Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ବନ୍ଧୁ ମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ସ୍ୱାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସଂପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ନିଜର ସ୍ୱାର୍ଥହାନୀ ଆଶଙ୍କାରେ ନିଜ ଲୋକମାନେ ଦୂରେଇ ଯାଇପାରନ୍ତି।
ବୃଷ
ବୃଷ
ଆଜି ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରିବ। ହଠାତ୍‌ ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ଉପରିସ୍ଥଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ମାନସିକ ଅସ୍ଥିରତା କାରଣରୁ କ’ଣ କରିବେ ନ କରିବେ ସେ ନେଇ ଦ୍ୱନ୍ଦରେ ପଡ଼ିଯିବେ।
ମିଥୁନ
ମିଥୁନ
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଅସ୍ଥିରତା ଜନିତ ମନ ଭଲ ରହିବ ନାହିଁ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ପରିବହନରେ କୈାଣସି ପ୍ରକାରର ଅସୁବିଧା ନହେଲେ ମଧ୍ୟ ପ୍ରତିଦ୍ୱନ୍ଦିତା ବୃଦ୍ଧି ହେତୁ ମନ ଅସ୍ଥିର ରହିବ।
କର୍କଟ
କର୍କଟ
ଆଜି ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁଙ୍କ ସହ ସାଧାରଣ ଯୁକ୍ତିତର୍କରୁ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରି ପାରନ୍ତି।
ସି˚ହ
ସି˚ହ
ଈର୍ଷାପରାୟଣ ମନୋଭାବ ପୋଷଣ କରି ନିକଟସ୍ଥ ବ୍ୟକ୍ତିମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ରଚନାମତ୍କ କାମ, ଅଧ୍ୟୟନ ଓ ଅଧ୍ୟାପନାରେ ଉନ୍ନତି କରିବେ। ପରିବହନ, ନିର୍ମାଣ, ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ। ବନ୍ଧୁଙ୍କ ନିକଟରୁ ଧାର ସୁତ୍ରରେ ଅର୍ଥ ପାଇବେ ଓ ନୂତନ ଜିନିଷ ଲାଭକରି ଖୁସି ହେବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରି ପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମ ଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ପିଲା ମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ପରିବାର ଭିତରେ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଭୋଗବିଳାସରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମସ୍ୟା ବଢିପାରେ। କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ପ୍ରକାଶନ, ପ୍ରଶାସନ, ଆଇନ, ଅଦାଲତ କ୍ଷେତ୍ରରେ ସନ୍ତୋଷଜନକ ଫଳ ପ୍ରାପ୍ତ ହୋଇପାରେ।
ବିଛା
ବିଛା
ଆଜି ସକାଳୁ ଦୂରଯାତ୍ରା କରିବାର ସୂଚନା ରହିଛି। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁଲ୍ଲଭ ହୋଇ ପଡିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆମତ୍ୀୟଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଭୁଲ୍‌ ବୁଝାମଣା ହେତୁ ଅଭାବ ନଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମକର
ମକର
ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ଓ ପରିବହନରେ ଉନ୍ନତି ଘଟିବ। କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ବନ୍ଧୁଙ୍କ ଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହେବ। କିଛିଟା ସ୍ବାର୍ଥତ୍ୟାଗ କରିବା ଦ୍ୱାରା ଭ୍ରାତ୍ରୁ ସମ୍ପର୍କରେ ଉନ୍ନତି ଘଟିବ।
କୁମ୍ଭ
କୁମ୍ଭ
ମନ ବୁଝିଲା ଭଳି କଥା କହି କିମ୍ବା ଲୋଭନୀୟ ପ୍ରତିଶୃତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ଥି କରିପାରନ୍ତି। ସାମୟିକ ଭାବପ୍ରବଣତାରେ ହଜିନଜାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ଚେଷ୍ଟା କଲେ ଉପକାର ମିଳିବ।
ମୀନମୀନ

ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି। ଅପ୍ରିୟସତ୍ୟଭାଷଣରୁ ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ। ପଡୋଶୀଙ୍କ ଗୋପନୀୟ କଥା ଶୁଣି ମନକୁ ବିଷାକ୍ତ କରି ପାରନ୍ତି। ଆକସ୍ମିକ ନୂତନ ନିଯୁକ୍ତି କ୍ଷେତ୍ରରେ ବିଦେଶଯାତ୍ରାର ସୁଯୋଗ ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?