Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ଆଜି କେତୁ ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ ଅସ୍ଥିରତା ଜନିତ ମାନସିକ ସ୍ଥିତି ଠିକ୍‌ ରହିନପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି, ରାଜନୀତି, ସଂଗଠନ ତଥା ସାଂସ୍କୃତିକ କ୍ଷେତ୍ରରୁ ପ୍ରଶଂସା ମିଳିବ। ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି ।
ବୃଷ
ବୃଷ
ଅଷ୍ଟମସ୍ଥ ଶନିଙ୍କୁ ମଙ୍ଗଳ ଅବଲୋକନ କରୁଥିବାରୁ କୌଣସି ବିବାଦୀୟ ସ୍ଥିତି ସକାଶେ ଅର୍ଥବ୍ୟୟ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଅପରାହ୍ନରେ ଦୂର ହେବ। କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ମନସ୍ତାପ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ମଙ୍ଗଳ ହେତୁ ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଆଲୋଚନା ପରିପ୍ରେକ୍ଷୀରେ ମନକଥା ଖୋଲି କହିବାକୁ ବାଧ୍ୟ ହୋଇପାରନ୍ତି। ପ୍ରଶାସନିକ ଗୁରୁତ୍ୱପୂର୍ଣ୍ଣକ୍ଷେତ୍ରରେ ଦୃଢ ନିଷ୍ପତ୍ତି ନେବାକୁ ପଡିପାରେ। ବନ୍ଧୁମାନଙ୍କ ସହାନୁଭୂତି ପରିସ୍ଥିତିକୁ କେତେକାଂଶରେ ଲାଘବ କରିବାରେ ସହାୟକ ହେବ।
କର୍କଟ
କର୍କଟ
ରାଶ୍ୟାଧିପ ପାପପ୍ରଭାବଯୁକ୍ତ ହେତୁ ମାନସିକ ଓ ଶାରୀରିକ ଅସୁସ୍ଥତା ଦେଖାଦେବ। ଅଭାବ ଅସୁବିଧା ନଥିଲେ ମଧ୍ୟ ଅଯଥା ବାକ୍ୟାଳାପ ସମସ୍ୟାର କାରଣ ହୋଇପାରେ। ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାର ଆଶା କାରଯାଇପାରେ। ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ସି˚ହ
ସି˚ହ
ମୁଖଭାବସ୍ଥ ବୁଧ ଯୋଗୁ କୌଣସି ବିସ୍ମୟକର ଖବର ସକାଳୁ ସକାଳୁ ମନକୁ ଖୁସୀ କରିଦେବ। ତଥାପି ଆମତ୍ୀୟ ମାନଙ୍କ ଶତ୍ରୁତା ହେତୁ ବିଚଳିତବୋଧ କରିପାରନ୍ତି। ପରିସ୍ଥିତିର ଗୁରୁତ୍ୱ ଉପଲବ୍‌ଧି ହୃଦୟଙ୍ଗମ କରି କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ନଦେଲେ ଅସୁବିଧାର ସମ୍ମୁଖୀନ ହେବେ।
କନ୍ୟା
ବହୁତ ଦିନରୁ ରହି ଆସିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଉତରାଫାଲଗୁନୀ ନକ୍ଷତ୍ର ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅର୍ଥସଂକଟ ଲାଗିରହିିବା ହେତୁ କାମଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ। ସ୍ବାତୀ ନକ୍ଷତ୍ରର ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଓ ସାମ୍ବାଦିତାରେ ପ୍ରତିଦ୍ୱନ୍ଦିତା ବଢିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାର ସମ୍ମୁଖୀନ ହେବାକୁ ପଡିପାରେ।
ବିଛା
ବିଛା
କର୍ମତ୍ରେରେ ଆପୋଷ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଆମତ୍ୀୟ ସ୍ବଜନଙ୍କ ସହାୟତାରେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କ୍ଷୀଣ ଆଶା ରହିଛି। ସାଙ୍ଗରେ ଯାଇଥିବା ବନ୍ଧୁଟି ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
ଧନୁ
ଧନୁ
ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦରେ ପଡିବେ କିନ୍ତୁ ସାମୟିକ ସମୟାନ୍ତରରେ ତାହାର ସରଳ ସମାଧାନ ହୋଇପାରିବ। ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ଉତରାଷାଢା ନକ୍ଷତ୍ର ପାଇଁ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ।
ମକର
ମକର
ଭୁଲ୍‌ବୁଝାମଣା କାରଣରୁ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ପରିିଲକ୍ଷିତ ହେବାରୁ ବିଚଳିତ ହେବେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବା ଆଶାରେ ବିଭିନ୍ନ ବିନୟପୂର୍ଣ୍ଣ କଥା କହିବାକୁ ପଡିପାରେ। ଉତରାଷାଢା ନକ୍ଷତ୍ରର ଜଣେ ବନ୍ଧୁ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଶେଷ ସମୟରେ ବିଚାର ବଦଳି ଯାଇପାରେ।
କୁମ୍ଭ
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ର କାମ ହାସଲ ସକାଶେ ଟିକେ ନରମି କଥାବାର୍ତ୍ତା କରିବାକୁ ମନସ୍ଥ କରିବେ। ରାଜନିତୀ କିମ୍ବା ସାଂଗଠନିକ କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅସୁବିଧା ସମ୍ପର୍କରେ ଉପରିସ୍ଥଙ୍କ ମୁହଁ ସାମ୍ନାରେ ପ୍ରକାଶ କରିବାକୁ ପଛେଇଯିବେ । ନିକଟ ସଂପର୍କୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ।
ମୀନମୀନ
କର୍ମକ୍ଷେତ୍ର୍ରର ସମସ୍ୟା ସୁଖ, ସନ୍ତୋଷ ଦେଇ ପାରିବ ନାହିଁ। ଶୁଣାକଥାକୁ ବିଶ୍ୱାସ କରି କୈାଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ପରିସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନା ବାଣି ମନରେ ଆଶ୍ୱସ୍ତି ଭରିପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri