Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭା ସମିତି, ରାଜନୀତି, ସଙ୍ଗଠନ ତଥା ଅଧ୍ୟାପନା କ୍ଷେତ୍ରରୁ ପ୍ରଶଂସା ମିଳିବ। ସନ୍ତାନହେତୁକ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ବହୁ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାଜନିତ ଟେନସନ୍‌ ଅପରାହ୍ନରେ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ କିମ୍ବା ବାଇଦା ପଡ଼ିବାରେ ସାମୟିକ ଆନମନା ରହିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ଫେରିବା ରାସ୍ତାରେ ଜଣେ ଅପରିଚିତଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି।
ମିଥୁନ
ମିଥୁନ
ପରିସ୍ଥିତିର ବଶବର୍ତ୍ତୀ ହୋଇ ଆପଣ କିଛି ମିଥ୍ୟା ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସମସ୍ତ ପ୍ରକାରର ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାରିପାର୍ଶ୍ୱିକ ପରିବେଶରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଶାରୀରିକ ଅସୁସ୍ଥତା କେତେକାଂଶରେ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ବିଳମ୍ବରେ ପାଇବେ। କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ଅନ୍ୟମାନଙ୍କର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ସକାଳୁ ସକାଳୁ କୌଣସି ଖବର ମନକୁ ବିଚଳିତ କରିପାରେ। ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ପରିସ୍ଥିତିର ଗୁରୁତ୍ୱ ଉପଲବ୍‌ଧି ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟ ସମସ୍ୟା ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ।
କନ୍ୟା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ କାମଗୁଡ଼ିକ ତଦନୁରୂପ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅର୍ଥ ସଂକଟ ହେତୁ କାମଗୁଡ଼ିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ।
ତୁଳା
ତୁଳା
ଆପଣଙ୍କ ସୁଦୂରପ୍ରସାରୀ ଆଶା ଓ କାମନା ଚରିତାର୍ଥ ହେବାର ଅନୁକୂଳ ଅବସର ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାମଗୁଡିକୁ ହାସଲ କରିବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଆତ୍ମୀୟ ସ୍ବଜନଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କିମାରିବ। କୌଣସି ଶୁଭ ଖବର ଶୁଣି ଆନନ୍ଦିତ ହେବେ।
ଧନୁ
ଧନୁ
ନିଜ ଲୋକଙ୍କ ସ୍ନେହ, ସୌଜନ୍ୟରୁ କାର୍ଯ୍ୟସିଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ବିଶେଷ ଗୁରୁତର ହେବ ନାହିଁ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ, କିନ୍ତୁ ସାମୟିକ ସମୟାନ୍ତରରେ ତାହାର ସରଳ ସମାଧାନ ହୋଇପାରିବ। ବହୁ ପୁରାତନ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ସମସ୍ୟା ଲାଗି ରହୁଥିବାରୁ ମନରେ ଦୁଶ୍ଚିନ୍ତା ଦେଖାଦେଇପାରେ। ହଠାତ୍‌ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିଲକ୍ଷିତ ହେବ। ଅର୍ଥ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ବିଚାର ବଦଳି ଯାଇପାରେ। ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ରାଜନୀତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅଭାବ ଅସୁବିଧା ସମ୍ପର୍କରେ ଉପରିସ୍ଥଙ୍କୁ କହିବାରେ ପଛେଇଯିବେ। ପ୍ରତ୍ୟେକ କ୍ଷେତ୍ରରେ ବିବାଦ ଜଟିଳ ହେବ ଓ ଶେଷ ସମୟରେ ସଫଳତା ହାସଲ କରିବେ।
ମୀନମୀନ
ପାରିବାରିକ ସ୍ଥିତିରେ ସୁଧାର ଅସିଲେ ମଧ୍ୟ କର୍ମକ୍ଷେତ୍ର୍ରର ସମସ୍ୟା ସୁଖ, ସନ୍ତୋଷ ଦେଇ ପାରିବ ନାହିଁ। ଶୁଣା କଥାକୁ ବିଶ୍ୱାସ କରି କାମ କଲେ ଅସୁବିଧା ଭୋଗିବେ। ଦୂରଭିସନ୍ଧି ରଖି ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିପାରନ୍ତି । କେତେକ ସ୍ଥାନରେ ଅପ୍ରିୟ ସତକଥା କହି ଘରେ ବାହାରେ ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri