁତପ୍ତ ରହିବେ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ ଶାରୀରିକ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଯାତ୍ରା କରିବାକୁ ପ୍ରସ୍ତୁତ ହୋଇପାରନ୍ତି। ଗବେଷଣା, ରଚନାମତ୍କ କାମ, ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ।
ମକର
ମକର
କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ଆଜି ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତା ଭଲ କାମ ଦେବ ଓ ମାମଲା ଫଇସଲା ହୋଇଯିବ। ସାମୟିକ ଭାବରେ ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ରକରି ଅଶାନ୍ତ ରହିବେ।
କୁମ୍ଭ
କୁମ୍ଭ
ଦୀର୍ଘ ଦିନ ଉପରାନ୍ତେ ଆଜି ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବ। ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି, ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଘର ସାଜସଜ୍ଜାରେ, ନିର୍ମାଣରେ, ଆନୁଷ୍ଠାନିକ କାମରେ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି।
ମୀନମୀନ
ଆଜି ହଠାତ୍‌ ପ୍ରତ୍ୟୁଷରେ ଯାତ୍ରା କରି ଆଶା କରୁଥିବା ଜିନିଷ ଲାଭ କରିପାରନ୍ତି। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରୋକ୍ଷ ଶତ୍ରୁତା କାରଣରୁ ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବେ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?