Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କ ଅପୂରଣୀୟ ଅଭିଳାଷ ପୂର୍ଣ୍ଣ ହେବା କାରଣରୁ ମାନସିକ ପ୍ରଫୁଲ୍ଲତା ଜାରି ରହିବ। ବନ୍ଧୁ ମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ତଥାପି ଗୃହ, ଭୂମି, ଗାଡି, ମୋଟର, ସହକର୍ମୀ, ଧାରକରଜ ପ୍ରଭୃତିକୁ କେନ୍ଦ୍ରକରି ମନସ୍ତାପ ଘଟିପାରେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ।
ବୃଷ
ବୃଷ
ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ପୂର୍ବ ପରିକଳ୍ପିତ ନୂତନ ଗୃହ, ଅନୁଷ୍ଠାନ,ବାଣିଜ୍ୟାରମ୍ଭ କରିପାରନ୍ତି। ଅସାବଧାନତାବଶତଃ ଘରେ କିମ୍ବା ଅଫିସ୍‌ରେ କୌଣସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହୋଇପାରେ। ହଠାତ୍‌ ବାହାରକୁ ଯିବା ସମୟକୁ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି।
ମିଥୁନ
ମିଥୁନ
ଆକସ୍ମିକ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଅସ୍ଥିରତାଜନିତ ମନ ଭଲ ରହିବ ନାହିଁ। ଅବଶ୍ୟ ବ୍ୟବସାୟିକ କ୍ଷେତ୍ରରେ ନିଜର ବୁଦ୍ଧିବଳ ଖଟାଇ ଅର୍ଥଲାଭ କରିବେ। ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ।
କର୍କଟ
କର୍କଟ
ଆକସ୍ମିକଭାବରେ ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ଚେଷ୍ଟାସଫଳ ହେବାରେ ଜଣେ ଅଜଣା ବ୍ୟକ୍ତିଙ୍କ ଠାରୁ କିଛି ଖବର ଆପଣଙ୍କୁ ସାହାଯ୍ୟ କରିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ। ପ୍ରଶାସନିକ ସ୍ତରରେ ତଥା ରାଜନୈତିକ କ୍ଷେତ୍ରରେ ତପତ୍ରତା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ଆଜି ଯୋଜନା ମୁତାବକ କାମରେ ସଫଳତା ମିଳିବାରେ କିଛିଟା ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡିପାରେ। ସଙ୍ଗୀତ ଓ ଯୋଗ ସାଧନା,ଗବେଷଣା, ରଚନାମତ୍କ କାମ,ଅଧ୍ୟୟନ ଓ ଅଧ୍ୟାପନାରୁ ଖୁସୀ ହେବେ। ପରିବହନ, ନିର୍ମାଣ ,ବାଣିଜ୍ୟ ବ୍ୟବସାୟ ସକାଶେ ଦିନଟି ବହୁତ ଭଲ। ବନ୍ଧୁଙ୍କ ସହୃଦୟତାରୁ ନୂତନ ଜିନିଷ ଲାଭକରି ଖୁସୀ ହେବେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ। ଅବଶ୍ୟ ସ୍ବାତୀ ନକ୍ଷତ୍ର ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି,ତାହା ନିଶ୍ଚୟ ପାଇବେ। ଅନ୍ୟମାନଙ୍କ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ସନ୍ତୁଷ୍ଟ ହୋଇପାରନ୍ତି। କିନ୍ତୁ ଘରେ ପିଲାମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିମ୍ବା ଆଜିର ଫେରନ୍ତା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆକସ୍ମିକଭାବରେ କଚେରି ମାମଲା ଜଡିତ ହେବାରୁ ଦୁଚିନ୍ତା ବଢ଼ିପାରେ। ପୂର୍ବ ସମସ୍ୟାକୁ କେନ୍ଦ୍ରକରି ପରୋକ୍ଷ ଶତ୍ରୁତା କାରଣରୁ ବିଚଳିତ ହୋଇପାରନ୍ତି।
ବିଛା
ବିଛା
ଆଜି ସକାଳୁ ସକାଳୁ ଦୂରଯାତ୍ରା କରିବାକୁ ପଡ଼ିପାରେ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିପାରନ୍ତି। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇପଡ଼ିବ।
ଧନୁ
ଧନୁ
ଆଜି ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ଦୀର୍ଘ ଦିନରୁ ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆତ୍ମୀୟ ସ୍ବଜନ ମାନଙ୍କ ଉପସ୍ଥିତି ଯୋଗୁ ଖୁସୀ ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ କିଣିବା ସକାଶେ ମନ ବଳାଇପାରନ୍ତି।
ମକର
ମକର
ଦୃଢ଼ ଇଚ୍ଛାଶକ୍ତି ବଳରେ ଅସାଧ୍ୟସାଧନ କରିବାରେ ସଫଳତା ହାସଲ କରିବେ। ସାମାନ୍ୟ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ଆକସ୍ମିକ ଭାବେ କୌଣସି ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ବନ୍ଧୁଙ୍କଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହୋଇପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଥା କହି କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି କରିବେ। ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ।
ମୀନମୀନ
ଆପଣ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ନିଜ ଲୋକ ମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ସଭାସମିତି,କଳା,ସାହିତ୍ୟ,ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ। ପାଖ, ପଡ଼ୋଶୀଙ୍କ ଗୋପନୀୟ କଥା ଶୁଣି ମନ ବିଷାକ୍ତ ହୋଇଯାଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri