Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭା ସମିତି, ରାଜନୀତି, ସଙ୍ଗଠନ ତଥା ଅଧ୍ୟାପନା କ୍ଷେତ୍ରରୁ ପ୍ରଶଂସା ମିଳିବ। ସନ୍ତାନହେତୁକ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ବହୁ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାଜନିତ ଟେନସନ୍‌ ଅପରାହ୍ନରେ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ କିମ୍ବା ବାଇଦା ପଡ଼ିବାରେ ସାମୟିକ ଆନମନା ରହିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ। ଫେରିବା ରାସ୍ତାରେ ଜଣେ ଅପରିଚିତଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି।
ମିଥୁନ
ମିଥୁନ
ପରିସ୍ଥିତିର ବଶବର୍ତ୍ତୀ ହୋଇ ଆପଣ କିଛି ମିଥ୍ୟା ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରିପାରନ୍ତି। ସମସ୍ତ ପ୍ରକାରର ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ପାରିପାର୍ଶ୍ୱିକ ପରିବେଶରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ଶାରୀରିକ ଅସୁସ୍ଥତା କେତେକାଂଶରେ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ, ଆଜି ତାହା ଟିକିଏ ବିଳମ୍ବରେ ପାଇବେ। କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ଅନ୍ୟମାନଙ୍କର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ସକାଳୁ ସକାଳୁ କୌଣସି ଖବର ମନକୁ ବିଚଳିତ କରିପାରେ। ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବ। ପରିସ୍ଥିତିର ଗୁରୁତ୍ୱ ଉପଲବ୍‌ଧି ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟ ସମସ୍ୟା ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ।
କନ୍ୟା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ କାମଗୁଡ଼ିକ ତଦନୁରୂପ ହେବାରେ କୌଣସି ଅସୁବିଧା ରହିବ ନାହିଁ। ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଅର୍ଥ ସଂକଟ ହେତୁ କାମଗୁଡ଼ିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ।
ତୁଳା
ତୁଳା
ଆପଣଙ୍କ ସୁଦୂରପ୍ରସାରୀ ଆଶା ଓ କାମନା ଚରିତାର୍ଥ ହେବାର ଅନୁକୂଳ ଅବସର ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାମଗୁଡିକୁ ହାସଲ କରିବେ। ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। ଆତ୍ମୀୟ ସ୍ବଜନଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ମନରେ ଉଙ୍କିମାରିବ। କୌଣସି ଶୁଭ ଖବର ଶୁଣି ଆନନ୍ଦିତ ହେବେ।
ଧନୁ
ଧନୁ
ନିଜ ଲୋକଙ୍କ ସ୍ନେହ, ସୌଜନ୍ୟରୁ କାର୍ଯ୍ୟସିଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିଲେ ମଧ୍ୟ ବିଶେଷ ଗୁରୁତର ହେବ ନାହିଁ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ, କିନ୍ତୁ ସାମୟିକ ସମୟାନ୍ତରରେ ତାହାର ସରଳ ସମାଧାନ ହୋଇପାରିବ। ବହୁ ପୁରାତନ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ସମସ୍ୟା ଲାଗି ରହୁଥିବାରୁ ମନରେ ଦୁଶ୍ଚିନ୍ତା ଦେଖାଦେଇପାରେ। ହଠାତ୍‌ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିଲକ୍ଷିତ ହେବ। ଅର୍ଥ ପାଇବା ଆଶାରେ ବିନୟପୂର୍ଣ୍ଣ କଥା କହିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ଶେଷ ସମୟରେ ବିଚାର ବଦଳି ଯାଇପାରେ। ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କାମ ହାସଲ ସକାଶେ ଆଗନ୍ତୁକଟି ପ୍ରଶଂସାରେ ଶତମୁଖ ହୋଇ ଉଠିବ। ରାଜନୀତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅଭାବ ଅସୁବିଧା ସମ୍ପର୍କରେ ଉପରିସ୍ଥଙ୍କୁ କହିବାରେ ପଛେଇଯିବେ। ପ୍ରତ୍ୟେକ କ୍ଷେତ୍ରରେ ବିବାଦ ଜଟିଳ ହେବ ଓ ଶେଷ ସମୟରେ ସଫଳତା ହାସଲ କରିବେ।
ମୀନମୀନ
ପାରିବାରିକ ସ୍ଥିତିରେ ସୁଧାର ଅସିଲେ ମଧ୍ୟ କର୍ମକ୍ଷେତ୍ର୍ରର ସମସ୍ୟା ସୁଖ, ସନ୍ତୋଷ ଦେଇ ପାରିବ ନାହିଁ। ଶୁଣା କଥାକୁ ବିଶ୍ୱାସ କରି କାମ କଲେ ଅସୁବିଧା ଭୋଗିବେ। ଦୂରଭିସନ୍ଧି ରଖି ପଡୋଶୀଙ୍କ ସହ ମିଷ୍ଟାଳାପରେ ମାତିପାରନ୍ତି । କେତେକ ସ୍ଥାନରେ ଅପ୍ରିୟ ସତକଥା କହି ଘରେ ବାହାରେ ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?