Posted inRasifala

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ
ଆଜି ରାହୁ ଦୃଷ୍ଟ ଚନ୍ଦ୍ରଙ୍କ ହେତୁ ଅସ୍ଥିରତାଜନିତ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି, ରାଜନୀତି, ସଂଗଠନ ତଥା ସାଂସ୍କୃତିକ କ୍ଷେତ୍ରରୁ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।
ବୃଷ
ବୃଷ
କର୍ମସ୍ଥ ଶନିଙ୍କୁ ବ୍ୟୟାଧିପ ମଙ୍ଗଳ ଅବଲୋକନ କରୁଥିବାରୁ କୌଣସି ବିବାଦୀୟ ସ୍ଥିତି ସକାଶେ ଅର୍ଥବ୍ୟୟ କରିବାକୁ ହେବ। କର୍ମକ୍ଷେତ୍ରରେ ଲାଗିରହିଥିବା ସମସ୍ୟାଜନିତ ଟେନସନ୍‌ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ମନସ୍ତାପ କରିବେ। କଳା, ସାହିତ୍ୟ, ସଙ୍ଗୀତ ଓ ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
ମିଥୁନ
ମିଥୁନ
ଦୁର୍ବଳ ରବିଙ୍କ ବୁଧାଦିତ୍ୟ ଯୋଗଜନିତ ସୁବିଧା ସୁଯୋଗ ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ଆଲୋଚନା ପରିପ୍ରେକ୍ଷୀରେ ମନକଥା ଖୋଲି କହିବାକୁ ବାଧ୍ୟ ହେବେ। ପ୍ରଶାସନିକ କ୍ଷେତ୍ରରେ ଦୃଢ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବନ୍ଧୁଙ୍କ ସହାନୁଭୂତି ପରିସ୍ଥିତିକୁ ଲାଘବ କରିବାରେ ସହାୟକ ହେବ।
କର୍କଟ
କର୍କଟ
ଅଭାବ ଅସୁବିଧା ନ ଥିଲେ ମଧ୍ୟ ଅଯଥା ବାକ୍ୟାଳାପ ସମସ୍ୟାର କାରଣ ହେବ। ଚନ୍ଦ୍ରଙ୍କ ପ୍ରଭାବରେ ଭାବପ୍ରବଣତା ବୃଦ୍ଧି ପାଇବାରୁ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ହାତକୁ ନେଇଥିବା କାମଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବାର ଆଶା କରାଯାଇପାରେ। ସାମାଜିକ ସ୍ତରରେ ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
ସି˚ହ
ସି˚ହ
ମୁଖଭାବସ୍ଥ ବୁଧ ଯୋଗୁ କୌଣସି ବିସ୍ମୟକର ଖବର ସକାଳୁ ସକାଳୁ ମନକୁ ଖୁସି କରିଦେବ। ତଥାପି ଆତ୍ମୀୟମାନଙ୍କ ଶତ୍ରୁତା ହେତୁ ବିଚଳିତବୋଧ କରିପାରନ୍ତି। ପରିସ୍ଥିତିର ଗୁରୁତ୍ୱ ଉପଲବ୍ଧି କରି କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ନ ଦେଲେ ଅସୁବିଧାର ସମ୍ମୁଖୀନ ହେବେ।
କନ୍ୟା
ଧନାଧିପଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ଯୋଗୁ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି। ପୂର୍ବାଫାଲଗୁନୀ ନକ୍ଷତ୍ର ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅର୍ଥସଂକଟ ଲାଗିରହିିବା ହେତୁ କାମଗୁଡ଼ିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ।
ତୁଳା
ତୁଳା
ସ୍ୱଗୃହୀ କର୍ମାଧିପ ଯୋଗୁ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ କାମ ହାସଲ କରିବେ। ସ୍ୱାତୀ ନକ୍ଷତ୍ରର ବ୍ୟବସାୟ, ପରିବହନ ଓ ସାମ୍ବାଦିକତାରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପାରିବାରିକ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡ଼ିପାରେ।
ବିଛା
ବିଛା
ଦ୍ୱାଦଶସ୍ଥ ରବି ଓ ବୁଧ ହେତୁ କର୍ମକ୍ଷେତ୍ରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହୋଇଯିବ। ଆତ୍ମୀୟ ସ୍ବଜନଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର କମ୍‌ ଆଶା ରହିଛି। ଦୂରସ୍ଥାନକୁ ଯାଇଥିବା ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ଧନୁ
ଧନୁ
ବୁଧଙ୍କ ସୁପ୍ରଭାବରୁ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ିବେ କିନ୍ତୁ ସମୟାନ୍ତରରେ ସମାଧାନ ହୋଇପାରିବ। ବନ୍ଧୁଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ସମ୍ପର୍କୀୟଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ କିନ୍ତୁ ପ୍ରତ୍ୟାବର୍ତ୍ତନ ଦୁଃଖର କାରଣ ହୋଇପାରେ।
ମକର
ମକର
ରାହୁ ଦୃଷ୍ଟ ଚନ୍ଦ୍ର ଯୋଗୁ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁଙ୍କ ବ୍ୟବହାରରେ ପରିବର୍ତ୍ତନ ହେତୁ ବିଚଳିତ ହେବେ। ଆଶାନୁଯାୟୀ ଅର୍ଥ ସାହାଯ୍ୟ ଆଶାରେ ବିନୟପୂର୍ଣ୍ଣ କଥା କହିବାକୁ ପଡ଼ିପାରେ। ଶ୍ରବଣା ନକ୍ଷତ୍ରର ଜଣେ ବନ୍ଧୁଙ୍କଠାରୁ କୌଣସି ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଶେଷ ସମୟରେ ବିଚାର ବଦଳି ଯାଇପାରେ।
କୁମ୍ଭ
କୁମ୍ଭ
ସ୍ଥଗିତ କାମ ହାସଲ ସକାଶେ ଟିକେ ନରମି କଥାବାର୍ତ୍ତା କରିବା ଭଲ ହେବ। ରାଜନୀତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଅସୁବିଧା ସମ୍ପର୍କରେ ଉପରିସ୍ଥ ଅଫିସରଙ୍କ ମୁହଁ ସାମ୍ନାରେ ପ୍ରକାଶ କରିବାକୁ ପଛେଇଯିବେ। ଆଲୋଚନା କାଳରେ ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ।
ମୀନମୀନ

କର୍ମକ୍ଷେତ୍ରର ବହୁବିଧ ସମସ୍ୟା ଲାଗିରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ ଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ପରିସ୍ଥିତିରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?